Posted inଖେଳ

ଖେଳାଳିଙ୍କ ସହ ଗମ୍ଭୀର ଆଲୋଚନା କରିଥିଲେ ବେଲିସ୍‌

ଲଣ୍ଡନ, ୨୮।୭ (ଏଏଫ୍‌ପି)-ଆୟର୍ଲାଣ୍ଡ ବିପକ୍ଷ ଟେଷ୍ଟ ପରାଜୟରୁ ବର୍ତ୍ତିଯିବା ପରେ ଇଂଲଣ୍ଡ କୋଚ୍‌ ଟ୍ରେଭର ବେଲିସ ଟେଷ୍ଟ ଖେଳାଳିଙ୍କ ସହ ‘ଗମ୍ଭୀର ଆଲୋଚନା’ କରିଥିବା ସ୍ବୀକାର କରିଛନ୍ତି। ୪ ଦିବସୀୟ ଏହି ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ବିଶ୍ୱ ଚାମ୍ପିୟନ ଇଂଲଣ୍ଡ ମାତ୍ର ୮୫ ରନରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। କିନ୍ତୁ ଆୟର୍ଲାଣ୍ଡକୁ ୨ୟ ଇନିଂସରେ ମାତ୍ର ୩୮ ରନରେ ଅଲ୍‌ଆଉଟ୍‌ କରିବା ସହ ମ୍ୟାଚ୍‌କୁ ୧୪୩ ରନରେ ଇଂଲଣ୍ଡ ଜିତି ନେଇଥିଲା। ବାମହାତୀ ସ୍ପିନର ତଥା ନାଇଟ୍‌ ଓ୍ବାଚ୍‌ମ୍ୟାନ ଜ୍ୟାକ୍‌ ଲିଚ୍‌ ଏହି ମ୍ୟାଚ୍‌ରେ ମୋଟ୍‌ ୯୨ ରନ ସଂଗ୍ରହ କରିଥିଲେ ମଧ୍ୟ ଐତିହାସିକ ଆଶେସ ସିରିଜର ପ୍ରଥମ ମ୍ୟାଚ୍‌ ଲାଗି ଘୋଷିତ ୧୪ ଜଣିଆ ଦଳରେ ତାଙ୍କୁ ସ୍ଥାନ ମିଳିନାହିଁ।
ରେଡିଓକୁ ଏକ ସାକ୍ଷାତ୍‌କାର ଅବସରରେ ବେଲିସ୍‌ କହିଛନ୍ତି, ‘ଆମେ ଏହି ମ୍ୟାଚ୍‌ ବିଷୟରେ ଗମ୍ଭୀର ଭାବେ ଆଲୋଚନା କରିଥିଲୁ। ଯେତେବେଳେ ଆମେ ମ୍ୟାଚ୍‌ ଜିତିସାରିଛୁ ତେଣୁ ଏହି ବାର୍ତ୍ତା ଦେବାକୁ ସକ୍ଷମ ହୋଇଛୁ। ମୁଁ ଏଠାରେ ଜ୍ୟାକ୍‌ ଲିଚ୍‌ଙ୍କ ଉଦାହରଣ ଦେବାକୁ ଚାହୁଁଛି। ଲିଚ୍‌ କେଉଁଭଳି ଭାବେ ଖେଳିବାକୁ ଚାହୁଁଥିଲେ ସେଥିପ୍ରତି ସେ ପୁରା ଫୋକସ୍‌ କରିଥିଲେ। ଅନ୍ୟ ବ୍ୟାଟ୍ସମ୍ୟାନମାନେ ତାଙ୍କଠାରୁ ଏହା ଶିଖିବା ଦରକାର’। ଅଗଷ୍ଟ ୧ରୁ ଏଜ୍‌ବାଷ୍ଟନଠାରେ ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ମଧ୍ୟରେ ଆଶେସ ସିରିଜର ପ୍ରଥମ ମ୍ୟାଚ୍‌ ଆରମ୍ଭ ହେବ। ଏଥିଲାଗି ସୋମବାରଠାରୁ ଇଂଲଣ୍ଡ ଦଳର ଟ୍ରେନିଂସ ସେସନ ଆରମ୍ଭ ହେବ। ଯେଉଁଠାରେ ଜୋଫ୍ରା ଆର୍ଚରଙ୍କ ଫିଟ୍‌ନେଶ ଉପରେ ଆଲୋଚନା ହେବ ବୋଲି ବେଲିସ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri