ଖେଳପଡ଼ିଆ ପାଇଁ ଅଣ୍ଟା ଭିଡ଼ିଲା ପରିଚାଳନା କମିଟି:ଜବରଦଖଲ ଉଚ୍ଛେଦ ଦାବି

ଭୁବନ ୧୭।୯(ଡି.ଏନ.ଏ.)

ଭୁବନ ଏନ୍‌ଏସି ଅଧୀନ ୩ନଂ. ଓ୍ବାର୍ଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଆଖପାଖ ଅଞ୍ଚଳକୁ ଜବରଦଖଲ ମୁକ୍ତ କରିବାକୁ ଦାବି କରିଛି ପରିଚାଳନା କମିଟି। ଏ ନେଇ କମିଟି ସଦସ୍ୟମାନେ ସୋମବାର ତହସିଲଦାରଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି।
ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପୃକ୍ତ ଅଞ୍ଚଳବାସୀଙ୍କ ଶିକ୍ଷାର ପ୍ରାଣକେନ୍ଦ୍ର। ଏହି ପୁରାତନ ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ରଙ୍କ ପାଇଁ ଖେଳପଡ଼ିଆ ନାହିଁ। ସ୍କୁଲ ପାରିପାର୍ଶ୍ୱିକ ଅଞ୍ଚଳରେ ଥିବା ସରକାରୀ ଜମିକୁ ଜବରଦଖଲକାରୀ କବ୍‌ଜା କରି ରଖିଛନ୍ତି। ଜବରଦଖଲ ହଟିଲେ ଉକ୍ତ ଜମିକୁ ଖେଳପଡ଼ିଆ ଭାବେ ବ୍ୟବହାର କରାଯାଇପାରିବ। ଏ ନେଇ ସୋମବାର ସ୍କୁଲରେ ଏକ ବୈଠକ କରାଯାଇ ଆଲୋଚନା ହୋଇଥିଲା। ଏଥିସହ ଜବରଦଖଲକାରୀଙ୍କ ସହ କମିଟି ସଦସ୍ୟ ଆଲୋଚନା କରିଥିଲେ। ପିଲାମାନଙ୍କ ବୃହତ୍ତର ସ୍ବାର୍ଥ ପାଇଁ ଜମି ଛାଡ଼ିଦେବାକୁ ନିବେଦନ କରାଯାଇଥିଲା। ହେଲେ ଏହାକୁ ସେମାନେ ଭ୍ରୂକ୍ଷେପ କରି ନ ଥିଲେ। ଏହାପରେ କମିଟି କର୍ମକର୍ତ୍ତା ତହସିଲଦାର ଶକ୍ତିକାନ୍ତ ରାୟଙ୍କୁ ଫେରାଦ ହୋଇଛନ୍ତି। ଦାବିପତ୍ର ପ୍ରଦାନ ବେଳେ ସଭାପତି ସୁଧୀର କୁମାର ସାହୁ, ଚୈତନ୍ୟ ପୃଷ୍ଟି, ମଧୁସ୍ମିତା ସାହୁ, ସୁଧାକର ସାହୁ, ରାନୁଶ୍ରୀ ପାତ୍ର, ରବୀନ୍ଦ୍ର କୁମାର ଦାଶ ପ୍ରମୁଖ ଉପସ୍ଥିତ ଥିଲେ।
ଏ ନେଇ ତହସିଲଦାର କୁହନ୍ତି, ଅଭିଯୋଗ ପାଇବାପରେ ଘଟଣାର ତଦନ୍ତ କରିବାକୁ ଆର୍‌ଆଇ ଶ୍ରୀକାନ୍ତ କୁମାର ପରିଡ଼ାଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri