ଖେଳଣା ବନ୍ଧୁକ ଦେଖାଇ ପ୍ରଧାନଶିକ୍ଷୟିତ୍ରୀଙ୍କସୁନାଚେନ ଲୁଟ୍‌

ତିର୍ତ୍ତୋଲ,୧୭ା୯(ଡି.ଏନ.ଏ.): ତିର୍ତ୍ତୋଲ ଥାନା ତରଜଙ୍ଗା ପଞ୍ଚାୟତ ବଫାପୁର ପ୍ରାଥମିକ ବିଦ୍ୟାଳୟରେ ସୋମବାର ପ୍ରଧାନଶିକ୍ଷୟିତ୍ରୀଙ୍କ ସୁନାଚେନ୍‌ ଲୁଟ୍‌ ହୋଇଛି। ପ୍ରଧାନଶିକ୍ଷୟିତ୍ରୀ ସୁଜାତା ମଲ୍ଲିକ ଶ୍ରେଣୀଗୃହରେ ପଢାଉଥିବାବେଳେ ଦୁର୍ବୃତ୍ତ ଖେଳଣା ବନ୍ଧୁକ ଦେଖାଇ ତାଙ୍କ ଚେନ ଲୁଟି ନେଇଛନ୍ତି। ଲୁଟ୍‌ବେଳେ ପ୍ରଧାନଶିକ୍ଷୟିତ୍ରୀ ଆହତ ହୋଇଛନ୍ତି। ଏନେଇ ସେ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ନଂ-୨୬୫/୧୯ରୁଜୁ କରି ତଦନ୍ତ ଆରମ୍ଭ କରିଛି। ହେଲେ ଲୁଟେରାଙ୍କ ସମ୍ପର୍କରେ କୌଣସି ସୂଚନା ପାଇ ପାରିନାହିଁ।
ସୂଚନା ଅନୁସାରେ, ପ୍ରଧାନଶିକ୍ଷୟିତ୍ରୀ ମଲ୍ଲିକ ସ୍କୁଲଠାରୁ ୨ କିମି ଦୂର ବମ୍ବିଲୋ ଗ୍ରାମରେ ରୁହନ୍ତି। ସବୁଦିନ ଭଳି ସେ ଆସି ଶ୍ରେଣୀଗୃହକୁ ଯାଇଥିଲେ। ସେଠାରେ ପଢାଉଥିବା ବେଳେ ଦୁଇଜଣ ଯୁବକ ଏକ ବାଇକରେ ଆସି ସ୍କୁଲଗେଟ ପାଖରେ ରହିଥିଲେ। ପଛରେ ବସିଥିବା ଯୁବକ ହେଲମେଟ ପିନ୍ଧି ସ୍କୁଲକୁ ଯାଇ ପ୍ରଧାନଶିକ୍ଷୟିତ୍ରୀଙ୍କୁ ଖୋଜିଖୋଜି ଶ୍ରେଣୀଗୃହକୁ ଯାଇଥିଲେ। ପରେ ନିଜ ପିଲାଙ୍କୁ ଏହି ସ୍କୁଲରେ ପଢ଼ାଇବା ସମ୍ପର୍କରେ କଥା ହୋଇଥିଲେ। ଏହାପରେ ହଠାତ ଖେଳଣା ବନ୍ଧୁକ ଦେଖାଇ ପ୍ରଧାନଶିକ୍ଷୟିତ୍ରୀଙ୍କ ବେକରୁ ଚେନ ଲୁଟିନେଇ ବାହାରେ ଅପେକ୍ଷା କରିଥିବା ବାଇକ ଆରୋହୀଙ୍କ ପଛରେ ବସି ପଳାଇଥିଲେ। ଗଲାବେଳେ ଏହି ଲୁଟରେ ବ୍ୟବହାର କରିଥିବା ବନ୍ଧୁକକୁ ଫୋପାଡ଼ ଦେଇଥିଲେ। ଆଇଆଇସି କୃଷ୍ଣପ୍ରସାଦ ମିଶ୍ର ସ୍କୁଲକୁ ଯାଇ ଖେଳଣା ବନ୍ଧୁକ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି। ପୂର୍ବ ବିବାଦ କିମ୍ବା ଜମିଜମାକୁ ନେଇ ଏହି ଘଟଣା ଘଟିଥାଇ ପାରେ ବୋଲି ଆଲୋଚନା ହେଉଛି। ହେଲେ ପୋଲିସ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ପୁରୀରେ ପୁଣି ହତ୍ୟାକାଣ୍ଡ

ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨୬।୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ଯୁବ ରେଡକ୍ରସ ସଚେତନତା କାର୍ଯ୍ୟକ୍ରମ: ସମାଜରୁ ଅନ୍ଧବିଶ୍ୱାସ ଦୂର କରିବାକୁ ଆହ୍ବାନ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଯୁବ ରେଡକ୍ରସ ୟୁନିଟର ଇଣ୍ଡକ୍ସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri