ଖାତା ଦେଖିବେ ଅଧିକ ଶିକ୍ଷକ

କଟକ ଅଫିସ,୧୨ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ। ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଓ ମଧ୍ୟମା ପରୀକ୍ଷାର ଖାତା ଦେଖା ମଧ୍ୟ ଏହି ତାରିଖରୁ ଆରମ୍ଭ କରାଯିବ ବୋଲି ବୋର୍ଡ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଏଥିନିମନ୍ତେ ୬୦ଟି ମୂଲ୍ୟାୟନ କେନ୍ଦ୍ର ନିର୍ଦ୍ଧାରଣ କରାଯାଇଛି। ସେହିପରି ଗତବର୍ଷ ତୁଳନାରେ ଚଳିତବର୍ଷ ମୂଲ୍ୟାୟନକାରୀ ସଂଖ୍ୟା ୬ହଜାରକୁ ବୃଦ୍ଧି କରାଯାଇଛି। ଗତବର୍ଷ ୧୭ହଜାର ଶିକ୍ଷକ ମୂଲ୍ୟାୟନ ଦାୟିତ୍ୱରେ ଥିବାବେଳେ ଚଳିତ ଥର ୨୩ ହଜାର ମୂଲ୍ୟାୟନକାରୀ ନିଯୁକ୍ତ ହେବେ ବୋଲି ବୋର୍ଡର ପରୀକ୍ଷା ନିୟନ୍ତ୍ରକ ଡ. ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।
କରୋନା କଟକଣା ଯୋଗୁ ଖାତା ଦେଖାରେ ବିଳମ୍ବ ହୋଇଥିଲେ ସୁଦ୍ଧା ଏହି ପ୍ରକ୍ରିୟାକୁ ପୁନର୍ବାର ତ୍ୱରାନିତ କରିଛନ୍ତି ବୋର୍ଡ କର୍ତ୍ତୃପକ୍ଷ। ଗତ ମାର୍ଚ୍ଚ ୧୮ ଓ ୧୯ ତାରିଖରେ ଖାତା ଦେଖା ଦାୟିତ୍ୱରେ ନିୟୋଜିତ ହୋଇଥିବା ମୁଖ୍ୟ ମୂଲ୍ୟାୟନକାରୀ, ଡେପୁଟି ମୁଖ୍ୟ ମୂଲ୍ୟାୟନକାରୀ, ମୂଲ୍ୟାୟନକାରୀ, ତଦନ୍ତ ଅଧିକାରୀମାନଙ୍କୁ ୨୦ ତାରିଖରେ ମୂଲ୍ୟାୟନ କେନ୍ଦ୍ରରେ ଯୋଗଦେବାକୁ ନିର୍ଦ୍ଦେଶ ରହିଛି। ଜିଲା ଶିକ୍ଷାଧିକାରୀ ଏହି ପ୍ରକ୍ରିୟାକୁ ତଦାରଖ କରିବେ। ନୂତନ ଭାବେ ନିଯୁକ୍ତ ହୋଇଥିବା ମୂଲ୍ୟାୟନକାରୀଙ୍କ ତାଲିକା ବୋର୍ଡର ନିଜସ୍ବ ୱେବସାଇଟରେ ଉପଲବ୍ଧ ରହିଛି। ଏହାଛଡ଼ା କେତେଜଣ ମୂଲ୍ୟାୟନକାରୀ କରୋନା କଟକଣା ଯୋଗୁ ନିଜସ୍ବ ଜିଲାକୁ ଫେରିଯାଇଛନ୍ତି। ଏଭଳି ସ୍ଥଳେ ମୂଲ୍ୟାୟନକାରୀଙ୍କ ନିଜସ୍ବ ଜିଲାରେ ଥିବା ମୂଲ୍ୟାୟନକେନ୍ଦ୍ରରେ ସେମାନଙ୍କୁ ନିୟୋଜିତ କରିବାକୁ ବୋର୍ଡର ନିର୍ଦ୍ଦେଶ ରହିଛି। ଖାତା ଦେଖାର ସମୟ ଭିନ୍ନଭିନ୍ନ କରାଯାଇଛି। ପ୍ରଥମ ଭାଷା (ଓଡ଼ିଆ ) ଓ ସାମାଜିକ ବିଜ୍ଞାନର ପରୀକ୍ଷା ଖାତା ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୂଲ୍ୟାୟନ କରାଯିବ। ସେହିପରି ଇଂଲିଶ ଓ ସାଧାରଣ ବିଜ୍ଞାନ ସକାଳ ୯ଟାରୁ ଅପରାହ୍ନ ୩ଟା, ହିନ୍ଦୀ, ସଂସ୍କୃତ ଓ ଗଣିତ ଖାତାର ମୂଲ୍ୟାୟନ ସକାଳ ୯.୩୦ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ହେବ। ଖାତା ଦେଖା ସମୟରେ ସାମାଜିକ ଦୂରତ୍ୱ ବଜାୟ ରଖାଯିବା ସହ ପ୍ରତ୍ୟେକ ମୂଲ୍ୟାୟନକାରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ମୂଲ୍ୟାୟନକେନ୍ଦ୍ରକୁ ପ୍ରବେଶ କରିବା ସମୟରେ ହ୍ୟାଣ୍ଡ ସାନିଟାଇଜର ବ୍ୟବହାର କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri