ଖୁବ୍‌ଶୀଘ୍ର ୩ ଜିଲାରେ ବୋଟ୍‌ ଆମ୍ବୁଲାନ୍ସ ସେବା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ରେ ଆରମ୍ଭ ହୋଇଥିବା ବୋଟ୍‌ ଆମ୍ବୁଲାନ୍ସ ସେବା ବିଚ୍ଛିନ୍ନାଞ୍ଚଳ ସହ କେତେକ ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ବିଶେଷଭାବେ ସଫଳ ହୋଇଛି। ବିଚ୍ଛିନ୍ନାଞ୍ଚଳର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହି ସେବା ନୂଆ ଆଶା ସଞ୍ଚାର କରିବା ସହ ବହୁ ମୂଲ୍ୟବାନ ଜୀବନ ବଞ୍ଚାଇବାରେ ସହାୟକ ହୋଇପାରିଛି। ଏହାକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ବୋଟ୍‌ ଆମ୍ବୁଲାନ୍ସ ସେବାକୁ ଆହୁରି ବ୍ୟାପକ କରିବାକୁ ରାଜ୍ୟ ସରକାର ଉଦ୍ୟମ ଚଳାଇଛନ୍ତି। ଖୁବ୍‌ଶୀଘ୍ର ରାଜ୍ୟର ଆଉ ୩ଟି ଜିଲା କୋରାପୁଟ, ମାଲକାନଗିରି ଓ କନ୍ଧମାଳରେ ବୋଟ୍‌ଆମ୍ବୁଲାନ୍ସ ସେବା ଆରମ୍ଭ କରିବାକୁ ଯୋଜନା ପ୍ରସ୍ତୁତ ହୋଇଛି।
୨୦୧୯ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ର ବତିଘର ଅଞ୍ଚଳରେ ଏହି ସେବାର ଶୁଭାରମ୍ଭ ହୋଇଥିଲା। ଦେଢ ବର୍ଷ ମଧ୍ୟରେ ବୋଟ୍‌ ଆମ୍ବୁଲାନ୍ସ ପାଇଁ ଜିଲାର ବିଚ୍ଛିନ୍ନାଞ୍ଚଳରେ ସ୍ବାସ୍ଥ୍ୟସେବାରେ ଅନେକ ସୁଧାର ଆସିପାରିଛି। ବିଶେଷକରି ପ୍ରସୂତି ଓ ଗୁରୁତର ରୋଗୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ର ନେବା ଆଣିବାରେ ଏହି ଆମ୍ବୁଲାନ୍ସ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ୧୦୮ ଆମ୍ବୁଲାନ୍ସ ଭଳି ଏଥିରେ ପ୍ରାଥମିକ ଚିକିତ୍ସା ପାଇଁ ଆବଶ୍ୟକ ସମସ୍ତ ଉପକରଣ ରହିବା ସହ ଅଭିଜ୍ଞ କର୍ମଚାରୀମାନେ ନିୟୋଜିତ ହୋଇଛନ୍ତି। ଆବଶ୍ୟକସ୍ଥଳେ ଏମାନେ ଜରୁରିକାଳୀନ ସେବା ମଧ୍ୟ ଯୋଗାଉଛନ୍ତି। ନିକଟରେ କେନ୍ଦ୍ରାପଡ଼ା ଜିଲାର ବାଡ଼ତୁବି ଗ୍ରାମର ୨୩ ବର୍ଷୀୟ ଜାନକୀ ମଣ୍ଡଳ ଝାଡ଼ାବାନ୍ତିରେ ପୀଡ଼ିତ ହୋଇଥିଲେ। ବୋଟ ଆମ୍ବୁଲାନ୍ସରେ ତୁରନ୍ତ ତାଙ୍କୁ ନିକଟ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇ ଚିକିତ୍ସା କରାଯିବାରୁ ବର୍ତ୍ତମାନ ସେ ସୁସ୍ଥ ଥିବା ଜଣାପଡ଼ିଛି। ବତିଘର ଅଞ୍ଚଳରେ ଲୋକଙ୍କ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଲେ ସେମାନେ ମୁଖ୍ୟତଃ ଏଠାରୁ ୨୦ କିମି ଦୂର ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କିମ୍ବା ୩୫ କିମି ଦୂର କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ଉପରେ ନିର୍ଭର କରିଥାନ୍ତି। ଯାତାୟାତ ସମସ୍ୟା ଯୋଗୁ ଏସବୁ ସ୍ଥାନରେ ରୋଗୀ ପହଞ୍ଚତ୍ବା ବେଳକୁ ବହୁ ବିଳମ୍ବ ହୋଇଯାଇଥାଏ। ଏବେ କିନ୍ତୁ ବୋଟ୍‌ ଆମ୍ବୁଲାନ୍ସ ଯୋଗୁ ସ୍ବାସ୍ଥ୍ୟକେନ୍ଦ୍ର ଯିବାରେ କୌଣସି ବିଳମ୍ବ କିମ୍ବା ଅସୁବିଧା ହେଉନି।
ଏନେଇ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ ଉର୍ମିଳା ମିଶ୍ର କହିଛନ୍ତି, ବୋଟ୍‌ ଆମ୍ବୁଲାନ୍ସ ବିଚ୍ଛିନ୍ନାଞ୍ଚଳରେ ରୋଗୀଙ୍କ ଯାତାୟାତରେ ବେଶ୍‌ ସହାୟକ ହେବା ସହିତ ବର୍ତ୍ତମାନ କୋଭିଡ୍‌ ମହାମାରୀ ସମୟରେ ମଧ୍ୟ ବିଶେଷ ସାହାଯ୍ୟ କରୁଛି। ନିକଟରେ କରୋନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ବୋଟ୍‌ ଆମ୍ବୁଲାନ୍ସ ଦ୍ୱାରା ଆମେ ବିଚ୍ଛିନ୍ନାଞ୍ଚଳରେ ଏକାଧିକ ସଚେତନଭିତ୍ତିକ ସ୍ବାସ୍ଥ୍ୟ କ୍ୟାମ୍ପ୍‌ର ଆୟୋଜନ କରିଥିଲୁ। ତେବେ ଏହି ସଫଳତାକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ରାଜ୍ୟରେ ବୋଟ୍‌ ଆମ୍ବୁଲାନ୍ସ ସେବାକୁ ଆହୁରି ସମ୍ପ୍ରସାରଣ କରାଯିବାର ଯୋଜନା ରହିଥିବା ଏହାର ପରିଚାଳନା କରୁଥିବା ସଂସ୍ଥା ଜିକିତ୍ସା ହେଲ୍‌ଥ କେୟାର ଲିମିଟେଡ୍‌ର ଓଡ଼ିଶା ମୁଖ୍ୟ ସବ୍ୟସାଚୀ ବିଶ୍ୱାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri