Posted inଭଦ୍ରକ

ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା

ତିହିଡ଼ି,୧୯।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତରେ ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ବଣ୍ଟନ ଦାୟିତ୍ୱରେ ଥିବା ରିଟେଲର ହିତାଧିକାରୀଙ୍କଠାରୁ ନିର୍ଦ୍ଧାରିତ ମୂଲ୍ୟଠାରୁ ଅଧିକ ନେଉଥିବା ଦର୍ଶାଯାଇଛି। ପଞ୍ଚାୟତର ହିତାଧିକାରୀମାନେ ଶନିବାର ଜିଲାପାଳ ଓ ଉପଜିଲାପାଳଙ୍କୁ ଭେଟି ଏ ସମ୍ପର୍କରେ ଅଭିଯୋଗ କରିଛନ୍ତି। ଏହାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆ ନ ଗଲେ ଆସନ୍ତା ୨୭ ତାରିଖରେ ସେମାନେ ବ୍ଲକ କାର୍ଯ୍ୟାଳୟରେ ଗଣଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି।
ହିତାଧିକାରୀମାନେ ଅଭିଯୋଗ କରିଛନ୍ତି ଯେ, ପଞ୍ଚାୟତର ରିଟେଲର ଜଣଙ୍କ ସୁଲୋଚନା ମାଝୀ ନାମ୍ନୀ ଜଣେ ହିତାଧିକାରୀଙ୍କ ୧୨ମାସର ଚାଉଳକୁ ହଡ଼ପ କରିଥିବା ଅଭିଯୋଗ ହେବା ପରେ ଜିଲାପାଳ ଗତ ସେପ୍ଟେମ୍ବର ୮ରେ ଉପଜିଲାପାଳ, ଜିଲା ଯୋଗାଣ ଅଧିକାରୀ ଓ ବ୍ଲକ ଯୋଗାଣ ନିରୀକ୍ଷକଙ୍କୁ ଟୁଇଟ୍‌ କରି ଜଣାଇଥିଲେ। କୌଣସି କାର୍ଯ୍ୟାନୁଷ୍ଠାନ ନ ନିଆଯିବାରୁ ସେପ୍ଟମ୍ବର ୩୦ରେ ଜିଲା ଯୋଗାଣ ଅଧିକାରୀ ଜିଲାପାଳଙ୍କୁ ଭେଟି ଲିଖିତ ଭାବେ ଜଣାଇଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏକ ୩ ଜଣିଆ ତଦନ୍ତ କମିଟି ଗଠନ ହୋଇଥିଲେ ମଧ୍ୟ ଏଯାଏ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। ରିଟେଲର ଜଣଙ୍କ ଚାଉଳ ଓ କିରୋସିନ ଠିକ୍‌ ଭାବେ ବଣ୍ଟନ କରୁ ନ ଥିବାବେଳେ କିରୋସିନ ଲିଟର ପିଛା ସରକାରୀ ମୂଲ୍ୟଠାରୁ ଅଧିକ ୮ ଟଙ୍କା ନେଉଛନ୍ତି। ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ମାନସ ରଞ୍ଜନ ନାୟକଙ୍କ ନେତୃତ୍ୱରେ ଲମ୍ବୋଧର ବିଶ୍ୱାଳ, ଶ୍ରୀଧର ତରାଇ, ସୁରେନ୍ଦ୍ର ବଳ, ଅର୍ଜୁନ ବିଶ୍ୱାଳ, ଚକ୍ରଧର ନାୟକ, ନାରାୟଣ ଜେନା, ଅଜୟ ନାୟକ, ରତ୍ନାକର ନାୟକ ପ୍ରମୁଖ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ତେବେ ଅଭିଯୋଗର ତଦନ୍ତ କରାଯିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପଜିଲାପାଳ ପୀତାମ୍ବର ସାମଲ କହିଥିବା ହିତାଧିକାରୀମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri