ଖୋର୍ଦ୍ଧାରୁ ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୫ା୩ (ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ମଙ୍ଗଳବାର ରାତିରେ ଖୋର୍ଦ୍ଧାରେ ଚଢ଼ାଉ କରି ୩୦୫ ଗ୍ରାମ୍‌ର ବ୍ରାଉନସୁଗାର ଜବତ କରିବା ସହ ସମ୍ପୃକ୍ତ ଜଣେ ବେପାରୀଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଶରଧାପୁର ଗ୍ରାମର ପ୍ରିୟବ୍ରତ ଦାସ। ତେବେ ଚଢାଉବେଳେ ଅନ୍ଧାରର ସୁଯୋଗ ନେଇ ୨ ସହଯୋଗୀ ଭାଲିଆବାଡ଼ିର ସଞ୍ଜୟ ପ୍ରଧାନ ଓରଫ ସଞ୍ଜୁ ଓ ଉପରସାହିର ଦୀପକ ସ୍ବାଇଁ ଓରଫ ଗୁଡ଼ିଚୋର ଘଟଣାସ୍ଥଳରୁ ଫେରାର ହୋଇଛନ୍ତି। ଜବତ ବ୍ରାଉନସୁଗାରର ବଜାର ମୂଲ୍ୟ ୩୦ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ଏସ୍‌ଟିଏଫ୍‌ ସୂତ୍ରରୁ ଜଣାପଡିଛି।
ସୂଚନା ମୁତାବକ, ପ୍ରିୟବ୍ରତ ଓ ୨ ସହଯୋଗୀ କୋଲକତା ଏବଂ ବାଲେଶ୍ବରରୁ ବ୍ରାଉନସୁଗାର ଆଣି ଏଠାରେ ଦୀର୍ଘଦିନ ଧରି ବେପାର ଚଳାଇଛନ୍ତି। ଚୋରା ପଥରଖଣି ଓ ନିଶା କାରବାର ଉପରେ ଏସଟିଏଫ୍‌ର ନଜର ପଡିବା ପରେ ଏମାନେ ସେମାନଙ୍କ ବେପାରର ଧାରାକୁ ବଦଳାଇ ଦେଇଛନ୍ତି। ବାଇକରେ ରାଜଧାନୀ ତଥା ଉପକଣ୍ଠ ଅଞ୍ଚଳରେ ଥିବା ଛୋଟ ଛୋଟ ବେପାରୀଙ୍କୁ ବ୍ରାଉନସୁଗାର ଯୋଗାଇ ଆସୁଥିଲେ। ଏସ୍‌ଟିଏଫ୍‌ ପୂର୍ବରୁ ସୂଚନା ପାଇବା ସହ ସେମାନଙ୍କ ଉପରେ ନଜର ରଖିଥିଲା। ମଙ୍ଗଳବାର ରାତିରେ ଖୋର୍ଦ୍ଧା ଜେଲ ରୋଡ୍‌ରେ ଏକ ବଡ ଡିଲ୍‌ କରିବାକୁ ସେମାନେ ବାଇକ୍‌ରେ ଯାଉଥିବାବେଳେ ଏସଟିଏଫ୍‌ ଟିମ୍‌ ଚାରିପଟୁ ଘେରି ଯାଇଥିଲା। ତେବେ ଗିରଫ ପ୍ରିୟବ୍ରତଙ୍କୁ କୋର୍ଟଚାଲାଣ କରାଯାଇଥିବାବେଳେ ଆବଶ୍ୟକ ପଡ଼ିଲେ ଅଧିକ ପଚରାଉଚରା ପାଇଁ ରିମାଣ୍ଡରେ ଅଣାଯିବ ବୋଲି ଏସ୍‌ଟିଏଫ୍‌ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri