Posted inଜାତୀୟ

ଖୁସି ନୁହନ୍ତି ମଧ୍ୟବିତ୍ତ

ନୂଆଦିଲ୍ଲୀ,୩ା୨(ଆଇଏଏନ୍‌ଏସ୍‌): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ପାର୍ଲାମେଣ୍ଟରେ ଉପସ୍ଥାପନ କରିଥିବା ୨୦୨୦-୨୧ ଆର୍ଥିକ ବର୍ଷର ବଜେଟକୁ ନେଇ ବିଭିନ୍ନ ମହଲରୁ ପ୍ରତିକ୍ରିୟା ଆସିବାରେ ଲାଗିଛି। ୩୦ ଲକ୍ଷ ୪୨ ହଜାର ୨୩୦ କୋଟି ଟଙ୍କାର ଏହି ବଜେଟରେ କେନ୍ଦ୍ର ସରକାର ବିଭିନ୍ନ ବର୍ଗର ଲୋକଙ୍କୁ ଖୁସି କରିବା ପାଇଁ କେତେକ ନୂଆ ଯୋଜନା ଘୋଷଣା କରିଛନ୍ତି। ତେବେ ଏହା ମଧ୍ୟବିତ୍ତଙ୍କୁ ସନ୍ତୁଷ୍ଟ କରିପାରି ନାହିଁ। ବଜେଟକୁ କୃଷକଙ୍କ ହିତରେ ଥିବା କେତେକ ମହଲରେ କୁହାଯାଉଥିବାବେଳେ ଅଧିକାଂଶ ମଧ୍ୟବିତ୍ତଙ୍କ ଆଶା ଆକାଂକ୍ଷାକୁ ଅର୍ଥମନ୍ତ୍ରୀ ନିଜ ଦୀର୍ଘ ଅଭିଭାଷଣରେ ପୂରଣ କରିପାରି ନ ଥିବା ଏକ ସର୍ବେକ୍ଷଣରୁ ସ୍ପଷ୍ଟ ହୋଇଛି।
ପକ୍ଷରୁ ବଜେଟକୁ ନେଇ ଏକ ସର୍ଭେ କରାଯାଇଛି। ଏଥିରୁ ଜଣାପଡ଼ିଛି ଯେ, ଅର୍ଥମନ୍ତ୍ରୀ ବଜେଟ ଅଭିଭାଷଣରେ ଭାରତର ମଧ୍ୟବିତ୍ତ ଓ ଦରମାଭୋଗୀ ଶ୍ରେଣୀର ଲୋକଙ୍କୁ ଖୁସି କରିପାରି ନାହାନ୍ତି। ବଜେଟକୁ ମାତ୍ର ୨୦.୧% ଲୋକ ମଧ୍ୟବିତ୍ତଙ୍କ ସପକ୍ଷରେ ଥିବା ମତ ଦେଇଛନ୍ତି। ବିସ୍ତୃତ ଭାବେ ଅନୁଧ୍ୟାନ କଲେ ୩୬.୬% ଲୋକ ଏହାକୁ ନେଇ ସକାରାମତ୍କ ଉତ୍ତର ଦେଇଥିବାବେଳେ ୩୯.୮ ପ୍ରତିଶତ ଲୋକ ମଧ୍ୟବିତ୍ତଙ୍କୁ ସାମାନ୍ୟ ସୁହାଇଲା ଭଳି ବଜେଟ ବୋଲି କହିଛନ୍ତି। ୧୬.୬ ପ୍ରତିଶତ ଏହା ମଧ୍ୟବିତ୍ତଙ୍କ ସପକ୍ଷରେ ନ ଥିବା କହିଛନ୍ତି। ୭% ଏନେଇ କିଛି ଉତ୍ତର ଦେଇନାହାନ୍ତି। ସେହିପରି ବେରୋଜଗାରୀ ସମସ୍ୟାର ସମାଧାନ ଦିଗରେ ବଜେଟ କେତେ ସହାୟକ ହେବ ବୋଲି ପ୍ରଶ୍ନ କରାଯାଇଥିଲା। ମାତ୍ର ୧୦% ଲୋକ ଏହା ସପକ୍ଷରେ ଉତ୍ତର ଦେଇଛନ୍ତି। ଅନ୍ୟପକ୍ଷରେ ସ୍ବଚ୍ଛ ପାନୀୟ ଜଳ, ପିପିପି ମୋଡ୍‌ରେ ମେଡିକାଲ କଲେଜ ପ୍ରତିଷ୍ଠା ଓ ଦେଶରୁ ଯକ୍ଷ୍ମାରୋଗର ମୂଳୋତ୍ପାଟନ ଭଳି ସାମାଜିକ ଯୋଜନାଗୁଡ଼ିକୁ ଲୋକେ ପ୍ରଶଂସା କରିଛନ୍ତି। ତେବେ ବଜେଟରେ ନିଯୁକ୍ତିକୁ ପ୍ରୋତ୍ସାହନ ଦେବା ଭଳି ବିଶେଷ କିଛି ବ୍ୟବସ୍ଥା ନ ଥିବା ଅନେକେ ମନେକରନ୍ତି। ଅନୁରୂପ ଭାବେ ୨୦୨୨ ସୁଦ୍ଧା ଦେଶର କୃଷକମାନଙ୍କ ଆୟକୁ ଦ୍ୱିଗୁଣିତ କରିବା ପାଇଁ ସୀତାରାମନ୍‌ ୧୬ ସୂତ୍ରୀ ଯୋଜନା ଘୋଷଣା କରିଛନ୍ତି। କୃଷି ବଜେଟରେ ୨.୮୩ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବାବେଳେ ୧୫ ଲକ୍ଷ କୋଟି ଟଙ୍କାର କୃଷି ଋଣ ପ୍ରଦାନ ପାଇଁ ବ୍ୟବସ୍ଥା କରାଯାଇଛି। ତେବେ ଏହାକୁ ଚାଷୀଙ୍କ ସପକ୍ଷରେ ସେତେଟା ନୁହେଁ ବୋଲି ବିବେଚନା କରାଯାଉଛି। ବଜେଟ ପରବର୍ତ୍ତୀ ଏହି ସର୍ବେକ୍ଷଣରେ ଦେଶର ବିଭିନ୍ନ ଭାଗର ଭିନ୍ନ ଭିନ୍ନ ଶ୍ରେଶୀର ୧,୨୦୦ ଲୋକଙ୍କୁ ସାମିଲ କରାଯାଇଥିଲା। ଅର୍ଥମନ୍ତ୍ରୀ ବଜେଟ ଉପସ୍ଥାପନ କରିବାର ଠିକ୍‌ ପରେ ଆଇଏଏନ୍‌ଏସ୍‌-ସିଭୋଟର ପକ୍ଷରୁ ଏହି ଲୋକମାନଙ୍କ ସାକ୍ଷାତ୍‌କାର ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri