Posted inଭଦ୍ରକ

ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା

ତିହିଡ଼ି,୧୯।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତରେ ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ବଣ୍ଟନ ଦାୟିତ୍ୱରେ ଥିବା ରିଟେଲର ହିତାଧିକାରୀଙ୍କଠାରୁ ନିର୍ଦ୍ଧାରିତ ମୂଲ୍ୟଠାରୁ ଅଧିକ ନେଉଥିବା ଦର୍ଶାଯାଇଛି। ପଞ୍ଚାୟତର ହିତାଧିକାରୀମାନେ ଶନିବାର ଜିଲାପାଳ ଓ ଉପଜିଲାପାଳଙ୍କୁ ଭେଟି ଏ ସମ୍ପର୍କରେ ଅଭିଯୋଗ କରିଛନ୍ତି। ଏହାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆ ନ ଗଲେ ଆସନ୍ତା ୨୭ ତାରିଖରେ ସେମାନେ ବ୍ଲକ କାର୍ଯ୍ୟାଳୟରେ ଗଣଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି।
ହିତାଧିକାରୀମାନେ ଅଭିଯୋଗ କରିଛନ୍ତି ଯେ, ପଞ୍ଚାୟତର ରିଟେଲର ଜଣଙ୍କ ସୁଲୋଚନା ମାଝୀ ନାମ୍ନୀ ଜଣେ ହିତାଧିକାରୀଙ୍କ ୧୨ମାସର ଚାଉଳକୁ ହଡ଼ପ କରିଥିବା ଅଭିଯୋଗ ହେବା ପରେ ଜିଲାପାଳ ଗତ ସେପ୍ଟେମ୍ବର ୮ରେ ଉପଜିଲାପାଳ, ଜିଲା ଯୋଗାଣ ଅଧିକାରୀ ଓ ବ୍ଲକ ଯୋଗାଣ ନିରୀକ୍ଷକଙ୍କୁ ଟୁଇଟ୍‌ କରି ଜଣାଇଥିଲେ। କୌଣସି କାର୍ଯ୍ୟାନୁଷ୍ଠାନ ନ ନିଆଯିବାରୁ ସେପ୍ଟମ୍ବର ୩୦ରେ ଜିଲା ଯୋଗାଣ ଅଧିକାରୀ ଜିଲାପାଳଙ୍କୁ ଭେଟି ଲିଖିତ ଭାବେ ଜଣାଇଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏକ ୩ ଜଣିଆ ତଦନ୍ତ କମିଟି ଗଠନ ହୋଇଥିଲେ ମଧ୍ୟ ଏଯାଏ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। ରିଟେଲର ଜଣଙ୍କ ଚାଉଳ ଓ କିରୋସିନ ଠିକ୍‌ ଭାବେ ବଣ୍ଟନ କରୁ ନ ଥିବାବେଳେ କିରୋସିନ ଲିଟର ପିଛା ସରକାରୀ ମୂଲ୍ୟଠାରୁ ଅଧିକ ୮ ଟଙ୍କା ନେଉଛନ୍ତି। ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ମାନସ ରଞ୍ଜନ ନାୟକଙ୍କ ନେତୃତ୍ୱରେ ଲମ୍ବୋଧର ବିଶ୍ୱାଳ, ଶ୍ରୀଧର ତରାଇ, ସୁରେନ୍ଦ୍ର ବଳ, ଅର୍ଜୁନ ବିଶ୍ୱାଳ, ଚକ୍ରଧର ନାୟକ, ନାରାୟଣ ଜେନା, ଅଜୟ ନାୟକ, ରତ୍ନାକର ନାୟକ ପ୍ରମୁଖ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ତେବେ ଅଭିଯୋଗର ତଦନ୍ତ କରାଯିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପଜିଲାପାଳ ପୀତାମ୍ବର ସାମଲ କହିଥିବା ହିତାଧିକାରୀମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri