ଖୋର୍ଦ୍ଧା ଗୁଳିକାଣ୍ଡ ଘଟଣାର ଫିଟିଲା ଗୁମର

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଖୋର୍ଦ୍ଧା ଡାକ୍ତର ଓ ଔଷଧ ଦୋକାନୀଙ୍କୁ ଗୁଳିମାଡ ମାମଲାର ଗୁମର ଫିଟିଛି। ଜମିଜମା ବିବାଦକୁ ନେଇ ଗୁଳିକାଣ୍ଡ ଘଟିଥିବା ଖୋର୍ଦ୍ଧା ଏସଡିପିଓ ସୁଶୀଲ ମିଶ୍ର ସୂଚନା ଦେଇଛନ୍ତି। ବିଭିନ୍ନ ଦିଗରୁ ପୋଲିସ ଟିମ ତଦନ୍ତ ଚଳାଇଛି। ଅଭିଯୁକ୍ତକୁ ଧରିବା ଲାଗି ପୋଲିସର ୪ଟି ଟିମ ଗଠନ କରାଯାଇଛି। ଖୋର୍ଦ୍ଧା ପାଖାପାଖି ରାସ୍ତା କଡ଼ରେ ଥିବା ସବୁ ସିସିଟିଭି ଯାଞ୍ଚ କରାଯାଉଛି। ଗୋଟିଏ ସିସିଟିଭିରୁ ସନ୍ଦିଗ୍ଧ ନୟାଗଡ଼ ଆଡ଼କୁ ଯାଉଥିବା ଜଣାପଡୁଥିବା ଖୋର୍ଦ୍ଧା ଏସପି ଅଜୟ ପ୍ରତାପ ସ୍ବାଇଁଙ୍କ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟା ସାଢ଼େ ୬ଟାରେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟ ବଡଶଙ୍ଖସ୍ଥିତ ଏକ ଘରୋଇ କ୍ଲିନିକ ଭିତରେ ୩ ରାଉଣ୍ଡ ଗୁଳି ଫୁଟିଥିଲା। ସେଥିରୁ ୨ଟି ଗୁଳି ଶିଶୁରୋଗ ବିଶେଷଜ୍ଞ ଡା. ମାନସ ଦାସଙ୍କ ପେଟରେ ବାଜିଥିଲା। ଏହି ସମୟରେ ଦୁର୍ବୃତ୍ତଙ୍କୁ ଧରିବାକୁ ଯାଇ ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁ ଓରଫ ସନ୍ତୋଷ ମଧ୍ୟ ଗୁଳିମାଡର ଶିକାର ହୋଇଥିଲେ। ତାଙ୍କର ମଧ୍ୟ ପେଟରେ ଗୁଳି ବାଜିଥିଲା। ସେଠାରେ ଆତଙ୍କ ଖେଳିଯିବା ପରେ ଦୁର୍ବୃତ୍ତ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ମାନସ ଓ ସନ୍ତୋଷଙ୍କୁ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସୋମବାର ସକାଳେ କୃଷ୍ଣଚନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। କୃଷ୍ଣଚନ୍ଦ୍ରଙ୍କ ମୃତ୍ୟୁ ପ୍ରତିବାଦରେ ସୋମବାର ଖୋର୍ଦ୍ଧାରେ ସବୁ ମେଡିସିନ୍‌ ଷ୍ଟୋର ବନ୍ଦ ରହିଛି। ୨୪ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ନ କରା ନ ଗଲେ ୧୮ରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି କେମିଷ୍ଟ ଡ୍ରଗିଷ୍ଟ ଆସୋସିଏସନ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri