ଖେଳୁଥିବା ବେଳେ ଗଛଡ଼ାଳ ଛିଡ଼ି ପଡ଼ିଲା: ଦ୍ୱିତୀୟ ଶ୍ରେଣୀ ଛାତ୍ର ମୃତ; ସ୍କୁଲରେ ଶିକ୍ଷକଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ନିରାକାରପୁର,୧୭ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ଏକାଡେମୀ ସ୍କୁଲରେ ଗୁରୁବାର ଏକ ଅଘଟଣ ଘଟିଛି। ସ୍କୁଲ ପରିସର ମଧ୍ୟରେ ଥିବା ଏକ ଆମ୍ବ ଗଛର ଶୁଖିଲା ଡ଼ାଳ ପଡ଼ି ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଷ୍ଟେଶନ ଅଞ୍ଚଳରେ ରହୁଥିବା ନବଘନ ପ୍ରଧାନଙ୍କ ଏକମାତ୍ର ପୁଅ ରିତେଶ ପ୍ରଧାନ(୭) ଓରଫ ମୁନା।

ସୂଚନାନୁଯାୟୀ, ରିତେଶ ମଧ୍ୟାହ୍ନ ଭୋଜନ ଛୁଟି ସମୟରେ ସ୍କୁଲ ପରିସରରେ ଥିବା ଏକ ଗଛମୂଳରେ ଖେଳୁଥିଲେ। ସେହି ସମୟରେ ଗଛରେ ଓହଳି ରହିଥିବା ଏକ ଶୁଖିଲା ଡାଳ ତାଙ୍କ ଉପରେ ଖସି ପଡିଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି। ହେଲେ ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଉଦୟନାଥ ତ୍ରିପାଠୀ ଶିଶୁଙ୍କୁ ଉଦ୍ଧାର କରି ପ୍ରଥମେ ନିରାକାରପୁର ଏବଂ ପରେ ଖୋର୍ଦ୍ଧା ଜିଲା ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଘଟଣା ବିଷୟରେ ପ୍ରଚାରିତ ହେବା ପରେ ସ୍କୁଲରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ଉତ୍ୟକ୍ତ ଲୋକେ ସ୍କୁଲରେ ଶିକ୍ଷକଙ୍କୁ ତାଲା ପକାଇଥିବା ଜଣାପଡ଼ିଛି। ଖବର ଲେଖାଯିବା ପର୍ଯ୍ୟନ୍ତ ନିରାକାରପୁର ଥାନା ପୋଲିସ ସ୍କୁଲରେ ପହଞ୍ଚିଥିବା ସୂଚନା ମିଳିଛି।

ପ୍ରକାଶଯୋଗ୍ୟ, ବାତ୍ୟା ‘ଫନୀ’ ପରଠାରୁ ଉକ୍ତ ସ୍କୁଲ ପରିସରରେ ଥିବା ଗଛ ଗୁଡ଼ିକରୁ ଡାଳ ଭାଙ୍ଗି ଝୁଲି ରହିଛି। ହେଲେ ସ୍କୁଲ କର୍ତ୍ତୃପକ୍ଷ ଏହାକୁ ଖସାଇବା ପାଇଁ ବ୍ୟବସ୍ଥା କରିନାହାନ୍ତି। ଫଳରେ ଏଭଳି ଅଘଟଣ ଘଟିଛି ବୋଲି ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri