ଖାରିପଲ୍ଲୀ ଗ୍ରାମ୍ୟ କମିଟି ସଭ୍ୟଙ୍କୁ ହତ୍ୟା

ଧରାକୋଟ,୪ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଧୀନ ଖାରିପଲ୍ଲୀ ଗ୍ରାମ୍ୟ କମିଟି ସଭ୍ୟ ଭରତ ବେହେରା (୬୭)ଙ୍କୁ ଶୁକ୍ରବାର ତେଲିଆ ଠାକୁରାଣୀ ନିକଟସ୍ଥ ରାସ୍ତାରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ଶଳା ଗୌରହରି ବେହେରାଙ୍କ ଏତଲା କ୍ରମେ ବଡ଼ଗଡ଼ ପୋଲିସ ନଂ. ୨/୨୦ରେ ମାମଲା ରୁଜୁ କରିଛି। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ବଡ଼ଗଡ଼ ଥାନାଧିକାରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ ସାଇଣ୍ଟିଫିକ୍‌ ଟିମ ସହ ଘଟଣାସ୍ଥଳରେ ପହଞ୍ଚତ୍ ଅନୁସନ୍ଧାନ କରିଛନ୍ତି। ପ୍ରକାଶ ଯେ, ସକାଳୁ ଭରତ ସବୁଦିନ ଭଳି ମୁଢ଼ି ବିକିବା ପାଇଁ ମାଣିକ୍ୟପୁର ଆଡ଼କୁ ଯାଉଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ତାଙ୍କୁ ତେଲିଆ ଠାକୁରାଣୀ ନିକଟସ୍ଥ ରାସ୍ତାରେ ଅଟକାଇ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ। ପୂର୍ବରୁ ଉକ୍ତ ଗ୍ରାମରେ ୬ ଧାନ ଗଦା ଓ ପାୱାର ଟିଲରରେ ନିଆଁ ଲଗାଯିବା ଘଟଣାକୁ ନେଇ ଗଁ।ର ୩ ଜଣ ବ୍ୟକ୍ତିଙ୍କଠାରୁ ଭରତଙ୍କ ସମେତ ୫ଜଣ ଗ୍ରାମ୍ୟ କମିଟିର ସଭ୍ୟ ଜରିମାନା ଆଦାୟ କରିଥିଲେ। ଏହାକୁ ନେଇ ହତ୍ୟାକାଣ୍ଡ ଘଟିଥିବା କପୋଲିସ ସନ୍ଦେହ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri