Posted inଖେଳ

ଖେଳରତ୍ନ ପାଇଁ ହିମାଙ୍କ ନାମ ସୁପାରିସ

ନୂଆଦିଲ୍ଲୀ, ୧୬ା୬ (ପି.ଟି.)- ଆସାମ ରାଜ୍ୟ ସରକାର ଦେଶର ଟପ୍‌ ସ୍ପ୍ରିଣ୍ଟର ହିମା ଦାସଙ୍କ ନାମ ଖେଳରତ୍ନ ପୁରସ୍କାର ପାଇଁ ସୁପାରିସ କରିଛନ୍ତି। ଚଳିତ ବର୍ଷ ଖେଳରତ୍ନ ପୁରସ୍କାର ପାଇଁ ସୁପାରିସ ହୋଇଥିବା ଆଥଲେଟ୍‌ମାନଙ୍କ ମଧ୍ୟରେ ୨୦ ବର୍ଷୀୟା ହିମା ହେଉଛନ୍ତି ସର୍ବକନିଷ୍ଠ। ୨୦୧୮ରେ ଫିନ୍‌ଲାଣ୍ଡର ଟାମ୍ପେରେଠାରେ ଅନୁଷ୍ଠିତ ୨୦ବର୍ଷରୁ କମ୍‌ ବିଶ୍ୱଚାମ୍ପିୟନଶିପ୍‌ରେ ପ୍ରଥମ ଭାରତୀୟ ଆଥଲେଟ୍‌ ଭାବେ ହିମା ଟାଇଟଲ ବିଜୟୀ ହୋଇ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏବର୍ଷ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ପାଇଁ ତାଙ୍କୁ ଜଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା, ରେସ୍‌ଲର ଭିନେଶ ଫୋଗତ୍‌, ଟେବୁଲ ଟେନିସ ଖେଳାଳି ମନିକା ବାତ୍ରା, ମହିଳା ହକି ଅଧିନାୟିକା ରାଣୀ ରାମପାଲ ଏବଂ କ୍ରିକେଟର ରୋହିତ ଶର୍ମାଙ୍କ ସହ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡ଼ିବ। ୨୦୧୮ ହିମାଙ୍କ ପାଇଁ ସ୍ମରଣରୀୟ ସିଜନ ରହିଥିଲା। ୨୦ ବର୍ଷରୁ କମ୍‌ ଟାଇଟଲ ବ୍ୟତୀତ ସେ ୪୦୦ ମିଟରରେ ରୌପ୍ୟ ଜିତିଥିଲେ। ସେ ଆହୁରି ମଧ୍ୟ ୪x୪୦୦ ମିକ୍ସଡ ରିଲେ ସ୍ବର୍ଣ୍ଣ ଏବଂ ଜାକର୍ତ୍ତା ଏସିଆନ ଗେମ୍ସରେ ମହିଳା ୪x୪୦୦ ମିଟର ମହିଳା ସ୍ବର୍ଣ୍ଣ ପଦକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri