ଖୁବ୍‌ଶୀଘ୍ର ଧର୍ମପଦ ପୁରସ୍କାର

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ବହୁ ବାଦବିବାଦ ମଧ୍ୟରେ ଅଟକି ରହିଥିବା ଧର୍ମପଦ ପୁରସ୍କାରର ଭାଗ୍ୟ ଶେଷରେ ଖୋଲିବାକୁ ଯାଉଛି। ଚାରୁକଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଦିଆଯାଉଥିବା ଏହି ସର୍ବୋଚ୍ଚ ସମ୍ମାନ ଯଥାଶୀଘ୍ର ଦିଆଯିବାକୁ ନିଷ୍ପତ୍ତି ହୋଇଛି। ଯଦି ସବୁକିଛି ଠିକ୍‌ଠାକ୍‌ ଚାଲେ, ତାହେଲେ ଆସନ୍ତା ଏକମାସ ମଧ୍ୟରେ ପୁରସ୍କାର ପ୍ରଦାନ ଉତ୍ସବର ଆୟୋଜନ କରାଯିବ ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିଛି। ୨୦୦୯ରୁ ୨୦୧୫ ପର୍ଯ୍ୟନ୍ତ ଧର୍ମପଦ ପୁରସ୍କାର ଘୋଷଣା ସରିଥିଲେ ମଧ୍ୟ କୋର୍ଟକୁ ମାମଲା ଚାଲିଯାଇଥିବାରୁ ତାହା ଅଟକି ରହିଛି। ଇତିମଧ୍ୟରେ ପୁରସ୍କାର ପାଇବାକୁ ଥିବା କେତେଜଣ ଶିଳ୍ପୀଙ୍କର ପରଲୋକ ଘଟିସାରିଛି। ଏଭଳିସ୍ଥଳେ ଆଇନ ବିଭାଗର ପରାମର୍ଶ କ୍ରମେ ଖୁବ୍‌ଶୀଘ୍ର ଧର୍ମପଦ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯିବ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ସଚିବ ମନୋରଞ୍ଜନ ପାଣିଗ୍ରାହୀ କହିଛନ୍ତି।
ଧର୍ମପଦ ପୁରସ୍କାର ପାଇଁ ବାଟ ଫିଟିବା ପରେ ପ୍ରଥମେ ୨୦୦୯ରୁ ୨୦୧୫ ପର୍ଯ୍ୟନ୍ତ ୭ବର୍ଷ ପାଇଁ ୭ ଜଣ ବିଶିଷ୍ଟ ଶିଳ୍ପୀଙ୍କୁ ପୁରସ୍କାର ପ୍ରଦାନ କରାଯିବ। ୨୦୦୯ ଲାଗି ପଟଚିତ୍ର ଶିଳ୍ପୀ ସ୍ବର୍ଗତ ଗୋକୁଳ ବିହାରୀ ପଟ୍ଟନାୟକ, ୨୦୧୦ ପାଇଁ ଚିତ୍ର ଓ ମଞ୍ଚଶିଳ୍ପୀ ସ୍ବର୍ଗତ ଅସୀମ ବସୁ, ୨୦୧୧ ଲାଗି ଖଲ୍ଲିକୋଟ କଳା ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡ. ଦୁର୍ଗାପ୍ରସାଦ ଦାସ, ୨୦୧୨ ଲାଗି ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ସାହୁ, ୨୦୧୩ ଲାଗି ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଚିତ୍ରଶିଳ୍ପୀ ଯତୀନ ଦାସ, ୨୦୧୪ ପାଇଁ ଶିଳ୍ପୀ ଓ କଳା ସମାଲୋଚକ ସ୍ବର୍ଗତ ଡ. ଦିନନାଥ ପାଠୀ ଓ ୨୦୧୫ ଲାଗି ପଦ୍ମବିଭୂଷଣ ଡ. ରଘୁନାଥ ମହାପାତ୍ରଙ୍କୁ ପୁରସ୍କୃତ କରାଯିବ। ତେବେ ପରଲୋକଗତ ଶିଳ୍ପୀମାନଙ୍କୁ ପ୍ରଥମଥର ଲାଗି ଏକାଡେମୀ ମରଣୋତ୍ତର ଭାବେ ସମ୍ମାନିତ କରିବ। ଏହି ଅବସରରେ ଶିଳ୍ପୀମାନଙ୍କୁ ୧ଲକ୍ଷ ଟଙ୍କାର ଅର୍ଥରାଶି ସହ ଉପଢୌକନ ଓ ମାନପତ୍ର ପ୍ରଦାନ କରାଯିବ। ସେହିପରି ୨୦୧୪ ପାଇଁ ଏକାଡେମୀ ପକ୍ଷରୁ ଚିତ୍ରଶିଳ୍ପୀ ସ୍ବର୍ଗତ ଶରତ କୁମାର ରଥ, ସ୍ବର୍ଗତ ହରିସିହ୍ନା ବାବୁ, ଟେରାକୋଟା ଶିଳ୍ପୀ ସ୍ବର୍ଗତ ଦେବରାଜ ସାହୁ, ଚିତ୍ରଶିଳ୍ପୀ ସ୍ବର୍ଗତ ପ୍ରମୋଦ ମହାନ୍ତି ଏବଂ ଚିତ୍ରଶିଳ୍ପୀ ମହେନ୍ଦ୍ର ପ୍ରସାଦ ମହାପାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯିବ। ୨୦୧୫ ଲାଗି ଚିତ୍ରଶିଳ୍ପୀ ଚନ୍ଦ୍ରମଣୀ ବିଶ୍ୱାଳ, ଚିତ୍ରଶିଳ୍ପୀ ସ୍ବର୍ଗତ ଚିତ୍ରା ପଟ୍ଟନାୟକ, ଚିତ୍ରଶିଳ୍ପୀ କୈଳାସ ମେହେର, ରାମହରି ଜେନା ଏବଂ ଶୈଳବାଳା ନାୟକଙ୍କୁ ଏକାଡେମୀ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ। ଏହାସହ ୨୦୧୫ରୁ ୨୦୨୦ ପର୍ଯ୍ୟନ୍ତ ଧର୍ମପଦ ପୁରସ୍କାର ଲାଗି ପ୍ରତିଭାଙ୍କୁ ଖୁବ୍‌ଶୀଘ୍ର ମନୋନୀତ କରାଯିବାକୁ ମଧ୍ୟ ନିଷ୍ପତ୍ତି ହୋଇଛି।
୨୦୦୮ରେ ପୁରସ୍କାର ଘୋଷଣା ସମୟରେ ବିବାଦ ଦେଖାଦେବାରୁ ଆଉ ପୁରସ୍କାର ଦିଆଯାଇ ନ ଥିଲା। ଏନେଇ ବାଦବିବାଦ ଲାଗି ରହିବା ଫଳରେ ପୁରସ୍କାର ପ୍ରଦାନ ନେଇ ଅନିଶ୍ଚିତତା ଲାଗିରହିଥିଲା। ତାହାରି ଭିତରେ ପୁରସ୍କାର ରାଶିକୁ ସରକାର ଦ୍ବିଗୁଣିତ କରିବା ସହ ୨୦୧୫ ସୁଦ୍ଧା ଦେବାକୁ ନିଷ୍ପତ୍ତି ହୋଇଥିଲା। ୨୦୧୫ରେ ଏକ କମିଟି ଗଠନ କରାଯିବା ସହ ଶିଳ୍ପୀ ଚୟନ କରାଯାଇ ୭ବର୍ଷ ଲାଗି ପୁରସ୍କାର ପ୍ରଦାନ ପାଇଁ ଘୋଷଣା ହୋଇଥିଲା। ହେଲେ କେତେଜଣ ଶିଳ୍ପୀ କୋର୍ଟରେ ମାମଲା କରିବାରୁ ପୁରସ୍କାର ଦିଆଯାଇପାରି ନାହିଁ। ତେବେ ପୁରସ୍କାର ଦିଆଯାଇପାରିବ ନାହିଁ ବୋଲି କୌଣସି କଟକଣା ନ ଥିବାରୁ ଆଇନ ବିଭାଗ ପରାମର୍ଶ କ୍ରମେ ଉତ୍ସବ ଆୟୋଜନ କରିବାକୁ ଏକାଡେମୀ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri