ଖର୍ଚ୍ଚ ହେବ ୨୦ ଲକ୍ଷ

ଭୁବନ, ୩୧।୮(ଡି.ଏନ.ଏ.) ପାଦ ଥାପିଛି ଶରତ। ବିଦ୍ୟାଦାତା ଗଜାନନଙ୍କ ଆବାହନ ସହ ଆରମ୍ଭ ହେବ ପାର୍ବଣ ଋତୁ। ଏହାକୁ ନେଇ ଗଁ।ଠାରୁ ସହର ଯାଏ ସବୁଠି ସୃଷ୍ଟି ହୋଇଛି ଉତ୍ସବ ମୁଖର ପରିବେଶ। ଏପରି ମହୋତ୍ସବରେ ସାମିଲ ହୋଇଛି ଢେଙ୍କାନାଳ ଜିଲାର ଶିଳ୍ପୀଗ୍ରାମ ଭୁବନ। ଏଠାକାର ଗଣେଶ ପୂଜା ଜିଲାରେ ନିଆରା ପରିଚୟ ସୃଷ୍ଟି କରିଥିବାବେଳେ ଚଳିତବର୍ଷ ୨୦ ମଣ୍ଡପରେ ବିଘ୍ନରାଜଙ୍କ ଆବାହନ କରାଯାଉଛି। ପୂଜାକୁ ଆଉ ମାତ୍ର ୨ଦିନ ଥିବାବେଳେ ଏହାକୁ ନେଇ ଜୋର୍‌ ଧରିଛି ପ୍ରସ୍ତୁତି।
ଭୁବନ ଏନ୍‌ଏସିରେ ହେଉଥିବା ଗଣେଶ ପୂଜାରେ ସ୍ବତନ୍ତ୍ର ଛାପ ଛାଡ଼ିଛି ଗ୍ଲୋରିୟସ କ୍ଲବ। ଚଳିତବର୍ଷ କ୍ଲବର ପୂଜାକୁ ୧୨ବର୍ଷ ପୂରଣ ହେଉଛି। ଏହି ଉପଲକ୍ଷେ ପୂଜାକୁ ନିଆରା ଢଙ୍ଗରେ ପାଳନ କରାଯିବାକୁ କ୍ଲବ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏଥିରେ ପାଖାପାଖି ୨୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ସୁଉଚ୍ଚ ମୂର୍ତ୍ତି, ଅତ୍ୟାଧୁନିକ ତୋରଣ, ଆଲୋକମାଳା, ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରମୁଖ ଆକର୍ଷଣ ସାଜିବ। ସେପ୍ଟେମ୍ବର ୨ରେ ପାରମ୍ପରିକ ନୀତିରେ ଗଣେଶଙ୍କ ପୂଜାର୍ଚ୍ଚନା ଆରମ୍ଭ ହେବ। ୪ତାରିଖରୁ ୩ଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଭୁବନେଶ୍ୱରର ଜାଭେଦ୍‌ ଗ୍ରୁପ୍‌ ମେଲୋଡ଼ି, କ୍ରିଏଟିଭ୍‌ ଗ୍ରୁପ୍‌ ଏବଂ ବ୍ଲାକ୍‌ ଡାଇମଣ୍ଡ ଗ୍ରୁପ୍‌ର କଳାକାରମାନେ ନୃତ୍ୟସଙ୍ଗୀତ ପରିବେଷଣ କରି ଦର୍ଶକଙ୍କ ମନୋରଞ୍ଜନ କରିବେ। ଏଥିସହ ୨୦୦୦ ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଛି। ଭସାଣି ଉତ୍ସବରେ ସମ୍ବଲପୁରୀ ନୃତ୍ୟ, ଖୋର୍ଦ୍ଧା ପାଇକ ଆଖଡ଼ା, ପୁରୀ ଘଣ୍ଟବାଦ୍ୟ, ସିଙ୍ଗବାଦ୍ୟ ପ୍ରମୁଖ ଆକର୍ଷଣ ସାଜିବ। ପୂଜାକୁ ଶୃଙ୍ଖଳିତ କରିବାକୁ କମିଟି ପକ୍ଷରୁ ନିଆରା ପ୍ରୟାସ କରାଯାଇଛି। ପୂଜା ପାଉଥିବା ୨୦ ମେଢ଼ ମଧ୍ୟରୁ ବିଭିନ୍ନ ବିଭାଗରେ ଉଚ୍ଚକୋଟୀର ପ୍ରଦର୍ଶନ କରିଥିବା ଶ୍ରେଷ୍ଠ ୩ କିମିଟିକୁ ପୁରସ୍କୃତ କରାଯିବ ବୋଲି ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri