ଖୁବ୍‌ଶୀଘ୍ର ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳ

ପୁରୀ ଅଫିସ,୬ା୯: ସେବାୟତ ପରିବାରର ପିଲାଙ୍କ ପାଇଁ ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳ ଯୋଜନା କରାଯାଇଛି। କିନ୍ତୁ ଏ ପର୍ଯ୍ୟନ୍ତ ଏହାର କାମ ଆରମ୍ଭ କରାଯାଇ ନାହିଁ। ଖୁବ୍‌ଶୀଘ୍ର ଏହାକୁ କିପରି କାର୍ଯ୍ୟକ୍ଷମ କରାଯିବ ସେ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର। ଶୁକ୍ରବାର ଅନୁଷ୍ଠିତ ପରିଚାଳନା କମିଟି ବୈଠକ ଶେଷରେ ମୁଖ୍ୟ ପ୍ରଶାସକ କହିଥିଲେ, ୧୦ରୁ ୧୨ ଏକର ଜମିରେ ଆଦର୍ଶ ଗୁରୁକୁଳର ଢାଞ୍ଚା ପ୍ରସ୍ତୁତ କରାଯାଇ ଆସନ୍ତା ପରିଚାଳନା କମିଟି ବୈଠକରେ ଏହାର ଡିଜାଇନ ଉପସ୍ଥାପନ କରାଯିବ। ଏଥିପାଇଁ ଥିବା ସବ୍‌ କମିଟିକୁ ଏହାର ଦାୟିତ୍ୱ ଦିଆଯାଇଛି।
ମହାପ୍ରଭୁଙ୍କ ଦୈନନ୍ଦିନ ସେବାପୂଜା ଓ ନୀତିକାନ୍ତି ଠିକ୍‌ ସମୟରେ ସମ୍ପନ୍ନ ଲାଗି ଆଦର୍ଶ ସେବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆଦର୍ଶ ସେବକ ଗଢିବାକୁ ହେଲେ ସେମାନଙ୍କ ବ୍ୟକ୍ତିତ୍ୱ, ସାମର୍ଥ୍ୟ, ସାମାଜିକ ଓ ଅର୍ଥନୈତିକ ସ୍ତରରେ ଗୁଣାତ୍ମକ ପରିବର୍ତ୍ତନ ଅଣାଯିବା ଦରକାର। ବସ୍ତୁତଃ ମହାପ୍ରଭୁଙ୍କ ନୀତି ସମ୍ପନ୍ନ କରୁଥିବା ବହୁସଂଖ୍ୟକ ସେବକଙ୍କ ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିବାରୁ ସେମାନେ ସେମାନଙ୍କ ପିଲାଙ୍କୁ ଭଲ ବିଦ୍ୟାଳୟରେ ପଢାଇବାରେ ଓ ସମୁଚିତ ଜୀବିକା ଦେବାରେ ସମର୍ଥ ହେଉନାହାନ୍ତି। ତେଣୁ ସେବକମାନଙ୍କ ପିଲାଙ୍କ ପାଠ ପଢିବା ଲାଗି ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳର ପରିକଳ୍ପନା କରାଯାଇଥିଲା। ହେଲେ ୩ ବର୍ଷରୁ ଊର୍ଦ୍ଧ୍ୱ ହେବ ଏହି ଆଦର୍ଶ ଗୁରୁକୁଳ କାମ ଆରମ୍ଭ ହୋଇପାରି ନାହିଁ। ଶ୍ରୀମନ୍ଦିର ବଜେଟରେ ଏଥିପାଇଁ ବ୍ୟୟ ଅଟକଳ କରାଯାଉଛି। କିନ୍ତୁ ଆଦର୍ଶ ଗୁରୁକୁଳ ପ୍ରତିଷ୍ଠା ଗଡି ଗଡି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri