ଖାଦାନରେ ପଥର ଖସି ୩ ଶ୍ରମିକ ମୃତ

ପୁରୁଷୋତ୍ତମପୁର,୨୮ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଭାଟକୁମରଡ଼ା କଲେଜ ନିକଟ ଖାଦାନରେ ମଙ୍ଗଳବାର ଅପରାହ୍ନରେ କାମ କରୁଥିବା ବେଳେ ପଥର ଖସି ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଅଛନ୍ତି। ମୃତକମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଙ୍ଗଣାପଲ୍ଲୀ ଗ୍ରାମର ନମିତା ନାୟକ (୩୦), ପଙ୍କଜ ଦାସ (୧୯) ଏବଂ ଖଲ୍ଲିକୋଟ ଥାନା ବିକ୍ରମପୁର ଗ୍ରାମର ଭକ୍ତ ପରିଡା (୩୫)। ମୃତଦେହଗୁଡିକୁ ପୋଲିସ ଜବତ କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଛି। ହେଲେ ସନ୍ଧ୍ୟା ହୋଇଯାଇଥିବାରୁ ବ୍ୟବଚ୍ଛେଦ ହୋଇପାରିନି। ପଥର ଖାଦାନ ଲିଜ୍‌ଧାରୀଙ୍କ ଦାୟିତ୍ୱହୀନତାରୁ ଏଭଳି ଦୁର୍ଘଟଣା ଘଟିଥିବା ଅଭିଯୋଗ ହେଉଥିବା ବେଳେ ପୋଲିସ ଘଟଣାର ତଦନ୍ତ ଚଳାଇଛି। ଭାଟକୁମରଡ଼ା କଲେଜ ନିକଟ ଖାଦାନରେ ମଙ୍ଗଳବାର ପ୍ରାୟ ୧୦ ଜଣ ଶ୍ରମିକ ପଥର କଟିବା କାର୍ଯ୍ୟରେ ନିୟୋଜିତ ଥିଲେ। କାଳବୈଶାଖୀ ଜନିତ ବର୍ଷାରେ ମାଟି ଭିଜି ରହିଥିଲେ ମଧ୍ୟ ସେଠାରେ କାମ ଚାଲିଥିଲା। କୌଣସି ପ୍ରକାରେ ଏକ ପଥର ଖସି ପଡିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଶ୍ରମିକମାନେ ଅଳ୍ପକେ ବର୍ତ୍ତି ଯାଇଥିତ୍ଲେ। ଖବରପାଇ ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁ, ଥାନା ଅଧିକାରୀ ଜଗନ୍ନାଥ ମଲ୍ଲିକ, ତହସିଲଦାର ଅରୁଣ କୁମାର ନାୟକ, ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ, ଜନ୍ମେଜୟ ସାହୁ ଘଟଣାସ୍ଥଳରେ ପହଞ୍ଚିଥିଲେ। ମୃତଦେହଗୁଡିକୁ ପୋଲିସ ଜବତ କରିଥିଲା। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୧୧/୨୦) ରୁଜୁ କରାଯାଇଛି। ଉକ୍ତ ପାହାଡ଼ର ଲିଜ ହୋଇଛି କି ନାହିଁ ଏବଂ ଦୁର୍ଘଟଣା କିପରି ଘଟିଲା ତାହାର ତଦନ୍ତ କରାଯାଉଥିବା ଥାନାଧିକାରୀ ଜଗନ୍ନାଥ ମଲ୍ଲିକ କହିଛନ୍ତି। ଅନ୍ୟପକ୍ଷରେ ପାହାଡଟି ସରକାରୀ ନିୟମ ପ୍ରକାରେ ନିଲାମ ହୋଇଥିବା ତହସିଲଦାର ଅରୁଣ କୁମାର ନାୟକ କହିଛନ୍ତି । ମାଟି ଅତଡା ଖସି ଏଭଳି ଦୁର୍ଘଟଣା ଘଟିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri