ଖାତା ମୂଲ୍ୟାଙ୍କନକାରୀଙ୍କୁ ଭତ୍ତା ପ୍ରଦାନ ପାଇଁ ଦାବିପତ୍ର

କେନ୍ଦୁଝର, ୧ା୬ (ସ୍ବ.ପ୍ର.)-ଚଳିତବର୍ଷ କରୋନା ମହାମାରୀ ସତ୍ତ୍ୱେ ମାଧ୍ୟମିକ ଶିକ୍ଷା ପରିଷଦ, କଟକ ଦ୍ୱାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଖାତା ମୂଲ୍ୟାୟନ ଗତ ୨୬ ତାରିଖଠାରୁ ଆରମ୍ଭ ହୋଇଛି। କେନ୍ଦୁଝର ଜିଲାରେ ନରସିଂହସ୍ବାଇଁ ପୋଲିସ ଉଚ୍ଚ ବିଦ୍ୟାଳୟ ଏବଂ ଆନନ୍ଦପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଦୁଇଟି କେନ୍ଦ୍ରରେ ମୂଲ୍ୟାୟନ ଚାଲୁଅଛି। ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଆଖି ଆଗରେ ରଖି ବହୁ ଦୂରଦୂରାନ୍ତରୁ ଶିକ୍ଷକ, ଶିକ୍ଷୟିତ୍ରୀମାନେ ନିଜ ଜୀବନକୁ ବିପଦ କରି ଏଥିରେ ସହଯୋଗ କରିଛନ୍ତି। ମାତ୍ର କୋଭିଡ୍‌-୧୯ ନିମନ୍ତେ ମୂଲ୍ୟାୟନକାରୀଙ୍କୁ ଏକ ସ୍ବତନ୍ତ୍ର ପ୍ରୋତ୍ସାହନ ରାଶି ଦେବା ପାଇଁ ଗଣଶିକ୍ଷା ବିଭାଗ ମନ୍ତ୍ରୀ କରିଥିବା ଘୋଷଣା ସଂପର୍କରେ ଅଦ୍ୟାବଧି କୌଣସି ସୂଚନା ନାହିଁ। ଏଥି ନିମନ୍ତେ ସୋମବାର ନରସିଂହସ୍ବାଇଁ ପୋଲିସ ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ସମସ୍ତ ମୂଲ୍ୟାୟନକାରୀଙ୍କ ସ୍ବାକ୍ଷରରେ କ୍ୟାମ୍ପ ଅଫିସରଙ୍କୁ ଓଷ୍ଟା କେନ୍ଦୁଝର ନେତୃତ୍ୱରେ ଦାବିପତ୍ର ପ୍ରଦାନ କରାଯିବା ସଙ୍ଗେ ସଙ୍ଗେ ଯଥାଶୀଘ୍ର ଏହା ଘୋଷଣା କରା ନ ଗଲେ ଭବିଷ୍ୟତରେ ଖାତା ମୂଲ୍ୟାୟନରେ ବ୍ୟାହତ ହେବ ବୋଲି ଜିଲ୍ଲା ଓଷ୍ଟା କାର୍ଯ୍ୟକାରୀ ସଭାପତି ରଘୁନାଥ ବେହେରା, ସଂପାଦକ କ୍ଷୀରୋଦ କୁମାର ରାଉତ, ରାଜ୍ୟ ସଂପାଦକ କାହ୍ନୁଚରଣ ସାମଲ ଏବଂ ଝୁମ୍ପୁରା ବ୍ଲକ ସଭାପତି ନରେନ୍ଦ୍ର କୁମାର ସାହୁ ଚେତାବନୀ ଦେଇଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ପାଇଁ ଗୌରବ ଆଣିଲେ ଖୁସିରାମ: ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌ ଚାମ୍ପିୟନଶିପ୍‌ରେ…

ବଲାଙ୍ଗୀର,୩ା୭(ବୀରେନ୍ଦ୍ର କୁମାର ଝାଙ୍କର):ମହାରାଷ୍ଟ୍ରର ନାସିକଠାରେ ଗତ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ସିଙ୍ଗା, ମାକାନ, ପ୍ରି-ଟିନ୍‌, ପ୍ରି-ଜୁନିୟର ଓ ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

ଭୂକମ୍ପ ଭଗ୍ନାବଶେଷ ଭିତରୁ ୭ ଦିନ ପରେ ଜୀବନ୍ତ ଉଦ୍ଧାର ହେଲେ ବ୍ୟକ୍ତି: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାରକାସ୍‌,୩।୭: ଭେନେଜୁଏଲାରେ ଦୁଇଟି ଭୂକମ୍ପ ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ ବଞ୍ଚିବାର ଏକ ଉଲ୍ଲେଖନୀୟ କାହାଣୀ ସାମ୍ନାକୁ ଆସିଛି। ପ୍ରାୟ ୭ ଦିନ ଧରି ଏକ ଶପିଂ…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri