ଦୀପାବଳିରେ ଦୁର୍ଘଟଣା: ବାଣ ଫୁଟା ନେଲା ୨ ଜଣଙ୍କ ଜୀବନ

ଖଲ୍ଲିକୋଟ,୨୮ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଶ୍ୟାମସୁନ୍ଦରପୁର ଗଁା ଦଳିତ ସାହିରେ ଦୀପାବଳି ରାତିରେ ଏକ ଦୁର୍ଘଟଣା ଘଟିଛି। ବାଣ ଫୁଟାଉଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ୮ନଂ. ୱାର୍ଡ ଶ୍ୟାମସୁନ୍ଦରପୁର ଗଁାର ମାଧବ ଦାସ (୨୫) ଓ ଶ୍ରଦ୍ଧେୟ ଦାସ (ପିଣ୍ଟୁ) (୨୫)।
ପ୍ରକାଶ ଯେ, ରବିବାର ରାତିରେ ମାଧବ ଓ ପିଣ୍ଟୁ ମିଶି ବାଣ ଫୁଟାଉଥିଲେ। ଏହି ସମୟରେ ଅସାବଧାନତା କାରଣରୁ ଏକ ଉଚ୍ଚ ଶବ୍ଦ ସମ୍ପନ୍ନ ବାଣ ତାଙ୍କ ହାତରେ ଫୁଟିଥିଲା। ଫଳରେ ଉଭୟେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଖଲ୍ଲିକୋଟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମାଧବଙ୍କର ମୃତ୍ୟୁ ହୋଇଥିଲା। ପିଣ୍ଟୁଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା।
ସେହିପରି ଖୋଜାପଲି ଗ୍ରାମର ଜଣେ ନାବାଳକ ମୁନା ଜେନା (୧୦) ଦୀପାବଳି ପାଳନ କରିବା ପାଇଁ ତାଙ୍କ ଅଜା ଘର କୈରାଶିକୁ ଆସିଥିଲେ। ସନ୍ଧ୍ୟାରେ ବାଣ ଫୁଟୁଥିଲା। ଫୁଟି ନ ଥିବା ଏକ ବାଣକୁ ମୁନା ଦେଖୁଥିବା ବେଳେ ତାହା ହଠାତ୍‌ ଫୁଟିଥିଲା। ଫଳରେ ସେ ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି। ଖଲ୍ଲିକୋଟ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ବହୁ ବେଆଇନ୍‌ ବାଣ ଦୋକାନ ଏବଂ ତିଆରି ସ୍ଥାନରୁ ବାଣ ଜବତ କରିଥିଲା। ଖଲ୍ଲିକୋଟ ବ୍ଲକ ଅଞ୍ଚଳରେ ଦୀପାବଳିରେ ବାଣ ଫୁଟାଉଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାସାକୁ ବଡ଼ ଝଟକା, ମଙ୍ଗଳ ଗ୍ରହରୁ ଗାୟବ ହେଲା MAVEN!

ନୂଆଦିଲ୍ଲୀ,୧୧ା୧୨: ଆମେରିକାର ଅନ୍ତରୀକ୍ଷ ସଂସ୍ଥା ନାସା ମଙ୍ଗଳ ଗ୍ରହରୁ କିଛି ବିଚଳିତକର ଖବର ସାମ୍ନାକୁ ଆସିଛି । ଗତ 11 ବର୍ଷ ଧରି ଲାଲ ଗ୍ରହ...

ଶତପ୍ରତିଶତ ପରୀକ୍ଷା ଫଳ ଉପରେ ଗୁରୁତ୍ୱ: କେନ୍ଦ୍ରୀୟ ବିଦ୍ୟାଳୟ…

ଭଞ୍ଜନଗର,୧୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା କଲେଜ ପରିଚାଳନା...

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri