ଖରାରେ ପିଲାଙ୍କୁ ଡାକି ବହି ବୋହିବା ଘଟଣା: ସିଆର୍‌ସିସି ନିଲମ୍ବିତ

କୋରୁକୋଣ୍ଡା,୯।୫(ଡି.ଏନ.ଏ): ଗତ ଏପ୍ରିଲ ୨୪ ତାରିଖରେ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତାରଲାକୋଟା ପଞ୍ଚାୟତର ସି- କଲୋନୀ ପ୍ରାଥମିକ ବିଦ୍ୟାଳୟରେ ପ୍ରଚଣ୍ଡ ଖରାରେ ପିଲାଙ୍କୁ ଘରୁ ଡାକି ସିଆରସିସି ପାଠ୍ୟପୁସ୍ତକ ବୁହାଇଥିଲେ। ଏହି ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଘଟଣାର ତଦନ୍ତ କରି ଜିଲ୍ଲା ଶିକ୍ଷାଧିକାରୀ ରମେଶ ଚନ୍ଦ୍ର ସେଠୀ ଉକ୍ତ ସିଆରସିସି ଶରତ ଚନ୍ଦ୍ର ପାଢ଼ୀଙ୍କୁ ନିଲମ୍ବିତ କରିଛନ୍ତି। ତେବେ ଘଟଣାକୁ ଅନେକ ଦିନ ବିତିଯାଇଥିଲେ ସୁଦ୍ଧା ଜିଲା ଶିକ୍ଷାଧିକାରୀଙ୍କ ଏପରି ନିଷ୍ପତ୍ତିକୁ ଅଞ୍ଚଳବାସୀ ସ୍ବାଗତ କରିଛନ୍ତି। ଏପରି ଶିକ୍ଷକମାନଙ୍କ ଉପରେ ଜିଲା ଶିକ୍ଷାଧିକାରୀ ଆଗକୁ ମଧ୍ୟ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣରେ ମତ ପ୍ରକାଶ ପାଉଛି। ତେବେ ଶନିବାର ଛୁଟି ଥିବାରୁ ସିଆରସିସିଙ୍କ ନିଲମ୍ବନ ବିଷୟ ଫୋନ ଯୋଗେ କୋରୁକୋଣ୍ଡା ବ୍ଲକ ଶିକ୍ଷାଧିକାରୀ ପତିତପାବନ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ, ୩୧।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସିସ୍…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

Odisha Floods: ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri