ଖୁଡ଼ୀ ହତ୍ୟାକାରୀ ପୁତୁରାଙ୍କୁ ଆଜୀବନ ଜେଲ

ଅନୁଗୋଳ ଅଫିସ, ୨୩।୮-ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଜଳତାପ ଗ୍ରାମରେ ୨୦୧୮ରେ ହୋଇଥିବା ଏକ ହତ୍ୟା ମାମଲାର ବିଚାର କରି ଗୁରୁବାର ଅନୁଗୋଳ ଆଡିଶନାଲ ଡିଷ୍ଟ୍ରିକ୍ଟ ଆଣ୍ଡ ସେସନ୍‌ ଜଜ୍‌ କମ୍‌ ସ୍ପେଶାଲ ଜଜ୍‌ ଭିଜଲାନ୍ସ ରୂପଶ୍ରୀ ଚୌଧୁରୀ ଅଭିଯୁକ୍ତ ସୁମନ୍ତ ଗଡ଼ନାୟକଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଓ ଅନାଦାୟ ସ୍ଥଳେ ଅଧିକ ୬ ମାସ ଜେଲ ଦଣ୍ଡ ନିର୍ଦ୍ଦେଶ ଦେଇଛନ୍ତି। ମୋଟ୍‌ ୨୨ ଜଣଙ୍କ ସାକ୍ଷ୍ୟକୁ ଭିତ୍ତିକରି କୋର୍ଟ ଏଭଳି ରାୟ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଆଡିଶନାଲ ପିପି ଅଭୟ କୁମାର ଗଡ଼ନାୟକ ମାମଲା ପରିଚାଳନା କରିଥିଲେ।
ବିବରଣୀରୁ ପ୍ରକାଶ ଯେ, ୨୦୧୮ ଜୁନ ୧୬ରେ ଜଳତାପ ଗ୍ରାମର ମନୋରମା ଗଡ଼ନାୟକ ଘଣଘଣିମୁଣ୍ଡାଠାରେ ଥିବା ଭାଲିଆ ବଗିଚାକୁ କାଜୁ ତୋଳିବାକୁ ଯାଇଥିବା ବେଳେ ସେଠାରେ ତାଙ୍କୁ ପୁତୁରା ସୁମନ୍ତ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ। ଧାର ନେଇଥିବା ୧୫ଶହ ଟଙ୍କା ଦେବାକୁ ଖୁଡ଼ୀ ମନୋରମା ବାରମ୍ବାର ତାଗିଦ କରିବା ଏପରି କି ଗାଳିଗୁଲଜ କରୁଥିବାରୁ ସୁମନ୍ତ ରାଗରେ ତାଙ୍କୁ ହତ୍ୟା କରିଥିବା ପୋଲିସ ନିକଟରେ ସ୍ବୀକାର କରିଥିଲେ। ମନୋରମାଙ୍କ ସ୍ବାମୀ ପ୍ରଫୁଲ୍ଲଙ୍କ ଅଭିଯୋଗକୁ ଆଧାର କରି ଛେଣ୍ଡିପଦା ପୋଲିସ ନଂ. ୧୪୬/୧୮ରେ ମାମଲା ରୁଜୁ କରି ସେହି ବର୍ଷ ଜୁନ୍‌ ୧୮ରେ ସୁମନ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri