ଖୁବ୍‌ଶୀଘ୍ର ବିଏସ୍‌ଏଲ୍‌ସିରେ ଆରମ୍ଭ ହେବ ଖନନ ପ୍ରକ୍ରିୟା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୩।୭(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ବିର୍ସା ଷ୍ଟୋନ୍‌ ଲାଇମ୍‌ କମ୍ପାନୀ ଲିମିଟେଡ(ବିଏସ୍‌ଏଲ୍‌ସି)ରେ ଖନନ ପ୍ରକ୍ରିୟା କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ଜଣାପଡିଛି ା ଏଥିପାଇଁ ଭବିଷ୍ୟତରେ ଶ୍ରମିକ ଏବଂ ସଂଶ୍ଲିଷ୍ଟ ସଂସ୍ଥାଗୁଡିକ ପ୍ରଭାବିତ ହେବେ ନାହିଁ ବୋଲି ସୋମବାର ଇସ୍ପାତ୍‌ ମନ୍ତ୍ରଣାଳୟରେ ଧର୍ମେନ୍ଦ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ ପରେ ସୂଚନା ଦିଆଯାଇଛି ା ବୈଠକରେ ପରିଚାଳନା ସମ୍ବନ୍ଧିତ ବିଷୟର ସମାଧାନ କରାଯିବ ବୋଲି ସହମତି ପ୍ରକାଶ ପାଇଛି ା ସେଲ୍‌ ଏବଂ ଆରଆଇଏନଏଲ ବିଏସ୍‌ଏଲ୍‌ସିରୁ ଅଗ୍ରୀମ ଭାବରେ ଡୋଲାମାଇଟ୍‌ ନେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ା ଏଥିପାଇଁ ଏକ ଦୀର୍ଘମିଆଦୀ ଯୋଜନା ଖୁବ୍‌ଶୀଘ୍ର ପ୍ରସ୍ତୁତ ହେବ ା ଏହି କାର୍ଯ୍ୟ ଚଳିତ ସପ୍ତାହ ମଧ୍ୟରେ ପୁଣି ଆରମ୍ଭ ହେବ ବୋଲି ଧର୍ମେନ୍ଦ୍ର କହିଛନ୍ତି ା ବୈଠକରେ ଇସ୍ପାତ୍‌ ରାଷ୍ଟ୍ରମନ୍ତ୍ରୀ ଫଗନ୍‌ ସିଂହ କୁଲସ୍ତେ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ବୀରମିତ୍ରପୁର ବିଧାୟକ ଶଙ୍କର ଓରାମ ଏବଂ ଇସ୍ପାତ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ା ପ୍ରକାଶ ଯେ, ରାଷ୍ଟ୍ରୀୟ ଇସ୍ପାତ୍‌ ନିଗମ ଲିମିଟେଡ୍‌ର ସହାୟକ କମ୍ପାନୀ ବିଏସ୍‌ଏଲ୍‌ସି ୧୯୧୦ରୁ ଓଡିଶାର ସୁନ୍ଦରଗଡ ଜିଲାରେ ଖନନ ଏବଂ ବିପଣନ ଚୂନ ପଥର ଓ ଡୋଲାମାଇଟର କାରବାର କରୁଛି ା ବିଗତ କିଛିଦିନ ଧରି ବିଏସ୍‌ଏଲ୍‌ସିକୁ ପରିଚାଳନା ବନ୍ଦ କରିବାକୁ ପଡିଥିଲା ା ଏହି ମାମଲାକୁ ଜୁଏଲ ଓରାମ ଏବଂ ବୀରମିତ୍ରପୁରର ବିଧାୟକ ଶଙ୍କର ଓରାମ ଏବଂ ପ୍ରଭାବିତ ଶ୍ରମିକ ଓ କର୍ମଚାରୀ ବିଭାଗୀୟ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri