ଖବର ପ୍ରକାଶ ପରେ ଚେତିଲା ପ୍ରଶାସନ

ବିଜେପୁର,୧୯।୪(ଡି.ଏନ.ଏ.)-ବରଗଡ ଜିଲା ବିଜେପୁର ବ୍ଲକ ଚାରପାଲି ପଞ୍ଚାୟତରେ ଲକ୍‌ ଡାଉନ ବେଳେ ନିରାଶ୍ରିତଙ୍କୁ ରନ୍ଧା ଖାଦ୍ୟ ନ ମିଳିବା ଘଟଣାର ରବିବାର ପ୍ରଶାସନିକ ତଦନ୍ତ ହୋଇଛି । ବିଡିଓ ପଦ୍ମନାଭ ସାମନ୍ତରାୟ ଚାରପାଲିକୁ ଯାଇ ଏହାର ତଦନ୍ତ କରିଥିଲେ। ସ୍ଥାନୀୟ ପଞ୍ଚାୟତ କମ୍ପ୍ଲେକ୍ସରେ ଆଶ୍ରୟ ନେଇଥିବା ବେଲେକୁମୁରାକୁ ଭେଟି ତାଙ୍କ ବିଷୟରେ ପଚାରି ବୁଝିଥିଲେ। ଲକ୍‌ ଡାଉନ ଶେଷ ହେବାଯାଏଁ ତାଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯିବ ବୋଲି ବିଡିଓ କହିଥିଲେ । ସୂଚନାଯୋଗ୍ୟ ଯେ, ଚାରପାଲି ପଞ୍ଚାୟତରେ କୌଣସି ଜଣେ ବ୍ୟକ୍ତିଙ୍କୁ ମଧ୍ୟ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉ ନ ଥିଲା । ଏ ନେଇ ଗଣମାଧ୍ୟମ ପ୍ରତିନିଧିଗଣ ଶନିବାର ଉକ୍ତ ଗାଁକୁ ଯାଇଥିବା ବେଳେ ସ୍ଥାନୀୟ ଲୋକେ ଏହି ନିରାଶ୍ରିତଙ୍କ ବିଷୟରେ ଅଭିଯୋଗ କରିଥିଲେ। ଫଳରେ ଧରିତ୍ରୀ ପଶ୍ଚିମ ଓଡିଶା ସଂସ୍କରଣରେ ଲକ୍‌ ଡାଉନ କଟକଣା: ନିରାଶ୍ରିତଙ୍କୁ ମିଳୁନି ରନ୍ଧାଖାଦ୍ୟ ଶୀର୍ଷକ ଖବର ରବିବାର ପ୍ରକାଶିତ ହୋଇଥିଲା। ଖବର ପ୍ରକାଶିତ ହେବା ପରେ ପ୍ରଶାସନ ତତ୍ପରତା ପ୍ରକାଶ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri