Posted inଖେଳ

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଉଦ୍‌ଘାଟିତ: ଭାରତ ହେବ ବିଶ୍ୱ କ୍ରୀଡ଼ାର ‘ସୁପର ପାୱାର’

କଟକ ଅଫିସ,୨୩ା୨-ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଖେଲୋ ଇଣ୍ଡିଆ ୟୁନଭର୍ସିଟି ଗେମ୍ସର ପ୍ରଥମ ସଂସ୍କରଣ ଶନିବାର ସନ୍ଧ୍ୟାରେ ମହାସମାରୋହରେ ଉଦ୍‌ଘାଟିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନି୍ଂସ ଜରିଆରେ ଏହି ମେଗା ଇଭେଣ୍ଟକୁ ଆନୁଷ୍ଠାନିକ ଉଦ୍‌ଘାଟନ କରିଛନ୍ତି। କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ସ୍ବତନ୍ତ୍ର ଅତିଥି ଭାବେ ଯୋଗଦେଇ ଭାରତୀୟ କ୍ରୀଡ଼ା ନିମନ୍ତେ ଏହା ଏକ ସ୍ମରଣୀୟ ଦିବସ ବୋଲି ଅଭିହିତ କରିବା ସହିତ ଆଗାମୀ ଦିନରେ ଭାରତ ବିଶ୍ୱ କ୍ରୀଡ଼ାର ସୁପର ପାୱାର ହେବ ବୋଲି କହିଛନ୍ତି। ଉଦ୍‌ଘାଟନୀ ସନ୍ଧ୍ୟାରେ ଖ୍ୟାତନାମା କଳାକାରମାନେ ରାଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଦର୍ଶକଙ୍କ ମନ ମୋହିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଥିଲେ ଯେ, ପ୍ରତ୍ୟେକ ଖେଳାଳି ନିଜକୁ ନିଜର ସର୍ବଶ୍ରେଷ୍ଠ ପ୍ରତିଦ୍ୱନ୍ଦ୍ୱୀ ବୋଲି ବିଚାର କରନ୍ତୁ। ମଇଦାନ ଉପରେ ଅଳ୍ପ ସମୟରେ ପ୍ରତିଯୋଗିତା ହୁଏ। ହେଲେ ନିଜ ସହ ଦୀର୍ଘ ସମୟର ପ୍ରତିଯୋଗିତା ହେବା ଉଚିତ। ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମ ଭାରତୀୟ କ୍ରୀଡ଼ା ଜଗତରେ ବେଶ୍‌ ପ୍ରଭାବ ପକାଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଥମ ସଂସ୍କରଣରେ ୩,୫୦୦ କ୍ରୀଡ଼ାବିତ ଅଂଶଗ୍ରହଣ କରିଛନ୍ତି। ଦେଶର କ୍ରୀଡ଼ା ଭିତ୍ତିଭୂମିରେ ନିରନ୍ତର ବିକାଶ ଘଟୁଛି। ଖେଳାଳିମାନେ କେବଳ ନିଜର ଖେଳ ପ୍ରତି ଧ୍ୟାନ ଦିଅନ୍ତୁ। ଏବେ ଖେଳାଳିମାନଙ୍କ ପାଇଁ ଆଜୀବନ ପେନ୍‌ସନ ଯୋଜନା ହେଲାଣି ବୋଲି ମୋଦି କହିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। କ୍ରୀଡ଼ାବିତଙ୍କ ବିକାଶ ପାଇଁ ଖେଲୋ ଇଣ୍ଡିଆର ଏହି କାର୍ଯ୍ୟକ୍ରମକୁ ସେ ସାଧୁବାଦ ଜଣାଇଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଐତିହାସିକ କଟକ ସହର ସମସ୍ତ ପ୍ରତିଯୋଗୀଙ୍କୁ ସ୍ବାଗତ ଜଣାଉଛି ବୋଲି କହିଥିଲେ। ଆଗାମୀ ଦିନରେ ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତା ଆୟୋଜନର ଯୋଜନା ହେଉଛି। ଏହି ବିଶ୍ୱସ୍ତରୀୟ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାର କିଛି ମ୍ୟାଚ୍‌ ଓଡ଼ିଶାରେ ହେଉ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି। ରାଜ୍ୟ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ, କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ତର୍ଜାତୀୟ ଧାବିକା ଦୂତୀ ଚାନ୍ଦ ପ୍ରତିଯୋଗୀମାନଙ୍କୁ ଶପଥପାଠ କରାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାନ ଦୋକାନିଙ୍କ ପୁଅ ଆଜି ମ୍ୟାଚ ଓ୍ବିନର

ନୂଆଦିଲ୍ଲୀ,୨୯।୩: ଆଇପିଏଲ ୨୦୨୪ର ନବମ ମ୍ୟା ରେ ରାଜସ୍ଥାନ ରୟାଲ୍ସକୁ ଜିତାଇବାରେ ଆବେଶ ଖାନ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଦଳ ପାଇଁ ଶେଷ ଓଭରରେ...

ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?

ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର...

ଦୁଇଫାଳ ମୁମ୍ବାଇ ଇଣ୍ଡିଆନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମର୍ଥନରେ ମାଲିକ

ନୂଆଦିଲ୍ଲୀ,୨୯।୩: ପାଞ୍ଚ ଥର ଚାମ୍ପିଅନ୍ ତଥା ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କଠାରୁ ଅଧିନାୟକତ୍ୱ ଦାୟିତ୍ୱ ଛଡ଼ାଇବା ନିଷ୍ପତିକୁ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଗ୍ରହଣ କରି ପାରୁ...

ଏହି ମହଙ୍ଗା ବୋଲରଙ୍କୁ ଘାରିଛି କୋହଲି ଭୟ: ଆଇପିଏଲ ଇତିହାସରେ ପ୍ରଥମଥର ହେବ ସାମ୍ନା

ବେଙ୍ଗାଲୁରୁ,୨୯।୩: ଆଇପିଏଲ ୨୦୨୪ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ। ଆରସିବି ଚଳିତ ସିଜନରେ ଏପର୍ଯ୍ୟନ୍ତ ଦୁଇଟି...

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri