Posted inଖେଳ

ଖେଳାଳିଙ୍କୁ ଚକିତ କଲା ଅମ୍ପାୟରଙ୍କ ଅଜବ ନିଷ୍ପତ୍ତି

ମେଲବୋର୍ନ,୩୧।୧୨- ଆଡିଲେଡ୍‌ ଷ୍ଟ୍ରାଇକର୍ସ ଓ ମେଲବୋର୍ନ ରେନେଗେଡ୍ସ ମଧ୍ୟରେ ଖେଳାଯାଇଥିବା ଚଳିତ ବିଗ୍‌ ବାଶ୍‌ ଲିଗ୍‌ (ବିବିଏଲ)ର ଏକ ମ୍ୟାଚ୍‌ରେ ଅଷ୍ଟ୍ରେଲିଆନ ଅମ୍ପାୟର ଗ୍ରେଗ ଡାଭିଡସନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲେ। ମ୍ୟାଚ୍‌ରେ ଏଲବିଡବ୍ଲ୍ୟ ଆଉଟ ଦେବାକୁ ହାତ ଉଠାଉଥିବାବେଳେ ଅମ୍ପାୟର ନିଷ୍ପତ୍ତି ପରିବର୍ତ୍ତନ କରି ନାକ କୁଣ୍ଡାଇ ଥିଲେ। ଏହା ଫିଲ୍ଡରଙ୍କ ସମେତ ଉପସ୍ଥିତ ଦର୍ଶକଙ୍କୁ ମଧ୍ୟ ଚକିତ କରିଦେଇଥିଲା। ୧୫୬ ରନ୍‌ର ଟାର୍ଗେଟର ପିଛା କରୁଥିବା ମେଲବୋର୍ନ ଅଧିନାୟକ ତଥା ଓପନର ଆରୋନ ଫିଞ୍ଚ ଭଲ ଆରମ୍ଭ କରିଥିଲେ। ମାତ୍ର ଅନ୍ୟପଟେ କ୍ରମାଗତ ଉଇକେଟ ପତନ ଯୋଗୁ ଦଳ ଶେଷ ପର୍ଯ୍ୟନ୍ତ ଖେଳି ୮ଉଇକେଟ କ୍ଷତିରେ ୧୩୭ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଦ୍ୱିତୀୟ ଇନିଂସର ୧୭ତମ ଓଭରରେ ଲେଗ୍‌ ସ୍ପିନର ରସିଦ ଖାଁ ପ୍ରତିପକ୍ଷ ବ୍ୟାଟ୍ସମ୍ୟାନ ବୋ ଓ୍ବେବଷ୍ଟରଙ୍କ ବିପକ୍ଷରେ ଏଲବିଡବ୍ଲ୍ୟୁ ଅପିଲ କରିଥିଲେ। ଅମ୍ପାୟର ଡାଭିଡସନ ତାଙ୍କର ଆଙ୍ଗୁଠି ଉଠାଇଥିଲେ। କିନ୍ତୁ ସେ ଆଉଟ୍‌ ନ ଦେଇ ନାକ କୁଣ୍ଡେଇ ଥିଲେ। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ପ୍ରାୟ ସମାନ ଘଟଣା ୨୦୧୭ରେ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଅନୁଷ୍ଠିତ ରାଞ୍ଚତ୍ ଟେଷ୍ଟରେ ମଧ୍ୟ ଘଟିଥିଲା। ଜୋଶ ହାଜେଲଉଡଙ୍କ ବଲ ଚେତେଶ୍ୱର ପୂଜାରାଙ୍କ ପ୍ୟାଡରେ ବାଜିଥିଲା। ସ୍ଲିପ ଅଞ୍ଚଳରେ ଥିବା ଫିଲ୍ଡର ହାଲ୍‌କା ଅପିଲ କରିଥିଲେ, ଯାହାକୁ ଅମ୍ପାୟର କ୍ରିସ ଗଫାନି ଆଙ୍ଗୁଠି ଦେଖାଇଥିଲେ। କିନ୍ତୁ ତୁରନ୍ତ ଟୋପି ଠିକ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri