ଖବରଦାତା ଭୂମିକାରେ ନଜର ଆସିବେ କିଙ୍ଗ୍‌ଖାନ୍‌

ମୁମ୍ବାଇ: ବଲିଉଡ୍‌ର କିଙ୍ଗ୍‌ଖାନ୍‌ ଶାହାରୁଖ୍‌ ଖାଁ ଦୀର୍ଘଦିନ ଧରି ବଡ଼ପରଦାରୁ ଦୂରେଇ ରହିଛନ୍ତି। ୨୦୧୮ରେ ‘ଜିରୋ’ ପରଠାରୁ ସେ କୌଣସି ଫିଲ୍ମରେ ଏ ପର୍ଯ୍ୟନ୍ତ ଅଭିନୟ କରିନାହାନ୍ତି। ଦୀର୍ଘ ସମୟ ଧରି ତାଙ୍କ ପ୍ରଶଂସକମାନେ ତାଙ୍କର ଆଗାମୀ ପ୍ରୋଜେକ୍ଟ ବିଷୟରେ ତାଙ୍କୁ ପଚାରିଚାଲିଛନ୍ତି। ଶାହାରୁଖ୍‌ ମଧ୍ୟ ତାଙ୍କ ଆଗାମୀ ପ୍ରୋଜେକ୍ଟ ବିଷୟରେ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ବର୍ତ୍ତମାନ ତାଙ୍କ ଆଗାମୀ ଫିଲ୍ମ ବିଷୟରେ ଅନେକ କଥା ଶୁଣିବାକୁ ମିଳୁଛି।
ଶୁଣିବାକୁ ମିଳିଥିଲା ଯେ, ଶାହାରୁଖ ରାଜକୁମାର ହିରାନୀଙ୍କ ସହ ଆଗାମୀ ପ୍ରୋଜେକ୍ଟ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏହା ଖୁବ୍‌ଶୀଘ୍ର ସରକାରୀ ଭାବେ ଘୋଷଣା କରାଯିବ। ତେବେ ଏପର୍ଯ୍ୟନ୍ତ କୌଣସି ସୂଚନା ପ୍ରକାଶ ପାଇନାହିଁ। ବର୍ତ୍ତମାନ କୁହାଯାଉଛି, ଶାହରୁଖ ଆର୍‌. ମାଧବନଙ୍କ ଫିଲ୍ମ ‘ରକେଟ୍ରି’ରେ ଅଭିନୟ କରିପାରନ୍ତି। ତେବେ ଶାହାରୁଖ ଏହି ଫିଲ୍ମରେ ଜଣେ ଖବରଦାତା ଭୂମିକାରେ ନଜର ଆସିବେ ବୋଲି ଶୁଣିବାକୁ ମିଳୁଛି।
କହିରଖୁଛୁ, ଗତବର୍ଷ ଶାହାରୁଖଙ୍କ ଜନ୍ମଦିନ ଅବସରରେ ପ୍ରଶଂସକଙ୍କ ସହ କଥା ହେଉଥିବା ବେଳେ ତାଙ୍କୁ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତର ଦେଇ ସେ କହିଥିଲେ ତାଙ୍କର ଗୋଟିଏ ଫିଲ୍ମ ନିଶ୍ଚିତ ଭାବରେ ୨୦୨୦ ମସିହାରେ ଆସିବ। ଆଉ ଏହି ଫିଲ୍ମ ବିଷୟରେ ଖୁବ୍‌ଶୀଘ୍ର ସରକାରୀ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri