ତିହିଡ଼ି,୧୯।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତରେ ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ବଣ୍ଟନ ଦାୟିତ୍ୱରେ ଥିବା ରିଟେଲର ହିତାଧିକାରୀଙ୍କଠାରୁ ନିର୍ଦ୍ଧାରିତ ମୂଲ୍ୟଠାରୁ ଅଧିକ ନେଉଥିବା ଦର୍ଶାଯାଇଛି। ପଞ୍ଚାୟତର ହିତାଧିକାରୀମାନେ ଶନିବାର ଜିଲାପାଳ ଓ ଉପଜିଲାପାଳଙ୍କୁ ଭେଟି ଏ ସମ୍ପର୍କରେ ଅଭିଯୋଗ କରିଛନ୍ତି। ଏହାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆ ନ ଗଲେ ଆସନ୍ତା ୨୭ ତାରିଖରେ ସେମାନେ ବ୍ଲକ କାର୍ଯ୍ୟାଳୟରେ ଗଣଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି।
ହିତାଧିକାରୀମାନେ ଅଭିଯୋଗ କରିଛନ୍ତି ଯେ, ପଞ୍ଚାୟତର ରିଟେଲର ଜଣଙ୍କ ସୁଲୋଚନା ମାଝୀ ନାମ୍ନୀ ଜଣେ ହିତାଧିକାରୀଙ୍କ ୧୨ମାସର ଚାଉଳକୁ ହଡ଼ପ କରିଥିବା ଅଭିଯୋଗ ହେବା ପରେ ଜିଲାପାଳ ଗତ ସେପ୍ଟେମ୍ବର ୮ରେ ଉପଜିଲାପାଳ, ଜିଲା ଯୋଗାଣ ଅଧିକାରୀ ଓ ବ୍ଲକ ଯୋଗାଣ ନିରୀକ୍ଷକଙ୍କୁ ଟୁଇଟ୍ କରି ଜଣାଇଥିଲେ। କୌଣସି କାର୍ଯ୍ୟାନୁଷ୍ଠାନ ନ ନିଆଯିବାରୁ ସେପ୍ଟମ୍ବର ୩୦ରେ ଜିଲା ଯୋଗାଣ ଅଧିକାରୀ ଜିଲାପାଳଙ୍କୁ ଭେଟି ଲିଖିତ ଭାବେ ଜଣାଇଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏକ ୩ ଜଣିଆ ତଦନ୍ତ କମିଟି ଗଠନ ହୋଇଥିଲେ ମଧ୍ୟ ଏଯାଏ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। ରିଟେଲର ଜଣଙ୍କ ଚାଉଳ ଓ କିରୋସିନ ଠିକ୍ ଭାବେ ବଣ୍ଟନ କରୁ ନ ଥିବାବେଳେ କିରୋସିନ ଲିଟର ପିଛା ସରକାରୀ ମୂଲ୍ୟଠାରୁ ଅଧିକ ୮ ଟଙ୍କା ନେଉଛନ୍ତି। ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ମାନସ ରଞ୍ଜନ ନାୟକଙ୍କ ନେତୃତ୍ୱରେ ଲମ୍ବୋଧର ବିଶ୍ୱାଳ, ଶ୍ରୀଧର ତରାଇ, ସୁରେନ୍ଦ୍ର ବଳ, ଅର୍ଜୁନ ବିଶ୍ୱାଳ, ଚକ୍ରଧର ନାୟକ, ନାରାୟଣ ଜେନା, ଅଜୟ ନାୟକ, ରତ୍ନାକର ନାୟକ ପ୍ରମୁଖ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ତେବେ ଅଭିଯୋଗର ତଦନ୍ତ କରାଯିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପଜିଲାପାଳ ପୀତାମ୍ବର ସାମଲ କହିଥିବା ହିତାଧିକାରୀମାନେ ପ୍ରକାଶ କରିଛନ୍ତି।
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍
ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...
ବିଜେଡିକୁ ଶକ୍ତ ଝଟ୍କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ
ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...
ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ
ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...
ଖେଳୁଖେଳୁ ପୋଖରୀରେ ପଡ଼ିଗଲା ଶିଶୁପୁତ୍ର, ଖୋଜାଖୋଜି କରିବାରୁ…
ତିହିଡ଼ି,୫ା୧୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଚିଲପଦା ଗ୍ରାମରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପୋଖରୀରୁ ଆଜି...
ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ: NH-୧୬ରେ ଅବରୋଧ କଲେ ଲୋକେ
ଭଦ୍ରକ,୪ା୧୨: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଜାତୀୟ ରାଜପଥ-୧୬...
ମଦ ପିଇବାକୁ ଟଙ୍କା ଦେଲେନି ମା’, ପେଟ୍ରୋଲ ଢାଳି ଜାଳିଦେଲେ ପୁଅ
ତିହିଡି଼, ୪।୧୨(ସଞ୍ଜିତ ବଳ): ଗୁରୁବାର ସକାଳୁ ସକାଳୁ ମା’କୁ ଟଙ୍କା ମାଗିଥିଲେ ପୁଅ । ପୁଅ ଟଙ୍କା ନେଇ ମଦ ପିଇବ ବୋଲି ମା’ ଜାଣିଥିଲେ।...
୮ଙ୍କୁ ବାଂଲାଦେଶୀ ଭାବି ଉଠାଇ ନେିଥିଲେ, ପରେ…
ଭଦ୍ରକ,୩।୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଏବେ ବାଂଲାଦେଶୀ ଚିହ୍ନଟ ପ୍ରକ୍ରିୟା ଜୋରଦାର ଚାଲିଥିବା ବେଳେ ବାସୁଦେବପୁର ପୋଲିସ ମଙ୍ଗଳବାର ରାତିରେ ସହରରେ ବିଭିନ୍ନ ସ୍ଥାନରେ ଘରଭଡା...
Archives


