ଖସିଲା ପାରଦ, ତାତିରୁ ତ୍ରାହି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଶେଷରେ ତାତିରୁ ତ୍ରାହି ମିଳିଛି। କିଛିଦିନ ହେବ ୪୦ ଡିଗ୍ରୀ ଉପରେ ରହୁଥିବା ରାଜ୍ୟର ଅନେକ ସହରର ତାପମାତ୍ରା ଶୁକ୍ରବାର ହ୍ରାସ ପାଇଛି। ସବୁ ସହରରେ ୪୦ ଡିଗ୍ରୀରୁ କମ୍‌ ତାପମାତ୍ରା ରହିଛି। ପାରଦ ୩ରୁ ୪ ଡିଗ୍ରୀ ଖସିଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଯେଭଳି ତାତି ଅନୁଭୂତ ହେଉଥିଲା, ସେଥିରୁ ଲୋକେ ଆଶ୍ୱସ୍ତି ଅନୁଭବ କରିଛନ୍ତି। ତେବେ ୨୦ତାରିଖଠାରୁ ତାପମାତ୍ରା କ୍ରମଶଃ ବୃଦ୍ଧି ପାଇବ। ପଶ୍ଚିମା ଗରମ ପବନ ସିଧାସଳଖ ରାଜ୍ୟକୁ ପ୍ରବାହିତ ହେବାକୁ ଥିବାରୁ ପ୍ରବଳ ଗରମ ଅନୁଭୂତ ହେବ। ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବଢ଼ିବ। ୨୫ତାରିଖଠାରୁ ତାପମାତ୍ରା ପୁଣିଥରେ ରେକର୍ଡ ଭାଙ୍ଗିବ। ଅଧିକାଂଶ ସହରରେ ୪୨ ଡିଗ୍ରୀ ଟପିଯିବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଶନିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ହାଲ୍‌କା ବର୍ଷା ସହ କାଳବୈଶାଖୀ ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବର୍ଷା ସହ ବଜ୍ରପାତ ସମ୍ଭାବନା ଥିବାରୁ ଲୋକଙ୍କ ଉପରେ ପ୍ରଭାବ ପଡ଼ିପାରେ। ତେଣୁ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଶୁକ୍ରବାର ସୁନ୍ଦରଗଡ଼ରେ ସର୍ବାଧିକ ତାପମାତ୍ରା ୩୯ ଡିଗ୍ରୀ ରହିଥିବା ବେଳେ ମାଲକାନଗିରି ୩୮.୮, ଟିଟିଲାଗଡ଼ ୩୮.୫, ଭବାନୀପାଟଣା ୩୮ ଓ ଭୁବନେଶ୍ୱରରେ ୩୭.୬ ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି। ଅନ୍ୟ ସମସ୍ତ ସହରରେ ପାରଦ ୩୫ ଡିଗ୍ରୀ ତଳକୁ ଖସିଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri