ଖାଦ୍ୟ ସୁରକ୍ଷା ସବ୍‌ସିଡି ୧୪,୨୯୨,୫୧ କୋଟି ଦିଅ

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ଉପରେ ୧୪,୨୯୨,୫୧ କୋଟି ଟଙ୍କା ସବ୍‌ସିଡି ବକେୟା ପଡ଼ିଛି। ଏଥିସହିତ ନଭେମ୍ବର ୩୦ ସୁଦ୍ଧା ଏହି ଟଙ୍କାର ୬,୧୮୭ କୋଟି ଟଙ୍କା ସୁଧ ବାବଦ ବକେୟା ପଡ଼ିରହିଛି। ଉକ୍ତ ବକେୟା ଅର୍ଥକୁ ତୁରନ୍ତ ଦେବା ଲାଗି ବିଜେଡି ସଂସଦୀୟ ଦଳ ସୋମବାର କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଭେଟି ଦାବି ପତ୍ର ଦେଇଛି। ଦାବିପତ୍ରରେ ଉଲ୍ଲେଖ କରାଯାଇଛି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ଖାଦ୍ୟଶସ୍ୟ ଉତ୍ପାଦନରେ ରେକର୍ଡ ସୃଷ୍ଟି କରିବା ସହ ସାଧାରଣ ବଣ୍ଟନ ବ୍ୟବସ୍ଥା(ପିଡିଏସ୍‌)ରେ ତୃତୀୟ ବୃହତ୍‌ ଯୋଗାଣକାରୀ ରାଜ୍ୟ ହୋଇପାରିଛି। ରାଜ୍ୟରୁ ଚାଉଳ ସଂଗ୍ରହ କରିବା କେନ୍ଦ୍ର ସରକାରଙ୍କ କାର୍ଯ୍ୟ। ରାଜ୍ୟର ଚାଷୀମାନେ ଯେପରି ଅସୁବିଧାରେ ନ ପଡ଼ିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ସହ ଓଡ଼ିଶା ସରକାର ଧାନ ସଂଗ୍ରହ ବିକେନ୍ଦ୍ରୀକରଣ ପାଇଁ ବୁଝାମଣା ପତ୍ର(ଏମ୍‌ଓୟୁ) ସ୍ବାକ୍ଷର କରିଛନ୍ତି। ଖାଦ୍ୟ ସୁରକ୍ଷା ବାବଦରେ ଓଡ଼ିଶା ସରକାର ପାଇବାକୁ ଥିବା ୧୪,୨୯୨.୫୧ କୋଟି ଟଙ୍କା ବକେୟା କେନ୍ଦ୍ର ସରକାରଙ୍କ ଉପରେ ରହିଛି। ସେଥିରୁ ୧୧,୬୮୯.୨୧ କୋଟି ପ୍ରୋଭିଜନାଲ ସବ୍‌ସିଡି ଏବଂ ୨୬୦୩.୩୦ କୋଟି ଆଡ୍‌ଭାନ୍ସ ସବ୍‌ସିଡି ବାକି ରହିଛି। ଏହାଛଡ଼ା ୨୦୨୨ ନଭେମ୍ବର ୩୦ ସୁଦ୍ଧା ଓଡ଼ିଶା ରାଜ୍ୟ ଯୋଗାଣ ନିଗମ ୬୧୮୭ କୋଟି ଅତିରିକ୍ତ ସୁଧ ବାବଦକୁ ପାଇବାକୁ ରହିଛି। ଏପର୍ଯ୍ୟନ୍ତ ଏହି ଅର୍ଥ କେନ୍ଦ୍ର ସରକାରଙ୍କ ନିକଟରେ ବକେୟା ରହିଛି। ସବ୍‌ସିଡି ମିଳିବାରେ ବିଳମ୍ବ ଯୋଗୁ ଯୋଗାଣ ନିଗମର ୬,୧୮୭ କୋଟି ଟଙ୍କା ବକେୟା ବାବଦରେ ପଡ଼ି ରହିଛି। ଉକ୍ତ ଅର୍ଥ ଦେବା ପାଇଁ ସଂସଦୀୟ ଦଳ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri