ପୁରୀ ଅଫିସ, ୩୦।୭: ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ବେଳେ ସେବକ ଏବଂ କର୍ମଚାରୀଙ୍କୁ ପରିଚୟପତ୍ର ପ୍ରଦାନ ପାଇଁ ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ କିପରି କାର୍ଯ୍ୟକାରୀ କରାଯିବ ତାହା ଉପରେ ଗୁରୁତ୍ୱ ଦେଇଥିଲା ଶ୍ରୀମନ୍ଦିର ପ୍ରଶାସନ। ହେଲେ ଏ ପର୍ଯ୍ୟନ୍ତ ପରିଚୟପତ୍ର ବଣ୍ଟାଯାଇନାହିଁ। ଶ୍ରୀମନ୍ଦିରରେ ଶୃଙ୍ଖଳା ଓ ସୁରକ୍ଷା ଦୃଷ୍ଟିରୁ ଏହାର ଗୁରୁତ୍ୱ ରହିଥିବାରୁ ମନ୍ଦିର ପ୍ରଶାସନ ଏ ନେଇ ତତ୍ପରତା ପ୍ରକାଶ କରିଛି। ଖୁବ୍ଶୀଘ୍ର ସେବାୟତଙ୍କୁ ପରିଚୟପତ୍ର ବଣ୍ଟନ କରାଯିବ ବୋଲି ସୋମବାର ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ହୋଇଛି। ତେବେ ପ୍ରଥମେ ସୁଆର ମହାସୁଆର ସେବାୟତଙ୍କୁ ଏହି ପରିଚୟପତ୍ର ଦିଆଯିବ। ଆସନ୍ତା ୩ ଦିନ ମଧ୍ୟରେ ଏହା ବଣ୍ଟାଯିବ ବୋଲି ଜଣାପଡ଼ିଛି।
ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ଆଣିବା କ୍ଷେତ୍ରରେ ପରିଚୟପତ୍ର ବେଶ୍ ସହାୟକ ହୋଇପାରିବ। ସହଜରେ ସେବକମାନଙ୍କୁ ଚିହ୍ନି ହେବ। ବିଭିନ୍ନ ସମୟରେ ସେବାୟତ ବେଶ ଧାରଣ କରି ଅଣସେବକ ପଶିଯାଉଛନ୍ତି। ମନ୍ଦିର ଭିତରେ ଭକ୍ତଙ୍କୁ ଟଙ୍କା, ପଇସା ମାଗି ହଇରାଣ କରୁଛନ୍ତି। ତେଣୁ ପ୍ରବେଶ ପଥରେ ସେହିଭଳି ଲୋକଙ୍କୁ ଅଟକାଇ ଦିଆଯାଇପାରିବ। ଏଥିସହ ଅନେକ ସମୟରେ ସେବକ ଭକ୍ତଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ହୋଇଥାଏ। ପରିଚୟପତ୍ର ପକାଇଥିଲେ ଜଣେ ଭକ୍ତ ସମ୍ପୃକ୍ତ ସେବାୟତଙ୍କ ନାମ ମଧ୍ୟ ସହଜରେ ଜାଣିପାରିବା ସହ ଅଭିଯୋଗ କରିପାରିବେ।
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ
ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି
ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି E-KYC ଅବଧି...
Archives


