ଖେମୁଣ୍ଡି କଲେଜରେ କୋଭିଡ୍‌ କେୟାର ହସ୍ପିଟାଲ ପ୍ରସ୍ତାବକୁ ପୁରାତନ ଛାତ୍ରସଂଘର ବିରୋଧ

ଦିଗପହଣ୍ଡି,୧୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ କୋଭିଡ୍‌ କେୟାର ହସ୍ପିଟାଲ ପ୍ରସ୍ତାବକୁ କଲେଜର ପୁରାତନ ଛାତ୍ରସଂଘ ସମେତ ସହରର ସଚେତନ ଜନସାଧାରଣ ବିରୋଧ କରିଛନ୍ତି। ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ ଡିଗ୍ରୀ କଲେଜ ଭାବେ ସୁନାମ ଅର୍ଜନ କରିଥିବା ଖେମୁଣ୍ଡି କଲେଜରେ ପ୍ରାୟ ୨୮ ଶହ ଛାତ୍ରୀଛାତ୍ର ପାଠ ପଢ଼ୁଥିବା ବେଳେ ଯୁକ୍ତ ୨ ଓ ଯୁକ୍ତ ୩ ସ୍ତରରେ ପରୀକ୍ଷା ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ କଲେଜ ପରିସରରେ କୋଭିଡ୍‌ ହସ୍ପିଟାଲ ପ୍ରତିଷ୍ଠା କରାଗଲେ ବହୁ ସମସ୍ୟା ଉପୁଜିବ ବୋଲି ଖେମୁଣ୍ଡି କଲେଜ ପୁରାତନ ଛାତ୍ରସଂଘ ଆଲୁମନିର ସମ୍ପାଦକ ହରପ୍ରସାଦ ରଥ,କାର୍ଯ୍ୟକର୍ତ୍ତା ମନୋଜ କୁମାର ପଣ୍ଡା,ପରେଶ ଚନ୍ଦ୍ର ରଥ,ସତ୍ୟନାରାୟଣ ରଥ,ପି. ଶିବ ଶଙ୍କର,ରବୀନ୍ଦ୍ର ରଥ ସେମାନଙ୍କ ପ୍ରତିକ୍ରିୟାରେ କହିଛନ୍ତି। କଲେଜ ପରିସରରେ କୋଭିଡ୍‌ ହସ୍ପିଟାଲ କରାଯିବା ଖବର ପ୍ରଚାରିତ ହେବାପରେ ସହରର ସଚେତନ ଜନସାଧାରଣଙ୍କ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, କୈଳାସ ଷଡ଼ଙ୍ଗୀ, ଅଳକ ନାଥ ମିଶ୍ର,ତପନ କୁମାର ମିଶ୍ର,ବସନ୍ତ ପଟ୍ଟନାୟକ, କୁରେଶୁ ମହାରଣା ପ୍ରମୁଖ ସରକାରୀସ୍ତରରେ ନିଆଯାଇଥିବା ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ସେମାନଙ୍କ ମତରେ ଜରୁରୀ ଆବଶ୍ୟକତା ଥିଲେ ସ୍ଥାନୀୟ ଗ୍ରାମ୍ୟ ସ୍ବାସ୍ଥ୍ୟ ତାଲିମ କେନ୍ଦ୍ର ପରିସର କିମ୍ବା ସିଦ୍ଧେଶ୍ୱରସ୍ଥିତ ଆଦର୍ଶ ବିଦ୍ୟାଳୟ ଛାତ୍ରାବାସର ନୂତନ କୋଠାରେ ଅସ୍ଥାୟୀ ଭାବେ କୋଭିଡ୍‌ ହସ୍ପିଟାଲ ଖୋଲାଯିବା ପାଇଁ ପ୍ରଶାସନିକସ୍ତରରେ ପଦକ୍ଷେପ ନେବାକୁ ଦାବି କରିଛନ୍ତି। କଲେଜ ଅଧ୍ୟକ୍ଷା ପ୍ରଣତି ପାତ୍ର ଏନେଇ କଲେଜ ପରିଚାଳନା କମିଟି ସଭାପତି ତଥା ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ବିବିଧ ସମସ୍ୟା ସମ୍ପର୍କରେ ଅବଗତ କରିଥିଲେ। ପରେ ଉପଜିଲାପାଳ କଲେଜରେ କୋଭିଡ୍‌ ହସ୍ପିଟାଲ ପ୍ରତିଷ୍ଠା ନ କରି ଅନ୍ୟତ୍ର କେଉଁଠି କରିବାକୁ ବିଡିଓ ହଳଧର ଶବରଙ୍କୁ ପରାମର୍ଶ ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri