ଖୁବ୍‌ଶୀଘ୍ର ବଡ଼ ପରଦାକୁ ଫେରିବେ ବଲିଉଡ୍‌ ବାଦଶାହ

ମୁମ୍ବାଇ:ଗତ କିଛି ଦିନରୁ ବଲିଉଡ୍‌ ବାଦଶାହ ଶାହରୁଖ ଖାଁଙ୍କ ଫିଲ୍ମ ବକ୍ସ ଅଫିସ୍‌ରେ ଭଲ ବ୍ୟବସାୟ କରିପାରିନାହିଁ। ୨୦୧୮ରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଜିରୋ’ ମଧ୍ୟ ତାଙ୍କୁ କିଛି ଖାସ୍‌ ସଫଳତା ଦେଇ ନ ଥିଲା। ଏବେ ପଯର୍ର୍‌ୟନ୍ତ ଶାହରୁଖ ଗୋଟିଏ ବି ଫିଲ୍ମର ଶୁଟିଂ କରି ନାହାନ୍ତି। ହେଲେ ଶାହରୁଖ ତାଙ୍କ ପ୍ରଶଂସକଙ୍କୁ ଆଉ ଅପେକ୍ଷା କରାଇବେ ନାହିଁ। କାରଣ ସେ ଗୋଟିଏ ନୂଆ ପ୍ରୋଜେକ୍ଟରେ କାମ କରିବାକୁ ଯାଉଛନ୍ତି। ଖୁବ୍‌ଶୀଘ୍ର ଶାହରୁଖ ଏକ କମେଡି, ଆକ୍ସନ ଓ ଥ୍ରିଲର ଫିଲ୍ମରେ ନଜର ଆସିବେ। ନିଜ ୫୪ତମ ଜନ୍ମଦିନ ଅବସରରେ ଶାହରୁଖ ଏହି ଫିଲ୍ମ ନେଇ ଘୋଷଣା କରିଥିଲେ। ଆସନ୍ତା ବର୍ଷ ରାଜ ନିଦିମୋରୁ ଓ କୃଷ୍ଣା ଡିକେଙ୍କ ଦ୍ୱାରା ନିର୍ଦ୍ଦେଶିତ ଏକ ବଡ଼ ବଜେଟରେ ତିଆରି ହେବାକୁ ଯାଉଥିବା ଷ୍ଟାଇଲିଶ୍‌ ଆକ୍ସନ ଫିଲ୍ମରେ ଶାହରୁଖ ଅଭିନୟ କରିବେ। ଆଉ ଫିଲ୍ମର ଶୁଟିଂ ଶାହରୁଖଙ୍କ ପ୍ରଡକ୍ସନ ହାଉସ୍‌ରେ କରାଯିବା ସହ ଭାରତ ଓ ବିଦେଶରେ ମଧ୍ୟ କରାଯିବ ବୋଲି ସୂଚନା ମିଳିଛି। ସେହିପରି ଫିଲ୍ମରେ ଆକ୍ସନ ସିକ୍ୱେଏନ୍ସ ପାଇଁ ବିଦେଶରୁ ଷ୍ଟଣ୍ଟମ୍ୟାନ ଆସିବେ ବୋଲି ଜଣାପଡ଼ିଛି। ଏବେ ଫିଲ୍ମର ସ୍କ୍ରିପ୍ଟ ଫାଇନାଲ ଷ୍ଟେଜ୍‌ରେ ଥିବା ବେଳେ ଏହାପରେ ଶୁଟିଂର ସ୍ଥାନକୁ ଚୟନ କରାଯିବ। ଏହି ଫିଲ୍ମରେ ପପୁଲାର ଅଭିନେତ୍ରୀଙ୍କୁ କାଷ୍ଟ କରାଯିବାକୁ ନେଇ ଯୋଜନା କରାଯାଉଥିବା ବେଳେ ୨୦୨୧ରେ ବଡ଼ ପରଦାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri