ଖେଲୋ ଇଣ୍ଡିଆ : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୪ ଖେଳାଳି ଭାଗନେବେ

ବ୍ରହ୍ମପୁର ଅଫିସ,୨୫ା୨-
ଭୁବନେଶ୍ୱର କିଟ୍‌ ବିଶ୍ୱବିଦ୍ୟାଳୟରେ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡା-୨୦୨୦ର ଶୁଭାରମ୍ଭ ହୋଇଛି।
ମାର୍ଚ୍ଚ ୧ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଭାରୋତ୍ତଳନ ପ୍ରତିଯୋଗୀତାରେ ଭାଗନେବାକୁ ସୋମବାର ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୪ ଖେଳାଳି ଭୁବନେଶ୍ୱର ଗସ୍ତ କରିଛନ୍ତି। ସେଥିମଧ୍ୟରେ ୮୭କେଜି ମହିଳା ଭାରୋତ୍ତୋଳନ ପ୍ରତିଯୋଗିତାରେ ବନୀତା ଘଡେଇ ଓ ୫୫ କେଜି ମହିଳା ବର୍ଗରେ ପ୍ରମିଳା ଖିରସାନୀ ଭାଗନେବେ। ସେହିପରି ୮୧ କେଜି ପୁରୁଷ ବର୍ଗରେ ବାପୁଜୀ କୁମାର ବିଶ୍ୱାଳ ଓ ୭୩ କେଜି ବର୍ଗରେ ମନୋଜ କୁମାର ସାହୁ ଭାଗନେବାକୁ ଯାଉଥିବା ବିଶ୍ୱବିଦ୍ୟାଳୟ କ୍ରୀଡା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଖେଳାଳିଙ୍କ ସହ କୋଚ ଭାବେ ବରିଷ୍ଠ ଜାତୀୟ କୋଚ ସୀତା ପ୍ରସାଦ ପଟ୍ଟନାୟକ ଏବଂ ମ୍ୟାନେଜର ଭାବେ ରାଜେଶ ମହାନ୍ତି, ସ୍ପୋଟର୍‌ସ ଅଫିସର ରବି ଚରଣ ମିଶ୍ର ଭୁବନେଶ୍ୱର ଗସ୍ତ କରିଛନ୍ତି। ଏହି ଅବସରରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କ୍ରୀଡା ପରିଷଦର ସମ୍ପାଦିକା ପ୍ରଫେସର ପୁଷ୍ପାଞ୍ଜଳୀ ସାମନ୍ତରାୟଙ୍କ ସମେତ କ୍ରୀଡା ପରିଷଦର ସମସ୍ତ କର୍ମକର୍ତ୍ତା ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?