ଖୁବ ଶୀଘ୍ର ସ୍ଥିତି ବଦଳିବ- ବାତ୍ରା

ନୂଆଦିଲ୍ଲୀ, ୬।୬(ପି.ଟି.)- ଭାରତୀୟ ଅଲିମ୍ପିକ୍‌ କମିଟି (ଆଇଓଏ) ଉପରେ ଲାଗିଥିବା ବ୍ୟାନ ଯୋଗୁ ଚଳିତ ବର୍ଷ ଫେବୃୟାରୀଠାରୁ ଦେଶରେ କୌଣସି ଅନ୍ତର୍ଜାତୀୟ ଇଭେଣ୍ଟ ଆୟୋଜନ ହୋଇ ପାରୁନାହିଁ। ଏ ସମ୍ପର୍କରେ ଆଇଓଏ ସଭାପତି ନରିନ୍ଦର ବାତ୍ରା ନବନିଯୁକ୍ତ କ୍ରୀଡ଼ାମନ୍ତ୍ରୀ କିରନ ରିଜିଜୁଙ୍କ ସହ ଭେଟିଛନ୍ତି। ଆଇଓଏ ସଭାପତିଙ୍କ ସହ ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆ ସଭାପତି ଅଜୟ ସିଂଙ୍କ ମଧ୍ୟ ବର୍ତ୍ତମାନ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ମୁଁ ଓ ବିଏଫ୍‌ଆଇ ସଭାପତି କ୍ରୀଡ଼ାମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟିଥିଲୁ। ଆଇଓସି ଲଗାଇଥିବା ବ୍ୟାନ ସମ୍ପର୍କରେ ଜଣାଇଛୁ। ଆମ ସମସ୍ୟା ବୁଝିବା ପରେ ମନ୍ତ୍ରୀ ଖୁବ ଶୀଘ୍ର ସ୍ଥିତିରେ ସ୍ଥିତି ବଦଳିବ ବୋଲି ଆଶ୍ୱାସନା ଦେଇଥିବା ବାତ୍ରା କହିଛନ୍ତି। ଉଲ୍ଲେଖଥାଉ କି, ଗତ ଫେବୃୟାରରେ ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟିଥିଲା। ଏହାପରେ ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ରେ ଅଂଶଗ୍ରହଣ କରିବା ଲାଗି ପାକିସ୍ତାନର ଦୁଇ ଶୁଟରଙ୍କୁ ଭିଜା ଦେବାକୁ ମନା କରି ଦେଇଥିଲା। ଏଭଳି ସ୍ଥିତି ପରେ ସମସ୍ତ ଅନ୍ତର୍ଜାତୀୟ କ୍ରୀଡ଼ା ଫେଡେରେଶନଙ୍କୁ ସେମାନଙ୍କ ଦଳ ଭାରତ ନ ପଠାଇବାକୁ ଆଇଓସି କହିଥିଲା। ସରକାରଙ୍କ ତରଫରୁ ଯୋଗ୍ୟତା ଅର୍ଜନ କରିଥିବା ଖେଳାଳି ଓ ସେମାନଙ୍କ ଷ୍ଟାଫଙ୍କ ସୁରକ୍ଷା ନେଇ ଲିଖିତ ଆସ୍ବାଶନା ଦେଶରେ ଅନ୍ତର୍ଜାତୀୟ ଇଭେଣ୍ଟ ଆୟୋଜନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri