ଖୁଣ୍ଟ ଅଛି, ମିଟର ବସିଛି, ଅନ୍ଧାରରେ ଗ୍ରାମବାସୀ

କେନ୍ଦୁଝର,୧୧ା୬(ସ୍ବ.ପ୍ର.): ଉପଯୁକ୍ତ ତଦାରଖ ଅଭାବରୁ କେନ୍ଦୁଝର ଜିଲାର ବହୁ ଗ୍ରାମରେ ବିଦ୍ୟୁତ୍‌ ଖୁଣ୍ଟ ପଡ଼ିଛି, ଘରେ ମିଟର ଓ ପାଇପ ଲଗାଯାଇଛି କିନ୍ତୁ ଲୋକମାନେ ବର୍ଷବର୍ଷ ଧରି ଅନ୍ଧାରରେ ରହୁଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ହରିଚନ୍ଦନପୁର ବ୍ଲକ ପୀଠଗୋଳା ଗ୍ରାମ ଘୋଡ଼ାମୁଣ୍ଡା ସାହି (୧୧ନମ୍ବର) ଓ୍ବାର୍ଡରେ। ଏହି ସାହିରେ ୩୦ ଆଦିବାସୀ ଓ ଅନ୍ୟ ସମ୍ପ୍ରଦାୟର ପରିବାର ବସବାସ କରୁଛନ୍ତି। ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୫୦କିମି ଦୂର ଦୁର୍ଗମ ଇଲାକାର ଏହି ଗ୍ରାମରେ ବିଦ୍ୟୁତ୍‌ ସତେ ଯେମିତି ସାତସପନ ପାଲଟିଛି। ୨୦୧୯ ମସିହାରେ ବିଦ୍ୟୁତ୍‌ ସଂଯୋଗ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ଏହା ଦେଖି ଗ୍ରାମବାସୀ ଖୁସି ହୋଇଯାଇଥିଲେ। ଇତିମଧ୍ୟରେ ବର୍ଷେ ବିତିଥିଲେ ହେଁ ଗ୍ରାମବାସୀ ଆଲୋକ ଦେଖିପାରି ନାହାନ୍ତି। ଏନେଇ ଗ୍ରାମବାସୀ ବ୍ଲକ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନ ନିକଟକୁ ବାରମ୍ବାର ଧାଇଁ ନୟାନ୍ତ ହୋଇଥିଲେ ହେଁ ଆଲୋକ ଦେଖିପାରିନାହାନ୍ତି ବୋଲି ସ୍ଥାନୀୟ ଅଧିବାସୀ ଦୁଃଖବନ୍ଧୁ ସାହୁ କହିଛନ୍ତି। ଗତ ଡିସେମ୍ବରରେ ଅଭିଯୋଗ କରିବା ପରେ ୭ ଦିନ ମଧ୍ୟରେ ବିଦ୍ୟୁତ୍‌ ଯୋଗାଣ ହେବ ବୋଲି ପ୍ରତିଶ୍ରୁତି ମିଳିଥିଲା। କିନ୍ତୁ ଅଦ୍ୟାବଧି ବିଦ୍ୟୁତ ସେବା ମିଳିନାହିଁ। ଏଣୁ ଏନେଇ ଶକ୍ତି ସଚିବ ଓ ମନ୍ତ୍ରୀଙ୍କ ଦ୍ୱାରସ୍ଥ ହେବୁ ବୋଲି ସ୍ଥାନୀୟ ମଙ୍ଗଲୁ ଦେହୁରୀ, ବାସୁଦେବ ଦେହୁରୀ, ରଞ୍ଜନା ଦେହୁରୀ ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

କଟକରେ ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ

କଟକ,୧୯ା୯(କାର୍ତ୍ତିକ ସାହୁ): ସାମାଜିକ, ରାଜନୈତିକ ଓ ପ୍ରଶାସନିକ ଇତିହାସରେ ନନ୍ଦିନୀ ଶତପଥୀଙ୍କ ଅବଦାନ ଅତ୍ୟନ୍ତ ସ୍ବତନ୍ତ୍ର। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ସେ ଓଡ଼ିଶା ରାଜନୀତିରେ…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?