ଖୁଚୁରା ମୁଦ୍ରାସ୍ଫୀତି ୭.୫୯% ସ୍ତରକୁ ବୃଦ୍ଧି

ନୂଆଦିଲ୍ଲୀ,୧୩-୨: ଜାନୁୟାରୀ ମାସରେ ଖୁଚୁରା ମୁଦ୍ରାସ୍ଫୀତି ୭.୫୯% ସ୍ତରକୁ ବୃଦ୍ଧି ଘଟିଛି। ଖାଦ୍ୟ ସାମଗ୍ରୀ ଦର ଉଚ୍ଚରେ ରହିବା ଯୋଗୁ ଏଭଳି ସ୍ଥିତି ଉପୁଜିଥିବା ବୁଧବାର ସରକାର ଜାରି କରିଥିବା ଡାଟାରୁ ଜଣାପଡିଛି। ଖାଉଟି ମୂଲ୍ୟ ସୂଚୀ( ସିପିଆଇ) ଭିତ୍ତିକ ମୁଦ୍ରାସ୍ଫୀତି ୨୦୧୯ ଡିସେମ୍ବରରେ ୭.୩୫% ସ୍ତରରେ ରହିଥିଲା। ଗତ ବର୍ଷ ଜାନୁୟାରୀରେ ଏହା ୧.୯୭% ଥିଲା। ମୁଦ୍ରାସ୍ଫୀତିକୁ ମଧ୍ୟମ ମିଆଦି ଭିତ୍ତିରେ ୪% ସ୍ତରରେ ରଖିବା ନେଇ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ହେଲେ ଲଗାତର ଲାଗି ୪ ମାସ ହେବ କେନ୍ଦ୍ରୀୟ ବ୍ୟାଙ୍କ ଆକଳନକୁ ଏହା ଟପିଥିବା ଜଣାପଡିଛି। ଚଳିତ ବର୍ଷ ଜାନୁୟାରୀର ଏହି ମୁଦ୍ରାସ୍ଫୀତି ୬ ବର୍ଷର ସର୍ବୋଚ୍ଚ ସ୍ତର। ଏହା ପୂର୍ବରୁ ୨୦୧୪ ଜୁଲାଇରେ ମୁଦ୍ରାସ୍ଫୀତି ରେକର୍ଡ ସ୍ତର ୭.୩୯% ସ୍ତରରେ ରହିଥିଲା।
ଗତ ମାସରେ ଖାଦ୍ୟ ମୁଦ୍ରାସ୍ଫୀତି ୧୩.୬୩% ସ୍ତର ଛୁଇଁଛି। ଗତ ବର୍ଷ ଜାନୁୟାରୀରେ (-) ୨.୨୪% ସ୍ତରରେ ଥିଲା। ମାତ୍ର ଡିସେମ୍ବରର ୧୪.୧୯% ସ୍ତରଠାରୁ ଏହା ନିମ୍ନରେ ରହିଛି। ଦରଦାମକୁ ନଜରରେ ରଖି ରିଜର୍ଭ ବ୍ୟାଙ୍କ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି। ଏହି ସମୟରେ ରେପୋ ରେଟ୍‌ ୫.୧୫ ସ୍ତରରେ ରହିଛି। ଏହା ବାଦ ଦେଶର ଅଭିବୃଦ୍ଧି ମନ୍ଥର ସ୍ଥିତିରେ ମଧ୍ୟ ରହିଛି। ଆସନ୍ତା ଆର୍ଥତ୍କ ବର୍ଷର ପ୍ରଥମାର୍ଦ୍ଧରେ ମୁଦ୍ରାସ୍ଫୀତି ଆକଳନକୁ ରିଜର୍ଭ ବ୍ୟାଙ୍କ ପରିବର୍ତ୍ତନ କରି ୫ ଏବଂ ୫.୪% ସ୍ତରରେ ରଖିଛି। ଦ୍ୱିମାସିକ ମୁଦ୍ରାନୀତି ସମୀକ୍ଷା ବୈଠକରେ ରିଜର୍ଭ ବ୍ୟାଙ୍କ ଖୁଚୁରା ମୁଦ୍ରାସ୍ଫୀତିକୁ ବିଚାର କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri