ଖାଦ୍ୟ ସୁରକ୍ଷା ଯୋଜନାରେ ଅଧିକ ଲୋକଙ୍କୁ ସାମିଲ ସୁଯୋଗ: ଯୋଡ଼ିହେଲା ଆଉ ୫ ମାନଦଣ୍ଡ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହେବାକୁ ରାଜ୍ୟ ସରକାର ନୂତନ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏଥିରୁ ବାଦ୍‌ ପଡୁଥିବା ଅଧିକ ଲୋକଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ ଆଉ ୫ଟି ସ୍ବତଃ ଗ୍ରହଣ (ଅଟୋ ଇନକ୍ଲୁଜନ) ମାନଦଣ୍ଡ କାର୍ଯ୍ୟକାରୀ କରିଛନ୍ତି। ପୂର୍ବରୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହେବା ପାଇଁ ୬ଟି ଅଟୋ ଇନକ୍ଲୁଜନ ଏବଂ ଏଥିରୁ ବାଦ୍‌ ଦେବା ପାଇଁ ରାଜ୍ୟ ସରକାର ୯ଟି ଗାଇଡ୍‌ଲାଇନ୍‌ କାର୍ଯ୍ୟକାରୀ କରିଥିଲେ। ଏହି ଯୋଜନାରେ ସ୍ବତଃ ସାମିଲ ହେବାକୁ ହେଲେ ହିତାଧିକାରୀ ବାସହୀନ ପରିବାର ହୋଇଥିବା ବେଳେ ଭିକ୍ଷାବୃତ୍ତି କରି ଜୀବିକା ନିର୍ବାହ କରୁଥିବେ, ସମସ୍ତ ଆଦିମ ଆଦିବାସୀ, ଯେଉଁ ପରିବାରରେ କୌଣସି ସଦସ୍ୟ ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ ବିଧବା ଭତ୍ତା ପାଉଥିବେ ଓ ସରକାରଙ୍କ ଦ୍ୱାରା ସ୍ଥିର କରାଯାଇଥିବା କୌଣସି ବାଦ୍‌ ଦେବା ମାନଦଣ୍ଡ ଦ୍ୱାରା ଅଯୋଗ୍ୟ ହୋଇ ନ ଥିବେ। ସେହିପରି କୌଣସି ବ୍ୟକ୍ତି ଶତକଡା ୪୦ ଭାଗରୁ ଅଧିକ ଶାରୀରିକ ଅକ୍ଷମ ହୋଇଥିବେ ଏବଂ କିନ୍ନର ଶ୍ରେଣୀର ଆବେଦନକାରୀଙ୍କୁ ଆପଣାଛାଏଁ ରାଶନକାର୍ଡ ଯୋଗାଇ ଦେବାର ବ୍ୟବସ୍ଥା ରହିଛି। ତେବେ ରାଜ୍ୟ ସରକାର ଏଥିରେ ଆଉ ୫ଟି ମାନଦଣ୍ଡକୁ ସାମିଲ କରିଛନ୍ତି। ସେଗୁଡିକ ହେଲା କୌଣସି ବ୍ୟକ୍ତି ୬୦ ବର୍ଷରୁ ଊର୍ଦ୍ଧ୍ୱ ହୋଇଥିବେ ଏବଂ ତାଙ୍କର କୌଣସି ନିୟମିତ ଆୟ ନ ଥିବ, ପରିବାରରେ କେବଳ ବୃଦ୍ଧାବୃଦ୍ଧ ଥିବେ, ଶାରୀରିକ ଓ ମାନସିକ କ୍ଷେତ୍ରରେ ଦୁର୍ବଳ ଥିବେ, ଯେଉଁ ପରିବାରରେ କୋଣସି ବୟସ୍କ ସଦସ୍ୟ ନ ଥିବେ ଏବଂ ଯେଉଁବ୍ୟକ୍ତି ନିଜର ପରିବାର ପ୍ରତିପୋଷଣ ପାଇଁ ଦୈନିକ ମଜୁରି ଲାଗୁଥିବେ। ଏହାଛଡା କୁଷ୍ଠ, ଏଚ୍‌ଆଇଭି ଏବଂ ଅନ୍ୟ ଦୁରାରୋଗ୍ୟ ବ୍ୟାଧିରେ ପୀଡ଼ିତ ବ୍ୟକ୍ତିଙ୍କୁ ମଧ୍ୟ ଏହି ଯୋଜନାରେ ଆପେ ଆପେ ସାମିଲ କରାଯାଇ ପାରିବ।
ସେହିପରି ହିତାଧିକାରୀ ତାଲିକାରୁ ବାଦ୍‌ ପଡିବା ଗାଇଡ୍‌ଲାଇନ୍‌ରେ ମଧ୍ୟ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଇନ୍ଦିରା ଆବାସ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା,ବିଜୁ ପକ୍କାଘର ଯୋଜନା, ନିର୍ମାଣ ଶ୍ରମିକ ଯୋଜନା ଏବଂ ବିସ୍ଥାପନ ଓ ଥଇଥାନ ନୀତିଦ୍ୱାରା ସାମିଲ ହୋଇଥିବା ପରିବାର, ଯାହାଙ୍କର ୩ଟି କୋଠରିବିଶିଷ୍ଟ କୋଠାଘର ଥିବ ସେମାନଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍‌ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri