ଖୁସି ଖବର: ଦେଶରେ ସଫଳ ହେଲା ପ୍ଲାଜମା ଥେରାପି

ନୂଆଦିଲ୍ଲୀ,୨୧।୪: ଦକ୍ଷିଣ ଦିଲ୍ଲୀର ସକେତରେ ଥିବା ମାକ୍ସ ହସ୍ପିଟାଲରୁ ଆସିଛି ଖୁସି ଖବର। ଏଠାରେ କରୋନା ଭାଇରସରେ ପୀଡ଼ିତ ଜଣେ ବ୍ୟକ୍ତିଙ୍କ ଉପରେ କରାଯାଇଥିବା ପ୍ଲାଜମା ଥେରାପି ସଫଳ ହୋଇଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି। ଏଠାରେ ୪୯ ବର୍ଷୀୟ ଜଣେ ବ୍ୟକ୍ତିଙ୍କ ଉପରେ ଏହା ପରୀକ୍ଷା କରାଯାଇଥିବା ବେଳେ ତାଙ୍କୁ ଭେଣ୍ଟିଲେଟରୁ ବାହାର କରାଯାଇଥିଲେ ମଧ୍ୟ ସେ ଏବେ ସୁସ୍ଥ ଥିବା ମେଡିକାଲ ପକ୍ଷରୁ କୁହାଯାଇଛି। ଏହା ଦେଶର ପ୍ରଥମ ପ୍ଲାଜମା ଥେରାପି ହୋଇଥିବା ବେଳେ ସଫଳ ହୋଇଥିବା କହିଛନ୍ତି ମେଡିକାଲ କର୍ତ୍ତୃପକ୍ଷ। ସୂଚନାଯୋଗ୍ୟ, ଏପ୍ରିଲ ୪ରେ ଉକ୍ତ ବ୍ୟକ୍ତି ଜଣଙ୍କ କରୋନାରେ ପୀଡିତ ଥିବା ଜଣାପଡିଥିଲା। ସେହିଦିନ ହିଁ ତାଙ୍କୁ ମାକ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ବେଳକୁ ବେଳ ତାଙ୍କ ସ୍ବାସ୍ଥ୍ୟରେ ଅବନତି ଆସିଥିଲା। ଏପ୍ରିଲ ୮ ବେଳକୁ ତାଙ୍କୁ ଭେଣ୍ଟିଲେଟରର ଆବଶ୍ୟକତା ପଡିଥିଲା। ହେଲେ ଏହାପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ନ ଆସିବାରୁ ପରିବାର ଲୋକଙ୍କ ଅନୁରୋଧ କ୍ରମେ ତାଙ୍କୁ ପ୍ଲାଜମା ଥେରାପି ଦିଆଯାଇଥିଲା। ପ୍ରାୟ ୩ ସପ୍ତାହ ପୂର୍ବରୁ ସୁସ୍ଥ ହୋଇଥିବା ଜଣେ ବ୍ୟକ୍ତିଙ୍କ ନିକଟରୁ ଏହି ପ୍ଲାଜମା ନିଆଯାଇ ଉକ୍ତ ୪୯ ବର୍ଷ ବ୍ୟକ୍ତିଙ୍କୁ ଦିଆଯାଇଥିଲା। ଏପ୍ରିଲ ୧୪ରେ ତାଙ୍କୁ ପ୍ଲାଜମା ଥେରାପି ଦିଆଯାଇଥିବା ବେଳେ ଧୀରେ ଧୀରେ ସେ ସୁସ୍ଥ ହୋଇଥିବା ଲକ୍ଷ୍ୟ କରାଯାଇଛି। ଏହାପରେ ଏପ୍ରିଲ ୧୮ରେ ତାଙ୍କୁ ଭେଣ୍ଟିଲେଟରରୁ ବାହାରକୁ ଅଣାଯାଇଥିବା ବେଳେ ସେ ସୁସ୍ଥ ଥିବା ମେଡିକାଲ ପକ୍ଷରୁ କୁହାଯାଇଛି। ଏହାକୁ ନେଇ ମାକ୍ସ ହସ୍ପିଟାଲର ଗ୍ରୁପ ମେଡିକାଲ ଡାଇରେକ୍ଟର ସନ୍ଦିପ ବୁଦ୍ଧିରାଜ କହିଛନ୍ତି, ଏହି ଜଟିଳ ସମସ୍ୟା ସମୟରେ ପ୍ଲାଜମା ଥେରାପି ଏକ ନୂତନ ଆଲୋକ ଦେଖାଇଛି। ହେଲେ ସୁସ୍ଥ ହୋଇଥିବା ଜଣେ କରୋନା ସଂକ୍ରମିତ ଅତିବେଶୀରେ ୪୦୦ମିଲିଲିଟର ପ୍ଲାଜମା ଦେଇପାରିବେ ଯାହା ଫଳରେ ୨ଜଣ ସଂକ୍ରମିତଙ୍କ ଚିକିତ୍ସା କରାଯାଇପାରିବ। ହେଲେ ଏଥିରେ ଜଣେ ସଂକ୍ରମିତ ଶହେ ପ୍ରତିଶତ ସୁସ୍ଥ ହେବେ ବୋଲି କହିବା କଷ୍ଟକର ବ୍ୟାପାର।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri