ଖୁଣ୍ଟାରେ ଚାଷୀ ସମାବେଶ

ଖୁଣ୍ଟା,୨୦ା୯(ଡି.ଏନ୍‌.ଏ.)- ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ସ୍ଥାନୀୟ ଖୁଣ୍ଟା କଲ୍ୟାଣମଣ୍ଡପଠାରେ ଗୁରୁବାର ଏକ ଚାଷୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ଖୁଣ୍ଟା ଓ ଗୋପବନ୍ଧୁ ନଗର ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରୁ ୫୦୦ ରୁ ଉଦ୍ଧର୍‌ବ ଚାଷୀ ସାମିଲ ହୋଇ ନିଜର ଦାବି ସମ୍ପର୍କିତ ବିଭିନ୍ନ ସ୍ଲୋଗାନମାନ ଦେଇଥିଲେ। ସଂଗଠନର ଗୋପବନ୍ଧୁ ନଗର ବ୍ଲକ ସଂଯୋଜକ କମଳାକାନ୍ତ ମହାକୁଡ଼ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ସଂଗଠନର ରାଷ୍ଟ୍ରୀୟ ଅଧକ୍ଷ ଅକ୍ଷୟ କୁମାର, ସମ୍ମାନୀତ ଅତିଥି ଭାବେ ଖୁଣ୍ଟା ବ୍ଲକ ସଂଯୋଜକ ଶକ୍ତିପଦ ପାତ୍ର, ବାହାନଡା ପଞ୍ଚୟତର ସରପଞ୍ଚ ଧନେଶ୍ୱର ଟୁଡୁ ,ବରିଷ୍ଠ ଚାଷୀ ଗୌରାଙ୍ଗ ପୋଥାଳ ଓ ସଂଗଠନର ସକ୍ରିୟ ସଦସ୍ୟ ଜୟଦୀପ ସାହୁ ଉପସ୍ଥିତ ଥିଲେ। ଏଥିରେ ଚାଷୀମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା ହୋଇଥିବା ବେଳେ ସରକାରଙ୍କ କୃଷି ନୀତିକୁ ଘୋର ବିରୋଧ କରାଯାଇଥିଲା। ଚଳିତ ବର୍ଷ ବର୍ଷାର ଅନିୟମିତତା କାରଣରୁ ଚାଷୀମାନେ ନିଶ୍ଚିତ କ୍ଷତିଗ୍ରସ୍ତ ହେବେ ବୋଲି ଚାଷୀମାନେ ଅଭିଯୋଗ କରିଥିଲେ। ମୁଖ୍ୟ ଅତିଥି ଅକ୍ଷୟ କୁମାର ଚାଷୀ ସଂଗଠନର ମୌଳିକ ଦାବି ପ୍ରାଇସ ,ପ୍ରେଷ୍ଟିଜ ଓ ପେନସନକୁ ହାସଲ କରିବାକୁ ହେଲେ ଚାଷୀ ସଂଗଠନକୁ ମଜବୁତ କରିବା ପାଇଁ ହେବ ବୋଲି କହିବା ସହିତ ଆଗାମୀ ନଭେମ୍ବର ୬ ତାରିଖରେ ରାଷ୍ଟ୍ରୀୟ ନେତା ଆନ୍ନା ହଜାରେଙ୍କ ସମେତ ଅନ୍ୟାନ୍ୟ ରାଷ୍ଟ୍ରୀୟ ନେତାଙ୍କ ଉପସ୍ଥିତରେ ଚାଷୀଙ୍କ ସମସ୍ୟା ଭିତ୍ତିକ ୧୮ ଦଫା ଦାବି ନେଇ ଭୁବନେଶ୍ୱରରେ ହେବାକୁ ଥିବା ରାଷ୍ଟ୍ରୀୟ ଚାଷୀ ସମାବେଶରେ ବହୁଳ ସଂଖ୍ୟାରେ ଯୋଗ ଦେବା ପାଇଁ ଚାଷୀମାନଙ୍କୁ ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri