ଖାଲି ପଡ଼ିଥିବା ଓଇଏସ୍‌ ପଦବୀ ତୁରନ୍ତ ପୂରଣ ଦାବି

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଅଧିକାଂଶ ବ୍ଲକ୍‌ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ବହୁ ପଦବୀ ଖାଲି ପଡ଼ିଛି। ଖାଲି ପଡ଼ିଥିବା ବିଇଓ, ଏବିଇଓ, ବିଆର୍‌ସିସି ପଦବୀ ପୂରଣ କରାଯାଉ ନ ଥିବାରୁ ଶିକ୍ଷା ବ୍ୟବସ୍ଥା ଗୁରୁତର ପ୍ରଭାବିତ ହୋଇଛି। ସରକାର ଏଥିପ୍ରତି ଆଦୌ ତପତ୍ରତା ପ୍ରକାଶ କରୁନାହାନ୍ତି। ୭ ବର୍ଷରୁ ଊର୍ଦ୍ଧ୍ୱ ହେବ ରାଜ୍ୟରେ ଓଡ଼ିଶା ଏଜୁକେଶନ ସର୍ଭିସ୍‌ (ଓଇଏସ୍‌) ପରୀକ୍ଷା କରାଯାଇନାହିଁ। ଫଳରେ ଅନେକ ଯୋଗ୍ୟ ତଥା ଦକ୍ଷ ଶିକ୍ଷକ ଏଥିରୁ ବଞ୍ଚତ୍ତ ହୋଇଛନ୍ତି। ଏପରି କି ବିନା ପଦୋନ୍ନତିରେ ଅନେକ ଶିକ୍ଷକ ଅବସର ଗ୍ରହଣ ମଧ୍ୟ କରିସାରିଲେଣି। ତେଣୁ ରାଜ୍ୟରେ ଓଇଏସ୍‌ ପରୀକ୍ଷା କରାଯାଇ ଖାଲି ପଡ଼ିଥିବା ପଦବୀ ତୁରନ୍ତ ପୂରଣ କରିବାକୁ ରାଜ୍ୟ ବିଏଡ୍‌ କନିଷ୍ଠ ଶିକ୍ଷକ ସଂଘ ସଭାପତି ସରୋଜ କୁମାର ପଣ୍ଡା ଦାବି କରିଛନ୍ତି।
ସେ ଏକ ପ୍ରେସ୍‌ ବିବୃତିରେ କହିଛନ୍ତି, ରାଜ୍ୟ ସରକାର ସମସ୍ତ ବିଭାଗର କର୍ମଚାରୀଙ୍କୁ ପ୍ରମୋଶନ ଦେଇ ଖୁସି କରାଇଛନ୍ତି। ୫-ଟି ଲଗାଇ ସବୁ ବିଭାଗଗୁଡ଼ିକୁ ବ୍ୟବସ୍ଥିତ କରିବାକୁ ଚେଷ୍ଟା ଚଳାଇଛନ୍ତି। କିନ୍ତୁ ଅତ୍ୟନ୍ତ ଦୁଃଖର ବିଷୟ, ରାଜ୍ୟର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ କାହିଁକି ଏତେ ଅଣଦେଖା କରାଯାଉଛି। ଯଦି ରାଜ୍ୟରେ ଖାଲି ପଡ଼ିଥିବା ସମସ୍ତ ଶିକ୍ଷକ ପଦବୀ ପୂରଣ ହେବା ସହ ଶ୍ରେଣୀ ଅନୁସାରେ ଶିକ୍ଷକ ନିଯୁକ୍ତି ଦିଆଯିବ ତେବେ ରାଜ୍ୟରେ ଶିକ୍ଷାର ମାନ ବଢିବ। ପିଲାଙ୍କୁ ଭଲ ଶିକ୍ଷା ମିଳିବ। ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକଙ୍କ ମଧ୍ୟରୁ ଯୋଗ୍ୟତା ଆଧାରରେ ପରୀକ୍ଷା କରାଇ ଉପଯୁକ୍ତ ସ୍ଥାନରେ ଅବସ୍ଥାପିତ କରନ୍ତୁ ବୋଲି ସଂଘ ଦାବି କରି ଆସୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?