ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ପାଇଁ ସଜେଇ ହେଉଛି ଭୁବନେଶ୍ୱର

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଓଡ଼ିଶା ଆୟୋଜନ କରିବାକୁ ଯାଉଛି ‘ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ’ର ପ୍ରଥମ ସଂସ୍କରଣ। ବିଶ୍ୱବିଦ୍ୟାଳୟସ୍ତରରୁ ପ୍ରତିଭାବାନ୍‌ କ୍ରୀଡ଼ାବିତ୍‌ମାନଙ୍କୁ ଖୋଜି ବାହାର କରିବା ପାଇଁ କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହିି କାର୍ଯ୍ୟକ୍ରମ ଫେବୃୟାରୀ ୨୨ରୁ ମାର୍ଚ୍ଚ ୧ ପର୍ଯ୍ୟନ୍ତ ଆୟୋଜିତ ହେବ। ଭୁବନେଶ୍ୱର ଏବଂ କଟକରେ ହେବାକୁ ଥିବା ଏହି ମେଗା ଇଭେଣ୍ଟର ଆୟୋଜନ ପାଇଁ ଓଡ଼ିଶା ସରକାର ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ଏଥିପାଇଁ ସଜେଇ ହେଉଛି ଟୁଇନ୍‌ ସିଟି। କ୍ରୀଡ଼ା ହବ୍‌ ଭାବେ ପରିଚିତ ଭୁବନେଶ୍ୱର ସମଗ୍ର ଦେଶର ଯୁବ କ୍ରୀଡ଼ାବିତ୍‌ମାନଙ୍କୁ ସ୍ବାଗତ କରିବାକୁ ପ୍ରସ୍ତୁତ ହେଉଛି। ବିମାନବନ୍ଦରରୁ ଆରମ୍ଭ କରି ଖେଳ ପଡ଼ିଆ ପର୍ଯ୍ୟନ୍ତ ସବୁଠାରେ ଚାଲିଛି ପ୍ରସ୍ତୁତି। ଦେଶର ପ୍ରମୁଖ ବିଶ୍ୱବିଦ୍ୟାଳୟଗୁଡ଼ିକ ଏଥିରେ ଅଂଶଗ୍ରହଣ କରୁଥିବାବେଳେ ପ୍ରତିଯୋଗୀ ଏବଂ ଅଫିସିଆଲ୍‌ମାନଙ୍କ ରହଣି, ଯାତାୟାତ ଏବଂ ଖାଦ୍ୟପେୟର ଆଦିରେ ଯେପରି କୌଣସି ଅସୁବିଧା ନ ହୁଏ ସେଥିପ୍ରତି ଗୁରୁତ୍ୱ ଦିଆଯାଇଛି।
ନିକଟରେ ଗୁଆହାଟୀରେ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ଶେଷ ହୋଇଥିବାବେଳେ ଏବେ ସମସ୍ତଙ୍କ ନଜର ରହିଛି ଓଡ଼ିଶା ଉପରେ। ଦେଶର ୧୫୯ ବିଶ୍ୱବିଦ୍ୟାଳୟର ୩୩୯୯ ଖେଳାଳି ଏଥିରେ ଅଂଶଗ୍ରହଣ କରିବେ। ପଞ୍ଜାବ ୟୁନିଭର୍ସିଟି, ଚଣ୍ଡିଗଡ଼ ୟୁନିଭର୍ସିଟି, ଗୁରୁ ନାନକ ଦେବ ୟୁନିଭର୍ସିଟି, ଜାମିଆ ମିଲିଆ ଏବଂ ବୀର ନର୍ମଦା ୟୁନିଭର୍ସିଟି ଭଳି କ୍ରୀଡ଼ା କ୍ଷେତ୍ରରେ ଅଗ୍ରଣୀ ବିଶ୍ୱବିଦ୍ୟାଳୟଗୁଡ଼ିକ ଏଥିରେ ଯୋଗଦେବେ। କ୍ରୀଡ଼ାବିତ୍‌ମାନଙ୍କୁ ସ୍ବାଗତ କରିବା ଲାଗି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଆକର୍ଷଣୀୟ ବାଲୁକା କଳା ନିର୍ମାଣ କରାଯାଇଛି। ପ୍ରଥମଥର ପାଇଁ ଜାତୀୟସ୍ତରରେ ଏଭଳି ଏକ ୟୁନିଭର୍ସିଟି ଗେମ୍ସର ଆୟୋଜନ କରାଯାଉଥିବାରୁ ଏହାକୁ ସଫଳ କରିବାକୁ ଆୟୋଜକ ରାଜ୍ୟ ଭାବେ ଓଡ଼ିଶା ସମସ୍ତ ପ୍ରକାର ପ୍ରସ୍ତୁତି କରିଥିବା କ୍ରୀଡ଼ା ବିଭାଗ ପକ୍ଷରୁ କୁହାଯାଇଛି। ସେହିଭଳି ୧୯ ତାରିଖରୁ କ୍ରୀଡ଼ାବିତ୍‌ମାନେ ଭୁବନେଶ୍ୱର ଆସିବାକୁ ଥିବାବେଳେ ସେମାନଙ୍କ ରହଣି ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ରାଜଧାନୀର ପ୍ରମୁଖ ହୋଟେଲ ସମେତ କିଟ୍‌ ବିଶ୍ବବିଦ୍ୟାଳୟରେ ଏନେଇ ବ୍ୟବସ୍ଥା ହୋଇଛି। କଳିଙ୍ଗ ଷ୍ଟାଡିୟମ୍‌, କିଟ୍‌ ବିଶ୍ୱବିଦ୍ୟାଳୟ, କଟକସ୍ଥିତ ଜବାହରଲାଲ ନେହେରୁ ଇନ୍‌ଡୋର୍‌ ଷ୍ଟାଡିୟମ୍‌ ଆଦି ବିଭିନ୍ନ ସ୍ଥାନରେ ଏହା ଅନୁଷ୍ଠିତ ହେବ। ତେଣୁ ଏହାକୁ ସଲଗ୍ନ କରୁଥିବା ରାସ୍ତାର ଉଭୟ ପାର୍ଶ୍ୱରେ ବଡ଼ ବଡ଼ ହୋର୍ଡିଂ ଲଗାଇବାକୁ ସ୍ଥିର ହୋଇଛି। ସେହିଭଳି ଜୟଦେବ ବିହାରଠାରୁ କିଟ୍‌ ପର୍ଯ୍ୟନ୍ତ ରାସ୍ତାର ଡିଭାଇଡରକୁ ସୌନ୍ଦର୍ଯ୍ୟକରଣ କରାଯାଇଛି। କ୍ରୀଡ଼ାମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ କରାଯାଇ ସମସ୍ତ କାର୍ଯ୍ୟର ତଦାରଖ କରାଯାଉଥିବା ବେଳେ ସୋମବାର ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସର ଆନ୍ଥେମ୍‌ ମୁକ୍ତିଲାଭ ହୋଇଛି।
ଅନ୍ୟପକ୍ଷରେ ଓଡ଼ିଶାରେ ଏହି ମେଗା ଇଭେଣ୍ଟ ଆୟୋଜନ ହେଉଥିବାରୁ ରାଜ୍ୟର ପ୍ରମୁଖ ବିଶ୍ବବିଦ୍ୟାଳୟ ଯଥା କିଟ୍‌, କିସ୍‌, ଉତ୍କଳ ବିଶ୍ବବିଦ୍ୟାଳୟ, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ, ସମ୍ବଲପୁର ବିଶ୍ବବିଦ୍ୟାଳୟ, ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟ, ଫକୀର ମୋହନ ବିଶ୍ବବିଦ୍ୟାଳୟ, ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ ଆଦି ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପ୍ରଦର୍ଶନ ଉପରେ ନଜର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?