ଖାଦ୍ୟ ନ ଖାଇ ଧାରଣାରେ ବସିଲେ ଅନ୍ତେବାସୀ

ଚଣ୍ଡିଖୋଲ, ୧୮।୫ (ଡି.ଏନ୍‌.ଏ.): ବଡ଼ଚଣା ବ୍ଲକ ପତରାଜପୁର ପଞ୍ଚାୟତ ପତରାଜପୁର ହାଇସ୍କୁଲ ସଙ୍ଗରୋଧ ଗୃହରେ ରହୁଥିବା ପ୍ରବାସୀ ଶ୍ରମିକଙ୍କୁ ନିମ୍ନମାନର ଖାଦ୍ୟ ମିଳିବା ଓ ଅତ୍ୟାବଶ୍ୟକ ଜିନିଷ ଯୋଗାଇ ଦିଆଯାଉ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ସୋମବାର ଉକ୍ତ କେନ୍ଦ୍ରର ୩୯ ଜଣ ଅନ୍ତେବାସୀ ଅଭିଯୋଗ କରିବା ସହ ସକାଳ ଜଳଖିଆ ନ ଖାଇ ସଙ୍ଗରୋଧ କେନ୍ଦ୍ର ପରିସରରେ ଧାରଣାରେ ବସି ରହିଥିଲେ। ସେମାନଙ୍କ ଅଭିଯୋଗ ଅନୁସାରେ, ଅତି ନିମ୍ନମାନର ଖାଦ୍ୟ ଦିଆଯାଉଥିବା ନେଇ ବାରମ୍ବାର ସରପଞ୍ଚଙ୍କୁ କହିବା ପରେ ବି ସେ ଏ ନେଇ ପଦକ୍ଷେପ ନେଉ ନାହାନ୍ତି। ଉକ୍ତ କେନ୍ଦ୍ରରେ ଅଧିକାଂଶ ମୁସଲ୍‌ମାନ ସମ୍ପ୍ରଦାୟର ରହିଥିବା ହେତୁ ସେମାନେ ରମଜାନ ମାସରେ ରୋଜା ରଖିଛନ୍ତି। ସେମାନେ ଦିନରେ ନ ଖାଇ କେବଳ ରାତ୍ରି ଭୋଜନ କରିବେ ବୋଲି ଜଣାଇଥିଲେ। ଏ ନେଇ ସେମାନଙ୍କ କେବଳ ରାତିରେ ଖାଦ୍ୟ ଦିଆଯାଉଛି। ମାତ୍ର ତାହା ମଧ୍ୟ ଅତ୍ୟନ୍ତ ନିମ୍ନମାନର। ସରପଞ୍ଚଙ୍କ ସ୍ବାମୀ ସବୁ କାର୍ଯ୍ୟରେ ହସ୍ତକ୍ଷେପ କରୁଥିବାରୁ ଖାଦ୍ୟ ନିମ୍ନମାନର ନେଇ ଅଭିଯୋଗ କଲେ, ସେ ଧମକ ଦେଉଛନ୍ତି। ଉକ୍ତ ପଞ୍ଚାୟତର ୯ ନଂ. ୱାର୍ଡ ସଭ୍ୟା ଶିବିରାର୍ଥୀଙ୍କ ଅଭିଯୋଗକୁ ମୋବାଇଲରେ ରେକର୍ଡିଂ କରୁଥିବା ବେଳେ ପଞ୍ଚାୟତ ନିର୍ବାହୀ ଅଧିକାରୀ ତାଙ୍କୁ ବାରଣ କରିବା ସହ ମୋବାଇଲ ଛଡ଼ାଇ ନେଇଥିଲେ। ଏଥିସହ ସରପଞ୍ଚଙ୍କ ସ୍ବାମୀ ଓ କାର୍ଯ୍ୟନିର୍ବାହୀ ତାଙ୍କୁ ଦୁର୍ବ୍ୟବହାର କରି ବାହାରକୁ ବାହାର କରିଦେଇଥିଲେ ବୋଲି ଓ୍ବାର୍ଡ ସଭ୍ୟା ବାଲିଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ଓ୍ବାର୍ଡ ସଭ୍ୟା ଶିବିରାର୍ଥୀଙ୍କୁ ପାନ, ଗୁଟ୍‌ଖା ଯୋଗାଉଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀ ଥାନାରେ ପାଲଟା ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ବାଲିଚନ୍ଦ୍ରପୁର ଥାନାଧିକାରୀ ସୁକାନ୍ତ କୁମାର ପାତ୍ରଙ୍କୁ ପଚାରିାବରେ ଅଭିଯୋଗ ପାଇଛୁ। ତଦନ୍ତ ପରେ ମାମଲା ରୁଜୁ ହେବ। ତେବେ ଘଟଣା ସମ୍ପର୍କରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ରସାନନ୍ଦ ଜେନାଙ୍କୁ ବାରମ୍ବାର ଯୋଗାଯୋଗ କରିଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ।
ସୂଚନାଥାଉ କି, ଉକ୍ତ ସଙ୍ଗରୋଧ ଗୃହ ନିର୍ମାଣରେ ବ୍ୟାପକ ଅବ୍ୟବସ୍ଥା ଯୋଗୁ ସରପଞ୍ଚଙ୍କୁ ଯାଜପୁର ଜିଲାପାଳ ଓ ବଡ଼ଚଣା ବିଡିଓ ୨ଥର କାରଣ ଦର୍ଶାଅ ନୋଟିସ୍‌ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri