ଖୋର୍ଦ୍ଧା ଗୁଳିକାଣ୍ଡ ପଛରେ ସୁପାରି କିଲର: ପୋଲିସ ହାତରେ ଲାଗିଲା ଠୋସ୍‌ ପ୍ରମାଣ

ଖୋର୍ଦ୍ଧା ଅଫିସ୍‌, ୧୭।୧୨: ଖୋର୍ଦ୍ଧା ଜିଲାର ଏକ କ୍ଲିନିକରେ ପଶି ଡାକ୍ତର ଏବଂ ଔଷଧ ଦୋକାନୀଙ୍କୁ ଗୁଳିମାଡ ଘଟଣାରେ ପୋଲିସ ହାତରେ ଠୋସ୍‌ ପ୍ରମାଣ ଲାଗିଛି। ପ୍ରାଥମିକ ତଦନ୍ତ ପରେ ଏହି ଘଟଣାରେ ସୁପାରି କିଲର ହାତ ଥିବା ଖୋର୍ଦ୍ଧା ଏସପି ଅଜୟ ପ୍ରତାପ ସ୍ବାଇଁ ସୂଚନା ଦେଇଛନ୍ତି। ଜଣେ ସୁପାରି କିଲର କ୍ଲିନିକରେ ଗୁଳିମାଡ ଘଟାଇଛନ୍ତି। ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ। ଏଥିପାଇଁ ୪ଟି ଟିମ୍‌ ଗଠନ କରାଯାଇଛି ବୋଲି ଏସପି କହିଛନ୍ତି। ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟା ସାଢ଼େ ୬ଟାରେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟ ବଡଶଙ୍ଖସ୍ଥିତ ଏକ ଘରୋଇ କ୍ଲିନିକ ଭିତରେ ୩ ରାଉଣ୍ଡ ଗୁଳି ଫୁଟିଥିଲା। ସେଥିରୁ ୨ଟି ଗୁଳି ଶିଶୁରୋଗ ବିଶେଷଜ୍ଞ ଡା. ମାନସ ଦାସଙ୍କ ପେଟରେ ବାଜିଥିଲା। ଏହି ସମୟରେ ଦୁର୍ବୃତ୍ତଙ୍କୁ ଧରିବାକୁ ଯାଇ ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁ ଓରଫ ସନ୍ତୋଷ ମଧ୍ୟ ଗୁଳିମାଡର ଶିକାର ହୋଇଥିଲେ। ତାଙ୍କର ମଧ୍ୟ ପେଟରେ ଗୁଳି ବାଜିଥିଲା। ସେଠାରେ ଆତଙ୍କ ଖେଳିଯିବା ପରେ ଦୁର୍ବୃତ୍ତ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ମାନସ ଓ ସନ୍ତୋଷଙ୍କୁ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସୋମବାର ସକାଳେ କୃଷ୍ଣଚନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। ଏବେ ଡା. ମାନସ ଦାସଙ୍କ ଚିକିତ୍ସା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri