ଖୁସି ଖବର: ଦେଶରେ ସଫଳ ହେଲା ପ୍ଲାଜମା ଥେରାପି

ନୂଆଦିଲ୍ଲୀ,୨୧।୪: ଦକ୍ଷିଣ ଦିଲ୍ଲୀର ସକେତରେ ଥିବା ମାକ୍ସ ହସ୍ପିଟାଲରୁ ଆସିଛି ଖୁସି ଖବର। ଏଠାରେ କରୋନା ଭାଇରସରେ ପୀଡ଼ିତ ଜଣେ ବ୍ୟକ୍ତିଙ୍କ ଉପରେ କରାଯାଇଥିବା ପ୍ଲାଜମା ଥେରାପି ସଫଳ ହୋଇଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି। ଏଠାରେ ୪୯ ବର୍ଷୀୟ ଜଣେ ବ୍ୟକ୍ତିଙ୍କ ଉପରେ ଏହା ପରୀକ୍ଷା କରାଯାଇଥିବା ବେଳେ ତାଙ୍କୁ ଭେଣ୍ଟିଲେଟରୁ ବାହାର କରାଯାଇଥିଲେ ମଧ୍ୟ ସେ ଏବେ ସୁସ୍ଥ ଥିବା ମେଡିକାଲ ପକ୍ଷରୁ କୁହାଯାଇଛି। ଏହା ଦେଶର ପ୍ରଥମ ପ୍ଲାଜମା ଥେରାପି ହୋଇଥିବା ବେଳେ ସଫଳ ହୋଇଥିବା କହିଛନ୍ତି ମେଡିକାଲ କର୍ତ୍ତୃପକ୍ଷ। ସୂଚନାଯୋଗ୍ୟ, ଏପ୍ରିଲ ୪ରେ ଉକ୍ତ ବ୍ୟକ୍ତି ଜଣଙ୍କ କରୋନାରେ ପୀଡିତ ଥିବା ଜଣାପଡିଥିଲା। ସେହିଦିନ ହିଁ ତାଙ୍କୁ ମାକ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ବେଳକୁ ବେଳ ତାଙ୍କ ସ୍ବାସ୍ଥ୍ୟରେ ଅବନତି ଆସିଥିଲା। ଏପ୍ରିଲ ୮ ବେଳକୁ ତାଙ୍କୁ ଭେଣ୍ଟିଲେଟରର ଆବଶ୍ୟକତା ପଡିଥିଲା। ହେଲେ ଏହାପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ନ ଆସିବାରୁ ପରିବାର ଲୋକଙ୍କ ଅନୁରୋଧ କ୍ରମେ ତାଙ୍କୁ ପ୍ଲାଜମା ଥେରାପି ଦିଆଯାଇଥିଲା। ପ୍ରାୟ ୩ ସପ୍ତାହ ପୂର୍ବରୁ ସୁସ୍ଥ ହୋଇଥିବା ଜଣେ ବ୍ୟକ୍ତିଙ୍କ ନିକଟରୁ ଏହି ପ୍ଲାଜମା ନିଆଯାଇ ଉକ୍ତ ୪୯ ବର୍ଷ ବ୍ୟକ୍ତିଙ୍କୁ ଦିଆଯାଇଥିଲା। ଏପ୍ରିଲ ୧୪ରେ ତାଙ୍କୁ ପ୍ଲାଜମା ଥେରାପି ଦିଆଯାଇଥିବା ବେଳେ ଧୀରେ ଧୀରେ ସେ ସୁସ୍ଥ ହୋଇଥିବା ଲକ୍ଷ୍ୟ କରାଯାଇଛି। ଏହାପରେ ଏପ୍ରିଲ ୧୮ରେ ତାଙ୍କୁ ଭେଣ୍ଟିଲେଟରରୁ ବାହାରକୁ ଅଣାଯାଇଥିବା ବେଳେ ସେ ସୁସ୍ଥ ଥିବା ମେଡିକାଲ ପକ୍ଷରୁ କୁହାଯାଇଛି। ଏହାକୁ ନେଇ ମାକ୍ସ ହସ୍ପିଟାଲର ଗ୍ରୁପ ମେଡିକାଲ ଡାଇରେକ୍ଟର ସନ୍ଦିପ ବୁଦ୍ଧିରାଜ କହିଛନ୍ତି, ଏହି ଜଟିଳ ସମସ୍ୟା ସମୟରେ ପ୍ଲାଜମା ଥେରାପି ଏକ ନୂତନ ଆଲୋକ ଦେଖାଇଛି। ହେଲେ ସୁସ୍ଥ ହୋଇଥିବା ଜଣେ କରୋନା ସଂକ୍ରମିତ ଅତିବେଶୀରେ ୪୦୦ମିଲିଲିଟର ପ୍ଲାଜମା ଦେଇପାରିବେ ଯାହା ଫଳରେ ୨ଜଣ ସଂକ୍ରମିତଙ୍କ ଚିକିତ୍ସା କରାଯାଇପାରିବ। ହେଲେ ଏଥିରେ ଜଣେ ସଂକ୍ରମିତ ଶହେ ପ୍ରତିଶତ ସୁସ୍ଥ ହେବେ ବୋଲି କହିବା କଷ୍ଟକର ବ୍ୟାପାର।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri