ଖରାରେ ଓଭରବ୍ରିଜ୍‌ ଉପରେ କାମ କରୁଛନ୍ତି ଶ୍ରମିକ: ବିପଜ୍ଜନକ କାର୍ଯ୍ୟ ସତ୍ତ୍ୱେ ନୀରବ ଶ୍ରମ ବିଭାଗ

ନିରାକାରପୁର,୧୯ା୬(ଡି.ଏନ୍‌.ଏ.)-ବର୍ତ୍ତମାନ ମଧ୍ୟ ଅନେକ ସ୍ଥାନରେ ତାତି କମିନାହିଁ। ତେଣୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ବିପଜ୍ଜନକ ଭାବେ କୌଣସି ଶ୍ରମିକ କାର୍ଯ୍ୟ କରିବା ସରକାରୀ ନିୟମ ବିରୁଦ୍ଧ। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ନିରାକାରପୁର ଷ୍ଟେଶନ ପରିସରରେ ଏହି ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି। ମଙ୍ଗଳବାର ପ୍ରାୟ ୪୦ଡିଗ୍ରୀ ଖରାରେ ୩୦ଫୁଟ ଉଚ୍ଚତାବିଶିଷ୍ଟ ଓଭରବ୍ରିଜ୍‌ ଉପରେ ଚଢି ଅସୁରକ୍ଷିତ ଭାବେ ଜଣେ ରଙ୍ଗ ମିସ୍ତ୍ରୀ କାମ କରୁଥିବା ଦେଖିବାକୁ ମିଳିଛି ା ଶ୍ରମ ଅଧିକାରୀଙ୍କୁ ଏ ନେଇ ବାରମ୍ବାର ଅବଗତ କରାଯାଉଥିବାବେଳେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ ନ ହେବାରୁ ବିଭିନ୍ନ ମହଲରେ ଅସନ୍ତୋଷ ବୃଦ୍ଧିପାଉଛିା ଯାହା କଷ୍ଟ ହେଉପଛେ ଆମେ କାମ କରିବୁ ଏବଂ ଠିକାଦାରଙ୍କ ବିରୋଧରେ କିଛି କହିଲେ ଆମକୁ କାମ ମିଳିବନି ବୋଲି କେତେଜଣ ଶ୍ରମିକ କହିଛନ୍ତି। ଏନେଇ ଖୋର୍ଦ୍ଧା ଶ୍ରମ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କୁ ପଚାରିବାରୁ ସେ କହିଲେ, ନିରାକାରପୁର ଅଞ୍ଚଳଟି ବାଲୁଗଁା ଶ୍ରମ ଅଧିକାରୀଙ୍କ ଅଧୀନରେ ରହିଛି। ମୁଁ ଏ ନେଇ ଅବଗତ କରାଇବି ଓ ସେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିବେ ବୋଲି ସୂଚନା ଦେଇଛନ୍ତି ା ତେବେ ବାଲୁଗାଁ ଶ୍ରମ ଅଧିକାରୀ ସନ୍ତୋଷ ମହାନ୍ତିଙ୍କ ଫୋନ୍‌ ନ ଲାଗିବାରୁ ତାଙ୍କ ମତାମତ ମିଳି ପାରି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri