Posted inଜାତୀୟ

ଖୁସିଖବର: ବଜେଟରେ ଜାଣନ୍ତୁ କେଉଁ ଜିନିଷ ହେଲା ଶସ୍ତା, ମହଙ୍ଗା, ସୁନାକୁ ନେଇ…

ନୂଆଦିଲ୍ଲୀ,୨୩।୭: ମଙ୍ଗଳବାର ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଏଥର ଯୁବ, ଶିକ୍ଷା, କୃଷି ଏବଂ ରୋଜଗାରର ଦକ୍ଷତା ବିକାଶ ଭଳି କ୍ଷେତ୍ରକୁ ବିଶେଷ ଧ୍ୟାନ ଦିଆଯାଇଛି। ବଜେଟରେ ଅର୍ଥମନ୍ତ୍ରୀ ଘୋଷଣା କରି କହିଛନ୍ତି, ସୁନା, ରୁପା, ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି କମିବ। ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ୬% ହ୍ରାସ ହେବ। ପ୍ଲାଟିନମ ଉପରୁ ମଧ୍ୟ କଷ୍ଟମ ଡ୍ୟୁଟି ୬.୪% ହ୍ରାସ କରାଯିବ । ସେହିପରି ମୋବାଇଲ ଫୋନ ଏବଂ ଚାର୍ଜର, ବ୍ୟାଟେରୀ ଶସ୍ତା କରିବାକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି।
ସୋଲାର ପ୍ୟାନେଲ, ସାମୁଦ୍ରିକ ଉତ୍ପାଦ ମଧ୍ୟ ଶସ୍ତା ହେବ।

୩ ପ୍ରକାର କ୍ୟାନ୍ସର୍‌ ଔଷଧ ଉପରୁ କଷ୍ଟମ ଡ୍ୟୁଟି କମିବ। ଔଷଧ ଓ ମେଡିକାଲ ଜିନିଷ ଉପରୁ କଷ୍ଟମ ଡ୍ୟୁଟି କମିବ। ଏକ୍ସରେ ଟ୍ୟୁବ ଉପରୁ ମଧ୍ୟ ଶୁଳ୍କ ହ୍ରାସ ନେଇ ବଜେଟରେ ଘୋଷଣା କରାଯାଇଛି। ପଲିଥିନ ଉପରେ କଷ୍ଟମ ଡ୍ୟୁଟି ମଧ୍ୟ ହ୍ରାସ କରାଯାଇଛି ।

ଅନ୍ୟପଟେ ପେଟ୍ରୋକେମିକାଲ ଉତ୍ପାଦ ଉପରେ ଶୁଳ୍କ ବଢ଼ିବ। ପ୍ଲାଷ୍ଟିକ ଓ ପ୍ଲାଷ୍ଟିକ ସଂପର୍କିତ ଉତ୍ପାଦ ଉପରେ ମଧ୍ୟ ଶୁଳ୍କ ବଢ଼ିବ। ଆମୋନିୟମ ନାଇଟ୍ରେଟ ଉପରେ କଷ୍ଟମ ଡ୍ୟୁଟି ୧୦ ପ୍ରତିଶତରୁ ୨୫ ପ୍ରତିଶତକୁ ବୃଦ୍ଧି କରିବାକୁ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ନିର୍ଦ୍ଦିଷ୍ଟ ଟେଲିକମ ଯନ୍ତ୍ରପାତି ଉପରେ ମୌଳିକ କଷ୍ଟମ ଡ୍ୟୁଟି ମଧ୍ୟ ୧୦ ପ୍ରତିଶତରୁ ୧୫ ପ୍ରତିଶତକୁ ବୃଦ୍ଧି କରାଯାଇଛି।

ଶସ୍ତା ହେଲା: ମୋବାଇଲ, ସୋଲାର ପ୍ୟାନେଲ, ଚମଡ଼ା ନିର୍ମିତ ବସ୍ତୁ, ଗହଣା(ସୁନା,ରୁପା, ହୀରା,ପ୍ଲାଟିନମ୍‌), ଷ୍ଟିଲ ଏବଂ ଲୁହା, ଇଲୋକଟ୍ରୋନିକ୍ସ, ସମୁଦ୍ର ଖାଦ୍ୟ, କର୍କଟ ଔଷଧ

ମହଙ୍ଗା ହେଲା: ନିର୍ଦ୍ଦିଷ୍ଟ ଟେଲି ଯୋଗାଯୋଗ ଉପକରଣ, ପିଭିସି ପ୍ଲାଷ୍ଟିକ୍‌

 


Enter your email to get our daily news in your inbox.

All Right Reserved By Dharitri.Com

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri