ଖେଳୁଥିବା ବେଳେ ଡିଟୋନେଟର ବିସ୍ଫୋରଣ: ୩ ନାବାଳକ ଆହତ

ହିଞ୍ଜିଳିକାଟୁ,୩।୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ବିସ୍ଫୋରଣ ଘଟି ୩ ନାବାଳକ ଆହତ ହୋଇଛନ୍ତି। ପାହାଡ଼ରୁ ପଥରଫଟା ପାଇଁ ବ୍ୟବହୃତ ଡିଟୋନେଟର ବିସ୍ଫୋରଣରୁ ଏପରି ହୋଇଥିବା କୁହାଯାଉଛି। ଆହତମାନେ ହେଲେ ବାଦଲ ଗାୈଡ଼(୧୦), ନାରାୟଣ ଗାୈଡ(୧୨) ଓ ଶ୍ରୀଧର ଗାୈଡ଼(୧୦)। ବିସ୍ଫୋରଣରେ ବାଦଲଙ୍କ ହାତର ଆଙ୍ଗୁଠି ଉଡ଼ିଯାଇଛି। ବିସ୍ଫୋରଣ ପରେ ପରିବାର ଲୋକେ ସେମାନଙ୍କୁ ହିଞ୍ଜିଳିକାଟୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରୁ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଯାଇଛି। ଗତବର୍ଷ ଜୁଲାଇ ମାସରେ ଆସିକା ଥାନା ମାଗୁରା ଗ୍ରାମ ସ୍କୁଲରେ ବିସ୍ଫୋରଣ ଘଟଣାରେ ୨ଛାତ୍ର ଆହତ ଘଟଣା ପରେ ମଙ୍ଗଳବାର ହିଞ୍ଜିଳିକାଟୁ ଅଞ୍ଚଳରେ ଏକା ଢଙ୍ଗରେ ୩ ନାବାଳକ ଆହତ ଘଟଣା ନେଇ ଅବହେଳାକୁ ନେଇ ଅଙ୍ଗୁଳି ନିର୍ଦ୍ଦେଶ କରୁଛି।

ପ୍ରକାଶ ଯେ, ସୋମପୁର ନିକଟ ସିଙ୍ଗିପୁର, ଘୋଡ଼େଇଶୁଣୀ ପାହାଡ଼ରେ ପଥର ଫୁଟାଇବା ପାଇଁ ବହୁଳ ପରିମାଣରେ ଡିଟୋନେଟର ବ୍ୟବହାର ଅଭିଯୋଗ ହେଉଛି। ଡିଟୋନେଟରଗୁଡ଼ିକ ପାହାଡ଼ ନିକଟରେ ଏଣେତେଣେ ପଡ଼ିରହୁଛି। ସୋମପୁରଠାରେ ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେଶନ ଲିଃ (ଓପିଟିସିଏଲ୍‌) ପକ୍ଷରୁ ଗ୍ରୀଡ୍‌ ନିର୍ମାଣ ହେଉଛି। ନିକଟ ପାହାଡ଼ ଓ ଓପିଟିସିଏଲ୍‌ ବିଲ୍‌ଡିଂ ନିର୍ମାଣ ପାଇଁ ବଡ଼ ବଡ଼ ପଥରକୁ କମ୍ପ୍ରେସର ବଦଳରେ ଡିଟୋନେଟର ବ୍ୟବହାର କରାଯାଉଥିବା ଅଭିଯୋଗ ହେଉଛି। ମଙ୍ଗଳବାର ପୂର୍ବାହ୍ନରେ ବାଦଲ, ନାରାୟଣ ଓ ଶ୍ରୀଧର ସେମାନଙ୍କ ଘରର ନିକଟରେ ଓପିଟିସିଏଲ୍‌ ପାଖକୁ ଯାଇ କିଛି ବିସ୍ଫୋରଣ ସାମଗ୍ରୀ ନେଇ ସେଗୁଡ଼ିକୁ ଖେଳୁଥଲେ। ସେଗୁଡ଼ିକୁ ତାର ଲଗାଇ ଡ୍ରାଏଏ ବ୍ୟାଟେରି ସେଲ ସହ ସଂଯୋଗ କରିବାରୁ ତାହା ହଠାତ ପ୍ରଚଣ୍ଡ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ ନାବାଳକମାନେ ଆହତ ହୋଇଥିଲେ। ପରେ ପରିବାର ଓ ଗ୍ରାମବାସୀ ସେମାନଙ୍କୁ ହିଞ୍ଜିଳିକାଟୁ ଡ଼ାକ୍ତରଖାନାକୁ ଆଣିଥିଲେ। ସେଠାରୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri