‘ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ’

ଭୁବନେଶ୍ୱର/ସମ୍ବଲପୁର/,୮।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୩ଟି ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ। ସୁନ୍ଦରଗଡ଼, ପୁରୀ ଓ ତାଳଚେରରେ ମେଡିକାଲ କଲେଜ ସ୍ଥାପନ କରିବାକୁ ରାଜ୍ୟ ସରକାର ସ୍ଥିର କରିଥିବା ରବିବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଥିଲେ ଯେ ମେଡିକାଲ କଲେଜ ପ୍ରତିଷ୍ଠା ହେଲେ ରାଜ୍ୟରେ ସ୍ବାସ୍ଥ୍ୟସେବାରେ ଦେଖାଦେଉଥିବା ସମସ୍ୟା ଦୂର ହେବ। ଏଥିସହ ରାଜ୍ୟରେ ଡାକ୍ତର ଅଭାବ ସମସ୍ୟା ମଧ୍ୟ ରହିବ ନାହିଁ। ଡାକ୍ତର ଅଭାବ ଏବେ ପ୍ରମୁଖ ସମସ୍ୟା ରହିଛି। ଏହି ସମସ୍ୟା ଦୂର କରିବାକୁ ଏବେ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି। ଆସନ୍ତା ୨ ବର୍ଷ ମଧ୍ୟରେ ଖାଲିଥିବା ଡାକ୍ତର ପଦବୀ ପୂରଣ ହେବ। ରାଜ୍ୟରେ ଖୁବ୍‌ ଶୀଘ୍ର ନୂଆ ସ୍ବାସ୍ଥ୍ୟ ନୀତି ଲାଗୁ ହେବ। ଏହି ନୀତି ଅନୁସାରେ ସରକାରଙ୍କ ଅର୍ଥରେ ପଢୁଥିବା ଡାକ୍ତରୀ ଛାତ୍ରୀଛାତ୍ର ରାଜ୍ୟ ବାହାରକୁ ଯିବେ ନାହିଁ। ପାଠପଢ଼ା ସରିବା ପରେ ଏହି ଛାତ୍ରୀଛାତ୍ର ପ୍ରଥମେ ରାଜ୍ୟରେ ସ୍ବାସ୍ଥ୍ୟସେବାରେ ନିୟୋଜିତ ହେବେ ବୋଲି ମନ୍ତ୍ରୀ କହିଛନ୍ତି। ପଶ୍ଚିମ ଓଡ଼ିଶାରେ ବିଭିନ୍ନ ଡାକ୍ତରଖାନାର ସମସ୍ୟା ଦୂର କରିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଛି। ବିଭିନ୍ନ ମେଡିକାଲ କଲେଜରେ ସମୀକ୍ଷା ବୈଠକ କରି ପରିସ୍ଥିତି ସମ୍ପର୍କରେ ଆଲୋଚନା କରାଯାଉଛି। ସମ୍ବଲପୁର ଭିମସାର ମେଡିକାଲ କଲେଜରେ ଆସନ୍ତା ୧୦ ତାରିଖରେ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ କରାଯିବ ବୋଲି ଦାସ କହିଥିଲେ। ସୂଚନାଯୋଗ୍ୟ, ସମ୍ବଲପୁର ଗଙ୍ଗାଧର ମେହେର କଲେଜର ୭୫ତମ ପ୍ରତିଷ୍ଠା ଦିବସ ରବିବାର ସ୍ଥାନୀୟ ତପସ୍ବିନୀ ପ୍ରେକ୍ଷାଳୟରେ ପାଳନ କରାଯାଇଥିଲା। ଏଥିରେ ସ୍ବାସ୍ଥ୍ୟମନ୍ତ୍ରୀ ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ଶେଷରେ ସେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?