ଖସିଲା ପାରଦ, ରାଜଧାନୀରେ ତୁହାକୁ ତୁହା ବର୍ଷା

ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟକୁ ଉତ୍ତପ୍ତ କରିଥିବା ପ୍ରଚଣ୍ଡ ଗ୍ରୀଷ୍ମରୁ ଆଶ୍ୱସ୍ତି ମିଳିଛି। ଝଡବର୍ଷା ଯୋଗୁ ମଙ୍ଗଳବାର ଅଧିକାଂଶ ଜିଲାରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ୍‌ ତଳକୁ ଖସି ଆସିଛି। ସୂଚନା ଅନୁଯାୟୀ, କନ୍ଧମାଳ ଜିଲା ଫୁଲବାଣୀରେ ସର୍ବାଧିକ ୫୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କେନ୍ଦୁଝରରେ ୧୮, କଟକ ଓ ତାଳଚେରରେ ୧୪ ମିଲିମିଟର ଲେଖାଏ ବର୍ଷା ରେକର୍ଡ କରାଯାଇଛି। ବର୍ଷା ଯୋଗୁ ତାତି ହ୍ରାସ ପାଇଛି। କେବଳ ଟିଟିଲାଗଡ ଓ ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦.୫ ଡିଗ୍ରୀ ସେଲସିୟସ୍‌ ଥିବା ବେଳେ ଅନ୍ୟ ସମସ୍ତ ସ୍ଥାନରେ ତାପମାତ୍ରା ୩୧ରୁ ୩୮ ଡିଗ୍ରୀ ସେଲସିୟସ୍‌ ମଧ୍ୟରେ ରହିଛି। ଆସନ୍ତା ଦୁଇଦିନ ଯାଏ ପାଗରେ କାୈଣସି ପରିବତ୍ତର୍ର୍ନ ହେବ ନାହିଁ। ସର୍ବୋଚ୍ଚ ତାପମାତ୍ରା ୨ ରୁ ୩ ଡିଗ୍ରୀ ତଳକୁ ଖସିବା ସମ୍ଭାବନା ରହିଛି। ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଦିନରେ ପାଗ ମେଘୁଆ ରହିଥିଲା। ସର୍ବୋଚ୍ଚ ତାପମାତ୍ରା ୩୩.୬ ଡିଗ୍ରୀକୁ ଖସି ଆସିଥିଲା। ତେବେ ଅପରାହ୍ନରେ ଝଡବର୍ଷା ହୋଇଥିଲା। ଘଡଘଡି ସହ ତୁହାକୁ ତୁହା ବର୍ଷା ସହର ଓ ଏହାର ଆଖ ପାଖ ଅଞ୍ଚଳକୁ ଥଣ୍ଡା କରି ଦେଇଥିଲା। ପ୍ରାୟ ୪୫ ମିନିଟ ଧରି ବର୍ଷା ଲାଗି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri