ଖରସ୍ରୋତା ପାଣି ଭଦ୍ରକକୁ ନେବା ଘଟଣା: ରାଜ୍ୟ ସରକାରଙ୍କୁ ଏନ୍‌ଜିଟିର କାରଣ ଦର୍ଶାଅ ନୋଟିସ

କେନ୍ଦ୍ରାପଡ଼ା ଅଫିସ, ୧୫ା୫: ଭଦ୍ରକ ଜିଲାର ୪ ବ୍ଲକ ଅଞ୍ଚଳ ପାଇଁ ନିର୍ମାଣାଧୀନ ମେଗା ପାଣି ପ୍ରକଳ୍ପ ଉପରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ର ଛାଟ ବାଜିଛି। ଭଦ୍ରକ ଜିଲାରେ ଥିବା ବୈତରଣୀ, ସାଳନ୍ଦୀ, ମନ୍ତେଇ, କାଂଶବାଂଶ ନଦୀର ମଧୁର ଜଳ କାହିଁକି ବ୍ୟବହାର ହେବ ନାହିଁ ବୋଲି ଏନ୍‌ଜିଟି ପକ୍ଷରୁ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରାଯାଇଛି ା ଗୁରୁବାର ଏହି ଶୁଣାଣି ହୋଇଥିବା ବେଳେ ଆସନ୍ତା ୩୦ ଦିନ ମଧ୍ୟରେ ଏହାର ଜବାବ ରଖିବାକୁ ଏନ୍‌ଜିଟି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଭଦ୍ରକ ଜିଲାର ଚାନ୍ଦବାଲି, ତିହିଡି, ବାସୁଦେବପୁର ଓ ଧାମନଗର ବ୍ଲକ ଅଞ୍ଚଳକୁ କେନ୍ଦ୍ରାପଡା ଜିଲାରେ ପ୍ରବାହିତ ଖରସ୍ରୋତା ନଦୀ ଜଳକୁ ପାନୀୟ ଜଳ ଭାବେ ବ୍ୟବହାର କରାଯିବା ପାଇଁ ୭୫୪ କୋଟି ଟଙ୍କା ବ୍ୟୟ ବରାଦରେ ରାଜ୍ୟ ସରକାର ହାଇଦ୍ରାବାଦସ୍ଥ ମେଘା ଇଞ୍ଜିନିୟରିଂ ଇନ୍‌ଫ୍ରାଷ୍ଟ୍ରକ୍ଚର ଲିମିଟେଡ ସହିତ ୨୦୧୯ ଜାନୁୟାରୀ ୨୯ରେ ଏମ୍‌ଓୟୁ କରିଛନ୍ତି। ଏ ନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ଜିଲାରେ ଜନ ଆନ୍ଦୋଳନ ତେଜିଥିଲା। ଏ ନେଇ ସାମାଜିକ କର୍ମୀ ସଞ୍ଜୟ ବେଉରାଙ୍କ ସମେତ ଖରସ୍ରୋତା ବଞ୍ଚାଅ ସଂଗ୍ରାମ ସମିତି ପକ୍ଷରୁ ଏନ୍‌ଜିଟିର ଦୃଷ୍ଟି ଆକର୍ଷଣ କରାଯାଇଥିଲା ା ଏନ୍‌ଜିଟିର ନ୍ୟାୟିକ ସଭ୍ୟ ଜଷ୍ଟିସ ଏସ୍‌. ପି. ୱାଙ୍ଗଡି ଓ ବିଶାରଦ ସଭ୍ୟ ସିଦ୍ଧାନ୍ତ ଦାସ ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ମା’ର ତ୍ୟାଗ ଆଗରେ ହାର୍‌ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ

ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ/ବରୀ,୨୭ା୯(କଳ୍ପତରୁ ନାୟକ/ମହେନ୍ଦ୍ର ସ୍ବାଇଁ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?